ଯୁବତୀଙ୍କୁ ଗଣବଳାତ୍କାର : ନାବାଳକ ସହ ୨ କୋର୍ଟ ଚାଲାଣ

ଭବାନୀପାଟଣା,,୯।୪((ଉତ୍ତମ କୁମାର ଦାଶ):  କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅଞ୍ଚଳରେ ଗତ ମାର୍ଚ୍ଚ ୨୬ ତାରିଖ ରାତିରେ ଜଣେ ଯୁବତୀ ଗଣବଳାତ୍କାର ଶିକାର ହୋଇଥିବା ଅଭିଯୋଗ ଆସିଥିଲା। ଏହି ମାମଲାରେ ମୁଖ୍ୟ ଅଭିଯୁକ୍ତ ଥିବା ଉକ୍ତ ଗ୍ରାମର ତୁଳସି ରାମ ବିଶ୍ୱାଳ (୫୫)ଙ୍କୁ ପୋଲିସ ଗିରଫ କରି ୧ତାରିଖରେ କୋର୍ଟ ଚାଲାଣ କରିଥିଲା। ତେବେ ଘଟଣାରେ ଆଉ ୩ ଜଣ ସମ୍ପୃକ୍ତ ଥିବା ଅଭିଯୋଗ ହୋଇଥିଲା। ଘଟଣାର ତଦନ୍ତ ପାଇଁ ସୋମବାର ସାରେ କଳାହାଣ୍ଡି ଏସ୍‌ପି ନାଗରାଜ ଦେବରକୋଣ୍ଡା ଜୁନାଗଡ଼ ଥାନାକୁ ଆସିଥିଲେ। ଏହାପରେ ପୋଲିସ ତତ୍ପରତା ଦେଖାଇ ନାବାଳକ ସମେତ ୨ ଜଣଙ୍କୁ ଅଟକ ରଖି ପଚରାଉଚୁରା କରିଥିଲା। ଏଥିରେ ୩ ଜଣ ସମ୍ପୃକ୍ତ ଥିବା ପୋଲିସ ଜାଣିବାକୁ ପାଇଥିଲା। ମଙ୍ଗଳବାର ୩ ଜଣଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ହେଲେ ପୀଡିତାଙ୍କ ଗ୍ରାମର ମନୋଜ ପୂଜାରୀ (୧୯), ଡିଙ୍ଗର ପ୍ରଧାନୀ (୨୧) ଓ ଜଣେ ନାବାଳକ। ନାବାଳକଙ୍କୁ ଜୁଭେନାଇଲ ଜଷ୍ଟିସ ବୋର୍ଡରେ ହାଜର କରାଯାଇଥିବା ଜଣାପଡିଛି। ବର୍ତ୍ତମାନ ଘଟଣାରେ ସାମିଲ ଥିବା ସମସ୍ତ ୩ ଅଭିଯୁକ୍ତଙ୍କ ସହ ଜଣେ ନାବାଳକ ଧରାପଡିଥିବା ପୋଲିସ ସୂଚନା ଦେଇଛି। ପ୍ରକାଶ ଯେ, ଗତ ୨୬ ତାରିଖ ରାତିରେ ଯୁବତୀ ଜଣକ ଗ୍ରାମରେ ହେଉଥିବା ନାଟକ ଦେଖିବାକୁ ଯାଉଥିବାବେଳେ ମୁଖ୍ୟ ଅଭିଯୁକ୍ତ ସମେତ ୩ ସହଯୋଗୀ ନିଛାଟିଆ ସ୍ଥାନକୁ ନେଇ ଗଣ ବଳାତ୍କାର କରିଥିବା ଅଭିଯୋଗ ହୋଇଥିଲା। ମୁମୁର୍ଷୂ ଅବସ୍ଥାରେ ପୀଡିତାଙ୍କୁ ଏକ ନଳକୂପ ନିକଟରୁ ଉଦ୍ଧାର କରାଯାଇଥିଲା। ଏପ୍ରିଲ ୧ରେ ପୀଡିତାଙ୍କୁ ଜୁନାଗଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଡାକ୍ତର ଏହା ଗଣ ବଳାତ୍କାର ବୋଲି କହିବା ପରେ ପୀଡିତାଙ୍କ ଭାଉଜ ଜୁନାଗଡ଼ ଥାନାରେ ଏତଲା ଦେଇଥିଲେ। ପୋଲିସ ଏକ ମାମଲା (ନଂ.୨୬୫/୨୫) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ତେବେ ଏହି ଖବର ପ୍ରଥମେ ଗତ ୩ ତାରିଖରେ ଧରିତ୍ରୀରେ ପ୍ରକାଶ ପାଇଥିଲା। ସୂଚନାଯୋଗ୍ୟ, ୫ବର୍ଷ ତଳେ ଜୁନାଗଡ଼ ଥାନା ବନମାଳୀପୁର ଘନା ଜଙ୍ଗଲରେ ଜଣେ ଯୁବତୀଙ୍କୁ ଗଣବଳାତ୍କାର ଘଟଣା ରାଜ୍ୟରେ ଚର୍ଚ୍ଚାର ବିଷୟ ହୋଇଥିଲା। ପୁଣି ଥରେ ଏପରି ଘଟଣା ସାମ୍ନାକୁ ଆସିବା ପରେ ସ୍ଥାନୀୟ ପୋଲିସର କାର୍ଯ୍ୟଦକ୍ଷତା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମାନବିକତା ଭୁଲିଲେ ‘ମୋ ବସ’ ଚାଳକ: ହର୍ନ ମାରିଲେ, ନ ଉଠିବାରୁ ଚଢ଼ାଇ ଦେଲେ…

ଗଞ୍ଜାମ, ୨୫।୩ (ବିଦ୍ୟାଧର ସାହୁ): ଦିନକୁ ଦିନ ‘ମୋ ବସ’ (ଲକ୍ଷ୍ମୀ) ଚାଳକଙ୍କ ମନମୁଖୀ ଗାଡ଼ିଚାଳନା ଓ ଔଦ୍ଧତ୍ୟ ବଢ଼ିବାରେ ଲାଗିଛି। ସାଧାରଣ ଯାତ୍ରୀଙ୍କୁ ହଇରାଣ କରିବା…

ଭେଲିଡେସନ ଆକ୍ଟ ବିରୁଦ୍ଧରେ ଗର୍ଜିଲେ ଅବସରପ୍ରାପ୍ତ କର୍ମଚାରୀ ସଂଘ: ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ

ଭଞ୍ଜନଗର,୨୫।୩(ବାବୁଲା ପ୍ରଧାନ)- ଗଞ୍ଜାମ  ଜିଲା ଭଞ୍ଜନଗର ଅବସରପ୍ରାପ୍ତ ରାଜ୍ୟ ସରକାରୀ କର୍ମଚାରୀ ସଙ୍ଘ ପେନସନର୍ସ ଭେଲିଡେସନ ଆକ୍ଟ ୨୦୨୫ କୁ ବିରୋଧ କରିଛି। ଉକ୍ତ ଆକ୍ଟ ବିରୁଦ୍ଧରେ…

ସିଡିଏମଓଙ୍କ ମହାନୀୟତା: ଦୁର୍ଘଟଣାଗ୍ରସ୍ତଙ୍କ ପାଇଁ ସାଜିଲେ ଦେବଦୂତ, ନିଜେ ଠିଆ ହୋଇ ପଠାଇଲେ ମେଡିକାଲ୍

ଗଜପତି, ୫।୩(ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ଶାନ୍ତନୁ କୁମାର ପାଢୀଙ୍କ ମହାନୀୟତା ଦେଖିବାକୁ ମିଳିଛି । ଦୁର୍ଘଟଣାରେ ଗୁରୁତର ହୋଇ ଛଟପଟ ହେଉଥିବା…

ଥୁଆମୂଳ ରାମପୁରରେ କଲାପତରିଆ ବାଘ ଆତଙ୍କ: ମୁଖ୍ୟ ରାସ୍ତାରେ ମୁହାଁମୁହିଁ ହେଲେ କାର ଚାଳକ, Video ଭାଇରାଲ

ଥୁଆମୂଳ ରାମପୁର, ୨୫/୦୩ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳଆମ୍ବ ପଦର ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଏକ କଲାପତରିଆ ବାଘ ବୁଲୁଥିବା ଖବର…

ଥାନା ସମ୍ମୁଖରେ ଯୁବକଙ୍କୁ ଆକ୍ରମଣ ଘଟଣା, ୪ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ…

ବରଗଡ଼,୨୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ସମ୍ମୁଖ ହାଟପଦାରେ ମଙ୍ଗଳବାର ସନ୍ଧ୍ୟାରେ ସଂଘଟିତ ଆକ୍ରମଣ ଘଟଣାର ୪ଅଭିଯୁକ୍ତଙ୍କୁ ପୋଲିସ୍ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ,…

ଅବସରପ୍ରାପ୍ତ ପ୍ରାଧ୍ୟାପକଙ୍କ ପରଲୋକ, ଅଞ୍ଚଳରେ ଶୋକର ଛାୟା 

ଦିଗପହଣ୍ଡି,୨୫।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜର ଅବସରପ୍ରାପ୍ତ ପ୍ରାଧ୍ୟାପକ ଉଜ୍ଜଳ ପଣ୍ଡାଙ୍କ ୬୬ ବର୍ଷ ବୟସରେ ପରଲୋକ ହୋଇଛି । ସେ…

ଛତ୍ରପୁରରେ ଆରମ୍ଭ ହେଲା ୨୧ ଦିନିଆ ଦଣ୍ଡନାଚ, ମେରୁ ସଂକ୍ରାନ୍ତିରେ….

ଛତ୍ରପୁର,୨୫ା୩(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲାର ଏକ ପ୍ରସିଦ୍ଧ ପର୍ବ ଦଣ୍ଡଯାତ୍ରା । ଏହି ଯାତ୍ରାରେ ଶିବ ଓ କାଳୀଙ୍କୁ ପୂଜା କରାଯାଇଥାଏ । ଏହି ଯାତ୍ରା…

କାଳ ହେଲା କାଳବୈଶାଖୀ; ଉଡେଇଲା-ବୁଡେଇଲା, ୧୫ରୁ ଉର୍ଦ୍ଧ ପରିବାର ସର୍ବସ୍ବାନ୍ତ

ଆନନ୍ଦପୁର,୨୫ା୩(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ରେ ବୁଧବାର ଅପରାହ୍ନ ୩ ଟା ସମୟରେ ହୋଇଥିବା କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ବ୍ୟାପକ କ୍ଷୟକ୍ଷତି ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri