Posted inବରଗଡ଼

ଗଙ୍ଗାଧର ଥିଲେ ଅମୃତର କବି

ବରଗଡ଼ ଅଫିସ୍‌,୪।୮
ବରଗଡ଼ ଜିଲା ବିଜେପୁର ଖଗେଶ୍ୱର ସାହିତ୍ୟ କଳା ପରିଷଦ ପକ୍ଷରୁ ଡିଜିଟାଲାଇଜେଶନ ମାଧ୍ୟମରେ ସୋମବାର ଗଙ୍ଗାଧର ମେହେର ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ମେହେରପଡ଼ାରେ ଥିବା ସ୍ବଭାବ କବିଙ୍କ ପ୍ରତିମୂର୍ତ୍ତିରେ ପରିଷଦ ପକ୍ଷରୁ ମାଲ୍ୟାର୍ପଣ କରାଯାଇଥିଲା। ପରିଷଦ ସଭାପତି ମୋହନ ସିଂ କହ୍ନେଇଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସମାରୋହରେ ପଦ୍ମପୁର ଉପଜିଲାପାଳ ତନ୍ମୟ କୁମାର ଦରୱାନ ମୁଖ୍ୟଅତିଥି ଏବଂ ପଦ୍ମଶ୍ରୀ ହଳଧର ନାଗ ସ୍ବତନ୍ତ୍ର ଅତିଥି ଭାବେ ଯୋଗ ଦେଇଥିଲେ। ଡ. ପ୍ରଦୀପ କୁମାର ପଧାନ, ଅଧ୍ୟାପକ ସୁଶାନ୍ତ କୁମାର ମିଶ୍ର ଯୋଗଦାନ କରି ଗଙ୍ଗାଧର ଅମୃତର କବି ବୋଲି ଆଲୋଚନା କରିଥିଲେ। କଣ୍ଠଶିଳ୍ପୀ ପ୍ରଶାନ୍ତ ପ୍ରଧାନ ଉଦଘାଟନୀ ସଙ୍ଗୀତ ଗାନ କରିଥିଲେ। ଏହି ଅନ୍‌ଲାଇନ କାର୍ଯ୍ୟକ୍ରମକୁ ଉପ ସଭାପତି ଦିଲୀପ କୁମାର ଦେବତା, ସମ୍ପାଦକ ରାଜେଶ୍ୱର ବେହେରା, ସହ ସମ୍ପାଦକ ହୃଦମଣି ସାହୁ, କୋଷାଧ୍ୟକ୍ଷ ଦେବାଶିଷ ମେହେର, ଜିତେନ୍ଦ୍ରିୟ ମେହେର, ଆଶୁତୋଷ ମହାପାତ୍ର ପ୍ରମୁଖ ପରିଚାଳନା କରିଥିଲେ। ଶେଷ ପର୍ଯ୍ୟାୟରେ କବିତା ଆସର ମନର୍‌ କଥା ଅନୁଷ୍ଠିତ ହୋଇଥିଲା।
ବରଗଡ଼ ଅଗ୍ରଗାମୀ ଯୁବକ ସଂଘ ପରିସରରେ ସଂଘ ସଭାପତି ଦେବେଶ ଆଚାର୍ଯ୍ୟଙ୍କ ଅଧ୍ୟକ୍ଷତାରେ ଗଙ୍ଗାଧର ଜୟନ୍ତୀ ପାଳିତ ହୋଇଥିଲା। ସମ୍ପାଦକ ବିଶ୍ୱଜିତ ମିଶ, ଗାନ୍ଧୀ ସ୍ମୃତି ପାଠାଗାର ସଭାପତି ଅରୁଣ ମହାନ୍ତି, ଜିଲା କ୍ରୀଡ଼ା ସଂସଦ ସମ୍ପାଦକ କିଶୋର ମିଶ୍ର, କୃଷକ ନେତା ଗୌରଚନ୍ଦ୍ର ଖମାରୀ, ରାଜକୁମାର ବିଶି ପ୍ରମୁଖ ସ୍ବଭାବ କବିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ। ବରପାଲିରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଏକ ସ୍ମରଣିକା ଉନ୍ମୋଚନ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ପ୍ରଫେସର ମଣୀନ୍ଦ୍ର କୁମାର ମେହେର, ନିରଞ୍ଜନ ମେହେର, ଡ. ସୁକମନି ମେହେର, ଡା. ସୁବଳ ମାଝି, ରମାକାନ୍ତ ତ୍ରିପାଠୀ, ବୀରେନ୍ଦ୍ର ନାଗ ପ୍ରମୁଖ ଉପସ୍ଥିତ ଥିଲେ। ସେହିପରି ଜିଲା ସଦର ମହକୁମାରେ ଗଙ୍ଗାଧର ଜୟନ୍ତୀ ପାଳନ କରାଯାଇଥିଲା। ଏଥିରେ ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ, ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ପ୍ରମୁଖ ଯୋଗ ଦେଇଥିଲେ ଏବଂ ଗାନ୍ଧୀଛକ ସ୍ଥିତ କବି ଗଙ୍ଗାଧରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ। ପଦ୍ମପୁର ଗଙ୍ଗାଧର ମଣ୍ଡପରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଉପଜିଲାପାଳ ତନ୍ମୟ କୁମାର ଦରୱାନ ମୁଖ୍ୟଅତିଥି ଭାବେ ଯୋଗ ଦେଇଥିଲେ। ସ୍ମୃତି କମିଟି ସଭାପତି ଡ. ପ୍ରମୋଦ ପାଢ଼ୀ, ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପୂର୍ଣ୍ଣଚନ୍ଦ୍ର ପାଣିଗ୍ରାହୀ, ଡ.ଜୟକେତନ ତ୍ରିପାଠୀ, କରୁଣାକର ମେହେର, ରାମଚନ୍ଦ୍ର ମେହେର, ରାଜେନ୍ଦ୍ର କୁମାର ମହାନ୍ତି, ମନୋଜ କୁମାର ପଣ୍ଡା ପ୍ରମୁଖ ଉପସ୍ଥିତ ରହି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଡ. ମାନଭଞ୍ଜନ ପ୍ରଧାନ କବିଙ୍କ ଜୀବନୀ, ସାହିତ୍ୟ ଉପରେ ସୂଚନା ପ୍ରଦାନ କରିଥିଲେ। ଅଶୋକ କୁମାର ବହିଦାର ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ବରଗଡ଼ରେ ନୂଆଖାଇ ଲଗ୍ନ ଧାର୍ଯ୍ୟ, ଏହି ମୁହୂର୍ତ୍ତରେ ଶୁଭବେଳା…

