କରଞ୍ଜିଆରେ ଯୁବତୀଙ୍କୁ ଗଣବଳାତ୍କାର: ମୁଖ୍ୟ ଅଭିଯୁକ୍ତ ଅଟକ, ଅନ୍ୟ ଦୁଇ ଅଭିଯୁକ୍ତଙ୍କୁ ଖୋଜୁଛି ପୋଲିସ

କରଞ୍ଜିଆ,୨୫।୬: ମୟୂରଭଞ୍ଜ ଜିଲାର କରଞ୍ଜିଆ ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ଗଣବଳାତ୍କାର ଅଭିଯୋଗ ସାମ୍ନାକୁ ଆସିଛି। ଯୁବତୀ ଜଣକ ସମ୍ପର୍କୀୟଙ୍କ ଘରକୁ ବୁଲିବା ପାଇଁ ଯାଇଥିବା ସମୟରେ ଘଟଣାଟି ଘଟିଥିବା ଜଣାପଡ଼ିଛି।

ପୋଲିସ ସୂତ୍ରରୁ ପ୍ରକାଶ ଯେ, ଯୁବତୀ ଜଣଙ୍କ ଜଙ୍ଗଲିଆ ରାସ୍ତା ଦେଇ ଫେରୁଥିବା ବେଳେ ତିନି ଜଣ ଅଭିଯୁକ୍ତ ତାଙ୍କୁ ବାଇକ୍‌ରେ ଉଠାଇ ନେଇ ଗଣବଳାତ୍କାର କରିଥିଲେ। ପୀଡ଼ିତାଙ୍କ ଅଭିଯୋଗ ଆଧାରରେ କରଞ୍ଜିଆ ଥାନାରେ ତିନି ଜଣଙ୍କ ନାଁରେ ମାମଲା ରୁଜୁ ହୋଇଛି। ମୁଖ୍ୟ ଅଭିଯୁକ୍ତଙ୍କୁ ପୋଲିସ ଅଟକ କରିଥିବା ବେଳେ, ଅନ୍ୟ ଦୁଇ ସହଯୋଗୀ ଏବେ ମଧ୍ୟ ଫେରାର ଅଛନ୍ତି।

ମୟୂରଭଞ୍ଜ ଏସପି କହିଛନ୍ତି ଯେ, ଅନ୍ୟ ଦୁଇ ଅଭିଯୁକ୍ତଙ୍କୁ ଶୀଘ୍ର ଗିରଫ କରାଯିବ। ପୋଲିସ ଏହି ଘଟଣାର ତଦନ୍ତ ଜାରି ରଖିଛି ଏବଂ ଅଭିଯୁକ୍ତମାନଙ୍କୁ ଧରିବା ପାଇଁ ବିଭିନ୍ନ ସ୍ଥାନରେ ଚଢ଼ାଉ କରୁଛି। ଏହି ଘଟଣା ଅଞ୍ଚଳରେ ତୀବ୍ର ଆଲୋଡ଼ନ ସୃଷ୍ଟି କରିଛି, ଏବଂ ସ୍ଥାନୀୟ ଲୋକେ ଦୋଷୀମାନଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି। ପୀଡ଼ିତାଙ୍କୁ ଚିକିତ୍ସା ପାଇଁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ଏବଂ ତାଙ୍କୁ ଆବଶ୍ୟକୀୟ ସହାୟତା ଯୋଗାଇ ଦିଆଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍କଳ ଗୌରବ ମଧୁସୂଦନ ଦାସ ଉଚ୍ଚ ବିଦ୍ୟାଳୟରେ ଫରଫର ଉଡ଼ିଲା ତ୍ରିରଙ୍ଗା, ଦେଶପ୍ରେମୀଙ୍କ ବଳିଦାନ ପାଇଁ ଆଜି…

ଦାରିଙ୍ଗବାଡ଼ି,୧୫ା୮(ଅରୁଣ ସାହୁ): ଦେଶ ଆଜି ପାଳୁଛି ୮୦ତମ ସ୍ବାଧୀନତା ଦିବସ। ଏଥିପାଇଁ ପଲ୍ଲୀଠାରୁ ଦିଲ୍ଲୀ ପର୍ଯ୍ୟନ୍ତ ଉତ୍ସବ ମୁଖର ହୋଇପଡ଼ିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ଯୁବଗୋଷ୍ଠୀ ହିଁ ଆମ ରାଷ୍ଟ୍ରର ମହାନ ଶକ୍ତି: ଉପମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ,୧୫।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ସଦରମହଟୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ହର୍ଷଉଲ୍ଲାସ ମଧ୍ୟରେ ପାଳିତ ହୋଇଯାଇଛି। ସୁନ୍ଦରଗଡ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତରା ପଡିଆଠାରେ…

ବିଭିନ୍ନ ସ୍ଥାନରେ ସ୍ବାଧୀନତା ଦିବସ ପାଳିତ: କୃତୀ ପ୍ରତିଯୋଗୀ ପୁରସ୍କୃତ

ଭଞ୍ଜନଗର, ୧୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡ଼ିଆରେ ଶନିବାର ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରା…

ତ୍ରିରଙ୍ଗା ଉଡ଼ାଇଲେ ମୁଖ୍ୟମନ୍ତ୍ରୀ: କହିଲେ, ମୋଦିଙ୍କ ହାତରେ ଦେଶ ଆଜି ସୁରକ୍ଷିତ

ଭୁବନେଶ୍ୱର,୧୫।୮: ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜାତୀୟ ପତାକା ଉତ୍ତୋଳନ କକରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ…

ସେମିକଣ୍ଡକ୍ଟର, ପରମାଣୁ ଶକ୍ତି, ଭୋକାଲ ଫର୍‌ ଲୋକାଲ… ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣର ୧୦ଟି ବଡ଼ କଥା

ନୂଆଦିଲ୍ଲୀ,୧୫।୮: ଆଜି ଦେଶ ସ୍ବାଧୀନତାର ୮୦ ବର୍ଷ ପୂରଣ କରୁଛି। ଅଗଷ୍ଟ ୧୫ ଅବସରରେ, ପ୍ରଧାନମନ୍ତ୍ରୀ ମୋଦି ଲଗାତାର 13 ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ…

ସାଇବର ଠକେଇରୁ କେମିତି ରହିବେ ସୁରକ୍ଷିତ: ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ପାଳିତ

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନା ପକ୍ଷରୁ ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ଅବସରରେ ଏକ ସାଇବର ସଚେତନତା କାର୍ଯ୍ୟକ୍ରମ ହୋଇଯାଇଛି।…

ସରକାରୀ ପୋଲ ପୋତି ଦେବାରୁ ରାସ୍ତାରେ ଜମୁଛି ପାଣି: ବିପଦ ଆଶଙ୍କା

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ତାଲଭଅଁରା ସାହାଜପାଟି ଗ୍ରାମ ନିକଟ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କରେ ଥିବା ସରକାରୀ ପୋଲକୁ ମାଟି ପକାଇ…

ପତାକା ଉତ୍ତୋଳନ ପାଇଁ ଲୁହା ପାଇପ୍‌ ଆଣୁଥିଲେ ଶିକ୍ଷକ, ବାଜିଲା ବିଦ୍ୟୁତ ତାର: ଆଉ ତା’ପରେ ଘଟିଲା…

ସିମୁଳିଆ, ୧୫।୮(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ମଇତାପୁର ଅଞ୍ଚଳରେ ପ୍ରତିଷ୍ଠିତ ରୟାଲ ହାଇସ୍କୁଲ ଓ ରୟାଲ ପବ୍ଲିକ ସ୍କୁଲ ନାମକ ଏକ ଘରୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri