ବୟଫ୍ରେଣ୍ଡଙ୍କ ସହ ଗୁପ୍‌ଚୁପ୍‌ ଖାଇବାକୁ ଯାଇଥିଲେ ଡାକ୍ତରୀ ଛାତ୍ରୀ, ଫେରିବା ବେଳେ ଗଣବଳାତ୍କାର

ଜଳେଶ୍ୱର,୧୧ା୧୦(ନବୀନ ସାହୁ): ପଶ୍ଚିମବଙ୍ଗରେ ଆରଜି କର୍‌ ମେଡିକାଲ କଲେଜ ଘଟଣାର ହୋଇଛି ପୁନରାବୃତ୍ତି। ଦୁର୍ଗାପୁରର ଏକ ଘରୋଇ ମେଡିକାଲ କଲେଜରେ ଜଣେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ହୋଇଛି ଗଣବଳାତ୍କାର। ବାଲେଶ୍ୱର ଜିଲା ଜଳେଶ୍ୱର ଥାନା ନଚ୍ଚିମପୁର ଅଞ୍ଚଳର ବୋଲି ସୂଚନା ମିଳିଛି। ତେବେ ଗୁରୁତର ଅବସ୍ଥାରେ ପୀଡ଼ିତା ମେଡିକାଲ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି। ତାଙ୍କର ଚିକିତ୍ସା ଚାଲିଛି। ଘଟଣାସ୍ଥଳରେ ଦୁର୍ଗାପୁର ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଜାତୀୟ ମହିଳା କମିଶନ ଟିମ୍‌ ବି ଘଟଣାସ୍ଥଳ ଅଭିମୁଖେ ଯାଉଥିବା ସୂଚନା ମିଳିଛି।
ଗଣମାଧ୍ୟମ ସୂତ୍ର ଅନୁଯାୟୀ, ଡାକ୍ତରୀ ଛାତ୍ରୀ ଜଣଙ୍କ ତାଙ୍କ ବୟଫ୍ରେଣ୍ଡ ବା ପୁରୁଷବନ୍ଧୁଙ୍କ ସହ ଶୁକ୍ରବାର ରାତିରେ କ୍ୟାମ୍ପସ୍‌ ବାହାରକୁ ଗୁପ୍‌ଚୁପ୍‌ ଖାଇବା ପାଇଁ ଯାଇଥିଲେ। କଲେଜ ଗେଟ୍‌ ନିକଟରେ ୪ ରୁ ୫ ଜଣ ଅଜ୍ଞାତ ଲୋକ ତାଙ୍କୁ ଛକି ରହିଥିଲେ। ସେ ମେଡିକାଲକୁ ଫେରିବା ସମୟରେ ଟାଣିନେଇ ହସ୍ପିଟାଲ ପଛପଟେ ଏକ ଶୂନଶାନ୍‌ ସ୍ଥାନରେ ଗଣବଳାତ୍କାର କରିଥିଲେ। ପୀଡ଼ିତା ଛାତ୍ରୀଙ୍କୁ ଏବେ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଛି। ତାଙ୍କର ଚିକିତ୍ସା ଚାଲିଛି। ଏହି ଘଟଣାରେ ଏବେ ଦୁର୍ଗାପୁର ପୋଲିସ ତଦନ୍ତ ଆରମ୍ଭ କରିଛି। ଛାତ୍ରୀଙ୍କ ପୁରୁଷବନ୍ଧୁଙ୍କୁ ପଚରାଉଚରା କରାଯାଉଛି। ଖୁବ୍‌ଶୀଘ୍ର ଅଭିଯୁକ୍ତଙ୍କୁ ଗିରଫ କରାଯିବ ବୋଲି ସୂଚନା ମିଳିଛି।

ଅପରପକ୍ଷରେ ମେଡିକାଲ କଲେଜର ସୁରକ୍ଷା ବ୍ୟବସ୍ଥା ନେଇ ମଧ୍ୟ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ରାତି ୮ଟା ପରେ ହଷ୍ଟେଲ ଛାତ୍ରୀଙ୍କୁ କ୍ୟାମ୍ପସ ବାହାରକୁ ଯିବାକୁ ଅନୁମତି ନ ଥିବା ବେଳେ ଛାତ୍ରୀ ଜଣଙ୍କ କିପରି ବାହାରକୁ ଗଲେ ତାହାକୁ ନେଇ ମଧ୍ୟ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।
ପୀଡ଼ିତାଙ୍କ ପରିବାର ଲୋକେ ମେଡିକାଲ କଲେଜରେ ପହଞ୍ଚିଛନ୍ତି। ପୀଡ଼ିତାଙ୍କ ବାପା ଏନେଇ ଥାନାରେ ଅଭିଯୋଗ କରିଛନ୍ତି। ଖୁବ୍‌ଶୀଘ୍ର ଅଭିଯୁକ୍ତଙ୍କୁ ଚିହ୍ନଟ କରି କଠୋର କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି କରିଛନ୍ତି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?