ବରଗଡ଼,୬ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମଦେବୀ ସମଲେଶ୍ୱରୀଙ୍କ ପୀଠରେ ରବିବାର ନୂଆଖାଇ ଲଗ୍ନ ନିରୂପଣ କରାଯାଇଛି। ବିଧି ଓ ପରମ୍ପରା ଅନୁଯାୟୀ ଆସନ୍ତା ୧୪ ତାରିଖ ନିଶାର୍ଦ୍ଧ…

ଚାଲାଣ କରୁଥିଲେ କଫ୍ ସିରପ୍, ମାଡ଼ି ବସିଲା ପୋଲିସ

ଭେଡେନ, ୬/୯ (ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଋଷୁଡ଼ା ଫାଣ୍ଡି ପୋଲିସ ଶନିବାର ବିପୁଳ ପରିମାଣର କଫ୍ ସିରପ୍ ଜବତ କରିଛି। ଏହି ଘଟଣାରେ…

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ସିଏମ୍ କିଷାନ ଯୋଜନା: ବରଗଡ଼ର ୧.୭୫ ଲକ୍ଷ ଚାଷୀଙ୍କୁ ମିଳିବ ରବି ସହାୟତା, ସିଧାସଳଖ ବ୍ୟାଙ୍କ ଖାତାକୁ ଗଲା ଟଙ୍କା

ବରଗଡ଼,୪।୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ଚାଷୀମାନଙ୍କ ଆର୍ଥିକ ସମୃଦ୍ଧି ଓ କୃଷି କାର୍ଯ୍ୟକୁ ଅଧିକ ଗତିଶୀଳ କରିବା ପାଇଁ ଶୁକ୍ରବାର ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କରକମଳରେ…

ରୁଷୁଡ଼ା ଫାଣ୍ଡିରେ ଯୋଗଦେଲେ ନୂତନ ଫାଣ୍ଡି ଅଧିକାରୀ, ଅଞ୍ଚଳରେ ଆଇନ ଶୃଙ୍ଖଳା…

ଭେଡ଼େନ ୪।୯(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡ଼େନ ଥାନା ଅନ୍ତର୍ଗତ ରୁଷୁଡ଼ା ପୋଲିସ ଫାଣ୍ଡିରେ ଶୁକ୍ରବାର ନୂତନ ଫାଣ୍ଡି ଅଧିକାରୀ ଭାବରେ ଗୋଳକ ବିହାରୀ ସେଠୀ ଦାୟିତ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri