ବେଳାଭୂମିରେ କଲେଜ ଛାତ୍ରୀଙ୍କୁ ଗଣବଳାତ୍କାର ଘଟଣା: ୬ ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେଲା କ୍ରାଇମ୍‌ବ୍ରାଞ୍ଚ

ଗୋପାଳପୁର, ୨୪।୬(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମିରେ କଲେଜ ଛାତ୍ରୀଙ୍କୁ ଗଣବଳାତ୍କାର ଘଟଣା ଏବେ କ୍ରାଇମବ୍ରାଞ୍ଚ (ସିଏଡବ୍ଲୁ) ତଦନ୍ତ କରୁଛି। ବ୍ରହ୍ମପୁର ପ୍ରଥମଶ୍ରେଣୀ ବିଚାର ବିଭାଗୀୟ ମାଜ୍ରିଷ୍ଟେଟ କୋର୍ଟ (ଗ୍ରାମାଞ୍ଚଳ)ଙ୍କଠାରେ କ୍ରାଇମବ୍ରାଞ୍ଚ ପକ୍ଷରୁ ରିମାଣ୍ଡ ପାଇଁ ଆବେଦନ କରାଯାଇଥିବା ବେଳେ ଦୁଇଦିନିଆ ରିମାଣ୍ଡ ମଞ୍ଜୁର ହୋଇଛି। ଏହିକ୍ରମରେ କ୍ରାଇମବ୍ରାଞ୍ଚ ଟିମ ମଙ୍ଗଳବାର ଅପରାହ୍ନରେ ବ୍ରହ୍ମପୁର ମଣ୍ଡଳ କାରାଗାରରେ ପହଞ୍ଚି ୬ଜଣ ଅଭିଯୁକ୍ତଙ୍କୁ କଡ଼ା ସୁରକ୍ଷା ବଳୟରେ ଗୋପାଳପୁର ଅଭିମୁଖେ ନେଇଥିଲା। ଏନ୍‌ଏସିରେ ଥିବା ପ୍ରାଥମିକ ସାସ୍ଥ୍ୟକେନ୍ଦ୍ରରେ ୬ଜଣ ଅଭିଯୁକ୍ତଙ୍କର ସାସ୍ଥ୍ୟ ଯାଞ୍ଚ କରାଯିବା ପରେ ଗୋପାଳପୁର ଥାନାକୁ ନିଅଯାଇଥିଲା। ସେଠାରେ କ୍ରାଇମବ୍ରାଞ୍ଚ ଟିମ୍‌ ଅଭିଯୁକ୍ତମାନଙ୍କୁ ଘଟଣା ସମ୍ପର୍କ ଜେରା କରିଥିବା ସୂଚନା ମିଳିଛି। ଏଥିସହ ସିଏଡବ୍ଲୁ ଆଇଜି ଏସ୍‌ ସଇନି ମଧ୍ୟ ଉପସ୍ଥିତ ରହି ସେମାନଙ୍କୁ ଜେରା କରିଥିବା ଜଣାପଡ଼ିଛି।

କ୍ରାଇମବ୍ରାଞ୍ଚ ଘଟଣା ଘଟିବା ପୂର୍ବ ଓ ପର ପାରିପାଶ୍ବିକ ସ୍ଥିତି, ଡିଜିଟାଲ ପ୍ରମାଣପତ୍ର ଓ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରମାଣ ଯୋଗାଡ଼ କରି ତଦନ୍ତକୁ ଆଗେଇ ନେଉଛି। କୋର୍ଟରେ ଏଗୁଡ଼ିକ ଉପସ୍ଥାପନ କରି ଅଧିକ ଗୁରୁତ୍ୱ ଦେଇଛି। ଖୁବଶୀଘ୍ର ଏହି ମାମଲାର କ୍ରାଇମବ୍ରାଞ୍ଚ ଚାର୍ଜସିଟ କୋର୍ଟରେ ଦାଖଲ କରିବ ବୋଲି ସୂଚନା ମିଳିଛି। ଅନ୍ୟପଟେ ଘଟଣାପରଠାରୁ ଗୋପାଳପୁର ବେଳାଭୂମି ପୋଲିସ ପକ୍ଷରୁ ପାଟ୍ରୋଲିଂ କଡାକଡ଼ି କରାଯାଉଥିବା ଦେଖିବାକୁ ମିଳିଛି l ଏହି ଘଟଣା ପଲ୍ଲୀରୁ ଦିଲ୍ଲୀ ଯାଏ ବ୍ୟାପିଥିବା ବେଳେ ସବୁ ସ୍ତରରେ କଡ଼ା ନିନ୍ଦା କରାଯାଇଛି। ଜାତୀୟ ମହିଳା ଆୟୋଗ ଏହି ଘଟଣାରେ ହସ୍ତକ୍ଷେପ କରିବା ପରେ ସୋମବାର ଜାତୀୟ ମାନବାଧିକାର କମିଶନ ଆୟୋଗ ନିଜଆଡ଼ୁ ମାମଲା ରୁଜୁ କରିଛି। ପୋଲିସ ମହା ନିର୍ଦ୍ଦେଶକ ଓ ମୁଖ୍ୟ ଶାସନ ସଚିବଙ୍କୁ ସମ୍ପୂଣ୍ଣର୍ର୍ ତଦନ୍ତ ରିପୋର୍ଟକୁ ଦୁଇ ସପ୍ତାହରେ ଦାଖଲ ନିର୍ଦ୍ଦେଶ ଦେଇଛନ୍ତି।

ସୂଚନାଯୋଗ୍ୟ, ଗତ ୧୫ତାରିଖରେ ପୁରୁଷ ବନ୍ଧୁଙ୍କ ସହିତ ଯୁକ୍ତଦୁଇ ଶେଷ ବର୍ଷର ଛାତ୍ରୀ ଜଣଙ୍କ ଗୋପାଳପୁର ବେଳାଭୂମିକୁ ବୁଲିବାକୁ ଆସିଥିଲେ। ଛାତ୍ରୀଙ୍କୁ ଏକ ନିର୍ଜନ ସ୍ଥାନକୁ ଉଠାଇ ନେଇ ଉପରୋକ୍ତ ଅଭିଯୁକ୍ତମାନେ ତାଙ୍କୁ ଗଣବଳାତ୍କାର ଶିକାର ହୋଇଥିଲେ। ଏନେଇ ପୋଲିସ ତତ୍ପର ହୋଇ ୬ଅଭିଯୁକ୍ତଙ୍କୁ ଗିରଫ କରିବା ସହ ଚାରି ନାବାଳକଙ୍କୁ ଜେଜେବିରେ ହାଜର କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ସମାରୋହ: କଳସ ଶୋଭାଯାତ୍ରା, ସାଧୁସନ୍ଥ ସମ୍ମିଳନୀ ଅନୁଷ୍ଠିତ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ତିନି ଦିନିଆ ରଜତ ଜୟନ୍ତୀ...

କେସିଙ୍ଗାରେ ‘ସୁଭଦ୍ରା ଶକ୍ତି କାଫେ’ ଉଦଘାଟିତ

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ନିକଟରେ ନବନିର୍ମିତ ‘ସୁଭଦ୍ରା ଶକ୍ତି କାଫେ’ ସୋମବାର ସନ୍ଧ୍ୟାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି।...

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri