ବାପଘରୁ ଶାଶୁଘର ଫେରିବା ବେଳେ ମହିଳାଙ୍କୁ ଗଣବଳାତ୍କାର

ବାଲେଶ୍ୱର,୩୦।୮(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ବାଲିଆପାଳ ଥାନା ଅଞ୍ଚଳରୁ ଏକ ଲଜ୍ଜାକର ଘଟଣା ସାମ୍‌ନାକୁ ଆସିଛି। ଜଣେ ମହିଳାଙ୍କୁ ଗଣବଳାତ୍କାର କରାଯାଇଥିବା ବାଲିଆପାଳ ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ପୋଲିସ ଘଟଣାରେ ସମ୍ପୃକ୍ତ ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ସୁରେନ୍ଦ୍ର ଦଳାଇ(୪୫), ସତୁକ ଦଳାଇ(୩୭), ଗୋବିନ୍ଦ ଦଣ୍ଡପାଟ(୨୮) ।

ଅନ୍ୟପକ୍ଷେ ପୋଲିସ ଶୁକ୍ରବାର ପୀଡିତାଙ୍କ ବୟାନ ରେକର୍ଡ କରିବା ସହ ଡାକ୍ତରୀମାଇନା କରାଇଛି। ବର୍ତ୍ତମାନ ଏହି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି।

ମିଳିଥିବା ସୂଚନା ମୁତାବକ, ଗତ ୨୦ ତାରିଖରେ ଜନୈକା ମହିଳା ଏକାକୀ ବାପଘରୁ ଶାଶୁଘରକୁ ଫେରୁଥିଲେ। ହେଲେ ବାଟରେ ୩ଜଣ ଅଭିଯୁକ୍ତ ତାଙ୍କୁ ଅଟକାଇଥିଲେ। ପରେ ଅଭିଯୁକ୍ତମାନେ ଜୋର୍‌ଜବର୍‌ଦସ୍ତ ତାଙ୍କୁ ପନ୍ତେଇ ଫେରି ଘାଟର ଅଳ୍ପ ଦୂରରେ ଥିବା ଏକ ରେଷ୍ଟ ହାଉସକୁ ନେଇଯାଇଥିଲେ। ସେଠାରେ ଅଭିଯୁକ୍ତମାନେ ରାତି ୩ଟା ପର୍ଯ୍ୟନ୍ତ ମହିଳାଙ୍କୁ ବଳାତ୍କାର କରିଥିଲେ। ପରେ ସେମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ।

ପରେ ମହିଳା ଜଣକ ଶାଶୁଘରକୁ ଫେରି ଘଟଣା ସମ୍ପର୍କରେ ପରିବାର ଲୋକଙ୍କୁ ଜଣାଇଥିଲେ। ସେ ପରିବାର ଲୋକଙ୍କ ସହ ଥାନାରେ ପହଞ୍ଚି ଅଭିଯାଗ କରିଥିଲେ। ପୋଲିସ ଅଭିଯୋଗକୁ ଭିତ୍ତି କରି ଏକ ମାମଲା (ନଂ.୧୮୦ /୨୪) ରୁଜୁ କରିଛି।

ଏସ୍‌ପି ଏବଂ ଡିଏସ୍‌୍‌ପିଙ୍କ ନିର୍ଦ୍ଦେଶ କ୍ରମେ ପୋଲିସ ଦୁଇଟି ଟିମ୍‌ ଗଠନ କରି ଅପରାଧୀମାନଙ୍କୁ ଗିରଫ କରିବା ସହିତ ସେମାନଙ୍କର ଡାକ୍ତରୀମାଇନା ପରେ ଶୁକ୍ରବାର କୋର୍ଟ ଚାଲାଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋରମ ରାସ୍ତାରେ ଦବୁଛି ଗାଡ଼ି: ରାଇକିଆ-ସିମନବାଡ଼ି ରାସ୍ତାରେ ଯାତାୟାତ ବାଧାପ୍ରାପ୍ତ

ରାଇକିଆ, ୨୫।୯ (ପ୍ରଦୀପ ବେହେରା): ତିନି ଦିନ ଧରି ଲଗାଣ ବର୍ଷା ଯୋଗୁ କନ୍ଧମାଳ ଜିଲା ରାଇକିଆ ବ୍ଲକ ସୁଗଡ଼ବାଡ଼ି ପଞ୍ଚାୟତ ଅନ୍ତର୍ଗତ ମୁରୁଡ଼ିକୁପୁଡ଼ା ନିକଟରେ ରାଇକିଆ-ଦାରିଙ୍ଗବାଡ଼ିକୁ…

