‘ଗଙ୍ଗା’ ଅପରେଟ୍‌ କରୁଛନ୍ତି ସୁପର ୩୦

କ୍ୱିଭ୍‌,୭।୩: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧ ଭିତରେ ସେଠାରେ ଫସି ରହିଥିବା ଭାରତୀୟ ଛାତ୍ରୀଛାତ୍ରମାନଙ୍କୁ ନିଜ ଦେଶକୁ ଫେରାଇ ଆଣିବା ବର୍ତ୍ତମାନ କେନ୍ଦ୍ର ସରକାରଙ୍କ ମୁଖ୍ୟ ଉଦ୍ଦେଶ୍ୟ। ଏହାର ସଫଳ ରୂପାୟନ ପାଇଁ ଭାରତ ସରକାର ବିଭିନ୍ନ ପନ୍ଥା ଆପଣାଉଥିବାବେଳେ ଉଦ୍ଧାର କାର୍ଯ୍ୟରେ ପ୍ରମୁଖ ଅସ୍ତ୍ର ପାଲଟିଛି ଅପରେଶନ ଗଙ୍ଗା;ଯାହା ଜରିଆରେ ବହୁ ଭାରତୀୟଙ୍କ ସ୍ବଦେଶ ଫେରିବା ସମ୍ଭବ ହୋଇଛି। ଅପରେଶନ ଗଙ୍ଗାକୁ ସଫଳ କରିବା ପାଇଁ ବୁଦାପେଷ୍ଟର ଏକ ହୋଟେଲ ପାଲଟିଛି କଣ୍ଟ୍ରୋଲ୍‌ ରୁମ୍‌। ଯେଉଁଥିରେ ଭାରତର ୩୦ ବିଦେଶ ସେବା ଅଫିସରଙ୍କୁ ନେଇ ଅପରେଶନ୍‌ ଗଙ୍ଗା ଅପରେଟ୍‌ ହେଉଛି। ଟେକ୍‌ନିକାଲ ଷ୍ଟାଫ୍‌ଙ୍କୁ ମିଶାଇ ୧୫୦ ଭଲାଣ୍ଟିୟର ସାମିଲ ଅଛନ୍ତି। ଫସିଥିବାଙ୍କ ଯାତାୟାତ, ରହଣି, ଖାଦ୍ୟ ଏବଂ ବିମାନ ଭଳି ୪ ଭାଗରେ ବିଭକ୍ତ କରାଯାଇଛି। ପ୍ରାରମ୍ଭିକ ସମୟରେ ବହୁତ କମ୍‌ ଲୋକ ଏହି ମିଶନରେ ଥିଲେ। କିନ୍ତୁ ଦିନ ବଢିବା ସହ ସଦସ୍ୟଙ୍କ ସଂଖ୍ୟା ବୃଦ୍ଧି ପାଇଥିବା ଅପରେଶନର ଡେପୁଟି ଚିଫ୍‌ ରାଜୀବ ବୋଦଓ୍ବାଡେ କହିଛନ୍ତି। ହୋଟେଲ ରୁମ୍‌ରେ ଏକ କମାଣ୍ଡ ସେଣ୍ଟର ବ୍ୟବସ୍ଥା କରାଯାଇଛି। ଯେଉଁଠାରେ ବିଭିନ୍ନ ସୀମାରୁ ଆସୁଥିବା କମାଣ୍ଡ ଅନୁସାରେ କାର୍ଯ୍ୟ କରାଯାଉଛି। କେତେ ଜଣ ଭାରତୀୟ ସୀମା ପାର୍‌ କରିସାରିଛନ୍ତି ଏବଂ ଆଉ କେତେ ଜଣ ଯାଇପାରିବେ ତାହା ସୀମାରେ ଥିବା ଟିମ୍‌ ଆମକୁ କହିବା ପରେ ଆମେ ସେ ଅନୁସାରେ ଛାତ୍ରୀଛାତ୍ରଙ୍କୁ ଏଠାରୁ ଛାଡୁଛୁ।


Enter your email to get our daily news in your inbox.

