ଭୁବନେଶ୍ୱର, ୧୦ା୨(ବ୍ୟୁରୋ): ହୀରାକୁଦ ଡ୍ୟାମ୍ର ବିସ୍ତୃତ ପ୍ରକଳ୍ପ ରିପୋର୍ଟରେ ଗଙ୍ଗାଧର ମେହେର ଉଠା ଜଳସେଚନ ପ୍ରକଳ୍ପ ପାଇଁ ଆବଶ୍ୟକ ହେଉଥିବା ଜଳ ବରଗଡ ମୁଖ୍ୟ କେନାଲର ଆର୍ଡି ୩୪.୧୦ କି.ମି.ରୁ ଉତ୍ତୋଳନ ପାଇଁ ପ୍ରାବଧାନ କରାଯାଇଥିଲା। ପ୍ରକଳ୍ପ ରିପୋର୍ଟରେ ଥିବା ପ୍ରାବଧାନକୁ କାର୍ଯ୍ୟକାରୀ କରିବାକୁ ହେଲେ ବରଗଡ ମୁଖ୍ୟ କେନାଲ ଆର୍ଡି ୩୪.୧୦ କି.ମି. ପର୍ଯ୍ୟନ୍ତ ଲାଇନିଂ କରିବା ସହିତ ତତ୍ସଂଲଗ୍ନ ଷ୍ଟ୍ରକ୍ଚରଗୁଡିକର ସମ୍ପ୍ରସାରଣ ଏବଂ ମରାମତି ଆବଶ୍ୟକ। ଏହି କାର୍ଯ୍ୟ କରିବା ପାଇଁ ବରଗଡ ମୁଖ୍ୟ କେନାଲକୁ ଅନୂ୍ୟନ ୨ ବର୍ଷ ବନ୍ଦ କରିବାକୁ ହେବ। ବରଗଡ ମୁଖ୍ୟ କେନାଲ ବନ୍ଦ ହେଲେ ଜଳସେଚନ ବାଧାପ୍ରାପ୍ତ ହେବ ଏବଂ କେନାଲ ଉପରେ ନିର୍ଭର କରୁଥିବା ଚାଷୀମାନେ ଅସନ୍ତୋଷ ହେବେ ବୋଲି ଆଶଙ୍କା କରାଯାଉଛି। ଏହାକୁ ଦୃଷ୍ଟିରେ ରଖି ଏକ ବିକଳ୍ପ ପ୍ରସ୍ତାବ ଯଥା ବରଗଡ ମୁଖ୍ୟ କେନାଲ ହେଡ୍ ରେଗୁଲେଟଠାରୁ ସିଧାସଳଖ ୩୪.୧୦ କି.ମି. ପର୍ଯ୍ୟନ୍ତ ପାଇପ ବିଛାଇ ଜଳ ଉତ୍ତୋଳନ କରି ଗଙ୍ଗାଧର ମେହେର ଉଠା ଜଳସେଚନ ପ୍ରକଳ୍ପ ଲାଗି ଆବଶ୍ୟକ ଜଳ ଯୋଗାଇ ଦେବା ପାଇଁ ପରିକଳ୍ପନା କରାଯାଇ ଏହି କାର୍ଯ୍ୟ କରିବାକୁ ଟେଣ୍ଡର ଆହ୍ବାନ କରାଯାଇଥିଲା। ଏହି ଟେଣ୍ଡର ପ୍ରକ୍ରିୟାରେ ୪ ଜଣ ଏଜେନ୍ସିଂ ଅଂଶଗ୍ରହଣ କରିଥିଲେ। ତନ୍ମଧ୍ୟରୁ ଏକ କମ୍ପାନୀ ୩୪୦ କୋଟି ୩୬ ଲକ୍ଷ ଟଙ୍କା ବିନିମୟରେ ଏହି କାର୍ଯ୍ୟ କରିବାକୁ ଆବେଦନ କରି ସର୍ବନିମ୍ନ ବିଡ୍ର ଭାବେ ପରିଗଣିତ ହୋଇଛନ୍ତି। ରାଜ୍ୟ କ୍ୟାବିନେଟ୍ ଏହି ପ୍ରକଳ୍ପର ଟେଣ୍ଡରକୁ ଅନୁମୋଦନ କରିଛି। ଏହି ପ୍ରକଳ୍ପ କାମ ୩୦ ମାସ ମଧ୍ୟରେ ସମ୍ପୂର୍ଣ୍ଣ କରିବା ଲାଗି ଲକ୍ଷ୍ୟଧାର୍ଯ୍ୟ ହୋଇଛି।
ଜନସଂଖ୍ୟା ବୃଦ୍ଧି ଯୋଗୁ ଗତ କିଛି ବର୍ଷ ହେବ ଭୂତଳ ଜଳ ବ୍ୟବହାର ବହୁଗୁଣିତ ଭାବେ ବୃଦ୍ଧି ପାଇଛି। ଭୂତଳ ଜଳର ଅନୁସନ୍ଧାନ, ମନିଟରିଂ ଏବଂ ସମନ୍ବିତ ପରିଚାଳନା ପାଇଁ ଉନ୍ନତ ବୈଜ୍ଞାନିକ କୌଶଳର ପ୍ରୟୋଗ ମାଧ୍ୟମରେ ଏହାର ସମାଧାନ କରିବା ପାଇଁ ରାଜ୍ୟ ସରକାର ୨୦୧୮ ନଭେମ୍ବର ୨ ତାରିଖରେ ଭୂତଳ ନିର୍ଦ୍ଦେଶାଳୟ ଅଧୀନରେ ଥିବା ଜିଓଲୋଜିକାଲ କ୍ୟାଡ୍ରକୁ ପୁନର୍ଗଠନ କରିଛନ୍ତି।
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ
ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…
ଭୁବନେଶ୍ୱର ଫୁଲ ଦୋକାନ
ଫର୍ନସ ଏନ୍ ପେଟାଲ୍ସ ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ
କଳିଙ୍ଗ ଫିଟନେସ୍ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍ରେ ସବୁ ପ୍ରକାର…
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ
ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…
କଟକ ଦହିବରା ଆଳୁଦମ
ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ
ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…
ଶ୍ରେଷ୍ଠ ପାଞ୍ଚ ପୁରୀର ମଠ
ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…
ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ
ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