ଦଶହରା-ବାଲିଯାତ୍ରା ପୂର୍ବରୁ ମାଣିକେଶ୍ୱରୀ ପୀଠରେ ସୁରକ୍ଷା ଚିନ୍ତା: ଅଚଳ ସିସିଟିଭି, ଭଙ୍ଗା ପ୍ରାଚୀର ଓ ଲାଇଟ୍‌

ଥୁଆମୂଳରାମପୁର, ୨୫।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀଙ୍କ ଅତି ପୁରାତନ ତଥା ରାଜାରାଜୁଡ଼ା ଅମଳର ପ୍ରସିଦ୍ଧ ପୀଠର…

ଲଗାଣ ବର୍ଷାରେ ବେହାଲ ଥୁଆମୂଳ ରାମପୁର: ଧସିଲା ପାହାଡ଼, ଗଛ ପଡ଼ି ରାସ୍ତା ଅବରୋଧ

ଥୁଆମୂଳ ରାମପୁର, ୨୫।୯ (ଦୁର୍ଗା କୀର୍ତ୍ତି): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ‘ରେଡ୍‌ ୱାର୍ଣ୍ଣିଂ’ ଜାରି ହୋଇଥିବା ବେଳେ ଥୁଆମୂଳ ରାମପୁର ବ୍ଲକ୍‌ରେ…

କବାଡ଼ିରେ ଭାରତର ଦବଦବା: ପୁରୁଷ, ମହିଳା ଦଳ ଫାଇନାଲରେ

ନାଗୋୟା, ୨୫ା୯:ଭାରତର ଉଭୟ ପୁରୁଷ ଓ ମହିଳା ଦଳ ଏସିଆନ ଗେମ୍ସ କବାଡ଼ି ପ୍ରତିଯୋଗିତାର ଫାଇନାଲରେ ପ୍ରବେଶ କରିଛନ୍ତି। ଉଭୟ ଦଳ ସେମାନଙ୍କ ସ୍ବର୍ଣ୍ଣ ପଦକ ବଜାୟ…

ବିଶେଷ ଫରକ ପଡ଼ିବ ନାହିଁ, ବିରାଟ-ରୋହିତଙ୍କ ଦିନିକିଆରୁ ଅବସରକୁ ନେଇ ଏ କ’ଣ କହିଦେଲେ ସେହ୍ବାଗ

ନୂଆଦିଲ୍ଲୀ,୨୫।୯: ଭାରତ ଓ ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ ସେପ୍ଟେମ୍ବର ୨୭ରୁ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍‌ରେ ଆଉ ଥରେ…

ପ୍ରତିଯୋଗିତା ଛାଡ଼ି ଛାତ୍ରୀଙ୍କୁ ରୋଷେଇ କାମ!

ତୁମୁଡ଼ିବନ୍ଧ, ୨୫।୯ (ଦୀପକ କୁମାର ପରାସେଠ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତଜନିତ ବର୍ଷା ଗତ ୪ ଦିନ ହେଲା ଲାଗିରହିଛି। ଏହା ମଧ୍ୟରେ ଶୁକ୍ରବାର ତୁମୁଡ଼ିବନ୍ଧସ୍ଥିତ…

ଘର ନୁହେଁ, ଏବେ ବୃଦ୍ଧାଶ୍ରମରେ ରହୁଛନ୍ତି ବିନୋଦ କାମ୍ବଲୀ; ଭାଇରାଲ ଭିଡିଓ ଦେଖି ସ୍ତବ୍ଧ କ୍ରିକେଟ୍ ଜଗତ!

ମୁମ୍ବାଇ,୨୫।୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ତାରକା ବ୍ୟାଟର୍‌ ବିନୋଦ କାମ୍ବଲି ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ନିକଟରେ ସୋସିଆଲ ମିଡିଆରେ ସାମ୍ନାକୁ ଆସିଥିବା ତାଙ୍କର ଏକ…

UPI Payment Rules: ₹୬,୦୦୦ ବିଲ୍‌କୁ ₹୨,୦୦୦ କରି ଭାଗ ଭାଗ କରି ପେମେଣ୍ଟ କରୁଛନ୍ତି କି? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୨୫।୯: ୟୁପିଆଇ (UPI) ଜରିଆରେ ନେଣଦେଣ କରୁଥିବା ଗ୍ରାହକ ଓ ବ୍ୟବସାୟୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ୨୦୨୬ ଅକ୍ଟୋବର ୧୫ ତାରିଖରୁ UPI ନିୟମରେ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?