All Right Reserved By Dharitri.Com

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…

ନେପାଳରେ ବନ୍ୟା: ୟୁପିରୁ ମିଳିଲାଣି ୧୦ ମୃତଦେହ

ଲକ୍ଷ୍ନୌ,୨୯ା୮: ନେପାଳ ବନ୍ୟାରେ ଭାସିଆସିଥିବା ୧୦ ଜଣଙ୍କ ମୃତଦେହ ପୂର୍ବ ଉତ୍ତରପ୍ରଦେଶର ଗଣ୍ଡକ ନଦୀରୁ ମିଳିଛି। ମହାରାଜଗଞ୍ଜ ଏବଂ କୁଶିନଗର ଜିଲାରୁ ୨ ଦିନରେ ୧୦ ଜଣଙ୍କ…

ନେପାଳ ବନ୍ୟାରେ ସାଙ୍ଘାତିକ ଲୁଟ୍! ଭାସିଆସିଲା ସିନ୍ଦୁକ, ଲୁଟିନେଲେ ୯୨.୭ ଲକ୍ଷ! ମୃତଦେହରୁ ବି ଚୋରି ହେଲା…

କାଠମାଣ୍ଡୁ, ୨୯।୮: ନେପାଳରେ ସମ୍ପ୍ରତି ଆସିଥିବା ବିନାଶକାରୀ ବନ୍ୟା ମଧ୍ୟରେ କିଛି ଚାଞ୍ଜଲ୍ୟକର ଘଟଣା ସାମ୍ନାକୁ ଆସିଛି। ବନ୍ୟା ପାଣିରେ ଭାସିଆସିଥିବା ଏକ ସେଫ୍‌ (ସିନ୍ଦୁକ)ରୁ ଟଙ୍କା…

ଗ୍ଲେସିଅର୍ ତାଣ୍ଡବ ମଧ୍ୟରେ ଭାରତ ସାଜିଲା ଦେବଦୂତ! ପିଏମ୍ ମୋଦିଙ୍କୁ ‘ଉଦାର’ କହି କୃତଜ୍ଞତା ଜଣାଇଲେ ନେପାଳ ଅର୍ଥମନ୍ତ୍ରୀ!

କାଠମାଣ୍ଡୁ,୨୯।୮: ନେପାଳ-ତିବ୍ବତ ସୀମାରେ ହିମସ୍ଖଳନ ଏବଂ ଗ୍ଲେସିଅର୍ ଫାଟିବା ଯୋଗୁ ଆସିଥିବା ବିନାଶକାରୀ ବନ୍ୟା ନେପାଳରେ ଭୟଙ୍କର ତାଣ୍ଡବ ରଚିଛି। ଏହି ପ୍ରାକୃତିକ ବିପତ୍ତିରେ ବର୍ତ୍ତମାନ ସୁଦ୍ଧା…

ରୋଷେଇ ଘରେ ବିଷ? ଏଭରେଷ୍ଟ ହିଙ୍ଗୁ ଉପରେ FSSAIର ବ୍ୟାନ୍, ୩ ମସଲା ନେଇ ସାମ୍ନାକୁ ଆସିଲା ବଡ଼ ଜାଲିଆତି!

ନୂଆଦିଲ୍ଲୀ,୨୯।୮: ଭାରତୀୟ ଖାଦ୍ୟ ସୁରକ୍ଷା ଓ ମାନକ ପ୍ରାଧିକରଣ (FSSAI) ଗ୍ରାହକଙ୍କ ସ୍ୱାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ପ୍ରସିଦ୍ଧ ମସଲା…

NDAରେ ବଡ଼ ଫାଟ: କେନ୍ଦ୍ରମନ୍ତ୍ରୀଙ୍କ ଇସ୍ତଫା ମାଗିଲେ ଚିରାଗ ପାଶୱାନ, ଦିଲ୍ଲୀରେ ପଡିଲା ଚହଳ…

ନୂଆଦିଲ୍ଲୀ,୨୯।୮: NDAରେ ଦଳିତ ସଂରକ୍ଷଣକୁ ନେଇ ଫାଟ ସ୍ପଷ୍ଟ ଦେଖାଯାଉଛି। ଲୋକ ଜନଶକ୍ତି ପାର୍ଟି (ରାମବିଲାସ) ର ମୁଖ୍ୟ କେନ୍ଦ୍ରମନ୍ତ୍ରୀ ଚିରାଗ ପାଶୱାନ, ମୋଦି କ୍ୟାବିନେଟରେ ଥିବା…

ଗଣତନ୍ତ୍ରକୁ ସଶକ୍ତ କରିବା ପାଇଁ ଯୁବପିଢ଼ିଙ୍କୁ ଆହ୍ବାନ: ସଚେତନ ନାଗରିକ ହେବାକୁ ଛାତ୍ରୀଛାତ୍ରଙ୍କ ଶପଥ

ଭଞ୍ଜନଗର,୨୯ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଅନ୍ତର୍ଗତ ପିଏମ ସରକାରୀ ଉଚ୍ଚ ବିଦ୍ୟାଳୟ, ମୁଜାଗଡ଼ ଏବଂ କବିସମ୍ରାଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, କୁଲାଡ଼ରେ ନିର୍ବାଚନ ସାକ୍ଷରତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri