ବାପଘରୁ ଶାଶୁଘର ଫେରିବା ବେଳେ ମହିଳାଙ୍କୁ ଗଣବଳାତ୍କାର

ବାଲେଶ୍ୱର,୩୦।୮(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ବାଲିଆପାଳ ଥାନା ଅଞ୍ଚଳରୁ ଏକ ଲଜ୍ଜାକର ଘଟଣା ସାମ୍‌ନାକୁ ଆସିଛି। ଜଣେ ମହିଳାଙ୍କୁ ଗଣବଳାତ୍କାର କରାଯାଇଥିବା ବାଲିଆପାଳ ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ପୋଲିସ ଘଟଣାରେ ସମ୍ପୃକ୍ତ ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ସୁରେନ୍ଦ୍ର ଦଳାଇ(୪୫), ସତୁକ ଦଳାଇ(୩୭), ଗୋବିନ୍ଦ ଦଣ୍ଡପାଟ(୨୮) ।

ଅନ୍ୟପକ୍ଷେ ପୋଲିସ ଶୁକ୍ରବାର ପୀଡିତାଙ୍କ ବୟାନ ରେକର୍ଡ କରିବା ସହ ଡାକ୍ତରୀମାଇନା କରାଇଛି। ବର୍ତ୍ତମାନ ଏହି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି।

ମିଳିଥିବା ସୂଚନା ମୁତାବକ, ଗତ ୨୦ ତାରିଖରେ ଜନୈକା ମହିଳା ଏକାକୀ ବାପଘରୁ ଶାଶୁଘରକୁ ଫେରୁଥିଲେ। ହେଲେ ବାଟରେ ୩ଜଣ ଅଭିଯୁକ୍ତ ତାଙ୍କୁ ଅଟକାଇଥିଲେ। ପରେ ଅଭିଯୁକ୍ତମାନେ ଜୋର୍‌ଜବର୍‌ଦସ୍ତ ତାଙ୍କୁ ପନ୍ତେଇ ଫେରି ଘାଟର ଅଳ୍ପ ଦୂରରେ ଥିବା ଏକ ରେଷ୍ଟ ହାଉସକୁ ନେଇଯାଇଥିଲେ। ସେଠାରେ ଅଭିଯୁକ୍ତମାନେ ରାତି ୩ଟା ପର୍ଯ୍ୟନ୍ତ ମହିଳାଙ୍କୁ ବଳାତ୍କାର କରିଥିଲେ। ପରେ ସେମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ।

ପରେ ମହିଳା ଜଣକ ଶାଶୁଘରକୁ ଫେରି ଘଟଣା ସମ୍ପର୍କରେ ପରିବାର ଲୋକଙ୍କୁ ଜଣାଇଥିଲେ। ସେ ପରିବାର ଲୋକଙ୍କ ସହ ଥାନାରେ ପହଞ୍ଚି ଅଭିଯାଗ କରିଥିଲେ। ପୋଲିସ ଅଭିଯୋଗକୁ ଭିତ୍ତି କରି ଏକ ମାମଲା (ନଂ.୧୮୦ /୨୪) ରୁଜୁ କରିଛି।

ଏସ୍‌ପି ଏବଂ ଡିଏସ୍‌୍‌ପିଙ୍କ ନିର୍ଦ୍ଦେଶ କ୍ରମେ ପୋଲିସ ଦୁଇଟି ଟିମ୍‌ ଗଠନ କରି ଅପରାଧୀମାନଙ୍କୁ ଗିରଫ କରିବା ସହିତ ସେମାନଙ୍କର ଡାକ୍ତରୀମାଇନା ପରେ ଶୁକ୍ରବାର କୋର୍ଟ ଚାଲାଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri