ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟକୁ ମିଳିଲା ଗ୍ରେଡ୍‌ ‘ଏ’ ମାନ୍ୟତା

ସମ୍ବଲପୁର,୨୭ା୧୧: ସମ୍ବଲପୁର ଗଙ୍ଗାଧର ମେହେର ବିଶ୍ବବିଦ୍ୟାଳୟକୁ ନାକ୍‌ ଗ୍ରେଡ ଏ’ ମାନ୍ୟତା ମିଳିଛି। ଏନେଇ ଡେପୁଟି ରେଜିଷ୍ଟ୍ରାର ସୂଚନା ଦେଇଛନ୍ତି। ମହାବିଦ୍ୟାଳୟରୁ ବିଶ୍ୱବିଦ୍ୟାଳୟ ହେବା ପରେ ପ୍ରଥମଥର ଗ୍ରେଡ୍‌ ‘ଏ’ ମାନ୍ୟତା ମିଳିଥିବାରୁ ଛାତ୍ରୀଛାତ୍ର ଅଭିଭାବକଙ୍କ ସମେତ ସମ୍ବଲପୁରବାସୀଙ୍କ ମଧ୍ୟରେ ଆନନ୍ଦର ଲହରି ଖେଳିଯାଇଛି।

୧୯୪୪ରେ ସମ୍ବଲପୁର ସହରରେ ଗଙ୍ଗାଧର ମେହେର ମହାବିଦ୍ୟାଳୟ ‘ସମ୍ବଲପୁର କଲେଜ’ ନାମରେ ପ୍ରତିଷ୍ଠିତ ହୋଇ ତତ୍‌କାଳୀନ ଜିଲା ସ୍କୁଲରେ କାର୍ଯ୍ୟ କରୁଥିଲା । ପରେ କବି  ଗଙ୍ଗାଧର ମେହେରଙ୍କ ନାମାନୁସାରେ ଏହାର ନାମ ‘ଗଙ୍ଗାଧର ମେହେର କଲେଜ’ ହେଲା । ଏହା ପ୍ରଥମେ ଓଡ଼ିଶାର ଏକମାତ୍ର ବିଶ୍ୱବିଦ୍ୟାଳୟ ଉତ୍କଳ ବିଶ୍ୱବିଦ୍ୟାଳୟ ସହିତ ଅନୁବନ୍ଧିତ ହେଇଥିଲା । ଉଲ୍ଲେଖଯୋଗ୍ୟ ଯେ, ଉତ୍କଳ ବିଶ୍ୱବିଦ୍ୟାଳୟ ୧୯୪୩ରେ ସ୍ଥାପିତ ହେଇଥିଲା । ପରେ ୧୯୬୭ରେ ସମ୍ବଲପୁର ବିଶ୍ୱବିଦ୍ୟାଳୟ ସ୍ଥାପିତ ହେବା ପରେ ଏହା ସେହି ବିଶ୍ୱବିଦ୍ୟାଳୟ ସହ ସ୍ୱତଃଅନୁବନ୍ଧିତ ହେଲା ।

୧୯୨ ଜଣ ଛାତ୍ରୀଛାତ୍ରଙ୍କୁ ନେଇ ଆରମ୍ଭ ହେଇଥିବା ଏହି ସହ ଶିକ୍ଷା ମହାବିଦ୍ୟାଳୟ ୨୦୧୫ ବେଳକୁ ଏକ ସମ୍ପୂର୍ଣ୍ଣ ସ୍ନାତକୋତ୍ତର ମହାବିଦ୍ୟାଳୟରେ ପରିଣତ ହେଇ ପ୍ରାୟ ୪୫୦୦ ଛାତ୍ରୀଛାତ୍ର ଓ ୧୯ଟି ବିଭାଗ ସହ ଚାଲିଛି । ଏଥିରେ ପାରମ୍ପରିକ କଳା, ବିଜ୍ଞାନ, ବାଣିଜ୍ୟ ବିଭାଗ ସହ କମ୍ପ୍ୟୁଟର ପ୍ରୟୋଗ ବିଭାଗ, ବୟନ କଳା ବିଭାଗ, ଫଟୋଗ୍ରାଫି ଶିକ୍ଷା ବିଭାଗ ଆଦି ଆଧୁନିକ ବିଭାଗ ସବୁ ରହିଛି ।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ମେଗା ପ୍ରକଳ୍ପର ମେନ୍ ପାଇପ୍ ଫାଟିଲା, ପ୍ରବଳ ଗ୍ରୀଷ୍ମ ପ୍ରବାହ ମଧ୍ୟରେ ୫ରୁ ଊର୍ଦ୍ଧ୍ୱ ଗ୍ରାମକୁ ପାନୀୟ ଜଳ ଯୋଗାଣ ଠପ୍

ଭେଡ଼େନ, ୬ ଜୁନ୍ (ହୃଷିକେଶ ଖମାରୀ): ସମଗ୍ର ଅଞ୍ଚଳରେ ତାପମାତ୍ରା ଥମିବାର ନାଁ ନେଉ ନଥିବା ବେଳେ ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏଭଳି…

ସାଇବର ଜାଲିଆତି ସିଣ୍ଡିକେଟ୍‌ର ବଡ଼ ପର୍ଦ୍ଦାଫାଶ

ନୂଆଦିଲ୍ଲୀ,୬ା୬: କେନ୍ଦ୍ରୀୟ ଦିଲ୍ଲୀ ପୋଲିସ ମାସେବ୍ୟାପୀ ଚଢ଼ାଉ କରି ୭ଟି ଆନ୍ତଃରାଜ୍ୟ ସାଇବର ଜାଲିଆତି ସିଣଣ୍ଡିକେଟ୍‌ର ପର୍ଦ୍ଦାଫାଶ କରିବା ସହ ୧୪ ଜଣଙ୍କୁ ଗିରଫ କରିଛି। ଜଣେ…

କୂଅ ସଫା କରିବା ବେଳେ ବ୍ଲିଚିଂ ଗ୍ୟାସରେ ଶ୍ରମିକ ଅଣନିଶ୍ୱାସୀ, ଅଗ୍ନିଶମ ବାହିନୀ ଦ୍ୱାରା…

ଭଞ୍ଜନଗର, ୬ ଜୁନ୍ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଏକ ସାହିରେ କୂଅ ସଫା କରିବା ସମୟରେ ଜଣେ ଶ୍ରମିକ ବିଷାକ୍ତ ଗ୍ୟାସ ସଂସ୍ପର୍ଶରେ…

ହିଟ୍‌ ଓ୍ବେଭ୍‌ ସହ କାଳବୈଶାଖୀ, ୧୦ ଯାଏ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୬ା୬ (ବନ୍ଦନା ସେଠୀ) – ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ସହ ଗୁଳୁଗୁଳି ଜାରି ରହିଥିବାବେଳେ ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚୁଛି। ଆସନ୍ତା ୧୦ ତାରିଖ…

ଶୁଳିଆ ପାହାଡ଼ରେ ରୋପଣ ହେଲା ୪ ହଜାର ବାଉଁଶ ଚାରା: ଜଙ୍ଗଲ ଓ ବନ୍ୟପ୍ରାଣୀ ସୁରକ୍ଷା ପାଇଁ…

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ପୋଡ଼ାମାରି ଗ୍ରାମ ସ୍ଥିତ ଚନ୍ଦ୍ରଗିରି ବନାଞ୍ଚଳ କାର୍ଯ୍ୟାଳୟ ପକ୍ଷରୁ ରେଞ୍ଜର ରୂପକ ପ୍ରଧାନ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ…

ଆମେରିକା ପ୍ରବେଶ ପାଇଁ ଇରାନ ଫୁଟବଲ ଦଳକୁ ମିଳିଲା ଭିଜା

ଓ୍ବାଶିଂଟନ,୫।୬: ଯୁକ୍ତରାଷ୍ଟ୍ର ଆମେରିକା(ୟୁଏସ୍‌) ଇରାନ ବିଶ୍ୱକପ୍‌ ପୁଟ୍‌ବଲ ଦଳର ସଦସ୍ୟମାନଙ୍କୁ ଭିଜା ପ୍ରଦାନ କରିଛି। ଫଳରେ ଇରାନ ଦଳ ଆମେରିକାରେ ପ୍ରବେଶ କରିପାରିବ। ମେକ୍ସିକୋର ଟିଜୁଆନାରେ ଦଳ…

ଥୁଆମୂଳ ରାମପୁରରେ ପରିବର୍ତ୍ତନ କ୍ଲାସେସ୍ ପକ୍ଷରୁ ବିଶ୍ୱ ପରିବେଶ ଦିବସ ପାଳିତ: ସଫେଇ ଅଭିଯାନ ସହ ଛାତ୍ରଛାତ୍ରୀ ପୁରସ୍କୃତ

ଥୁଆମୂଳ ରାମପୁର, ୦୬ ଜୁନ୍ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରଠାରେ ସ୍ଥାନୀୟ ଅଗ୍ରଣୀ ଶିକ୍ଷାନୁଷ୍ଠାନ ‘ପରିବର୍ତ୍ତନ କ୍ଲାସେସ୍’ ଆନୁକୂଲ୍ୟରେ ବିଶ୍ୱ ପରିବେଶ ଦିବସ ସମାରୋହ…

RI ଚାକିରି ଆଶା ଦେଖାଇ ଲୁଟିଥିଲେ ୫.୫ ଲକ୍ଷ ଟଙ୍କା; ହୀରାକୁଦରୁ ଅଭିଯୁକ୍ତଙ୍କୁ ବାନ୍ଧିଲା କେନ୍ଦୁଝର ପୋଲିସ

କେନ୍ଦୁଝର,୬।୬(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାରୀ ଚାକିରି ଯୋଗାଇଦେବାର ମିଥ୍ୟା ପ୍ରତିଶ୍ରୁତି ଦେଇ ଲକ୍ଷ ଲକ୍ଷ ଟଙ୍କା ଠକେଇ କରିବା ମାମଲାରେ କେନ୍ଦୁଝର ଟାଉନ ପୋଲିସକୁ ଏକ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri