ଗଙ୍ଗା ସାଗର ମେଳାରେ କରୋନା ଏଣ୍ଟ୍ରି: ୪ ସାଧୁ ପଜିଟିଭ

କୋଲକାତା,୮ ।୧: ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ପଶ୍ଚିମବଙ୍ଗର ଗଙ୍ଗା ସାଗର ମେଳା ଓ ଉତ୍ତର ପ୍ରଦେଶର ପ୍ରୟାଗରାଜ ମାଘମେଳା ଆଉ ଏକ ସମସ୍ୟା ସୃଷ୍ଟ କରିବାକୁ ଯାଉଛି । ଗଙ୍ଗା ସାଗର ମେଳାରେ ୪ ସାଧୁ କରୋନା ପଜିଟିଭ ଅର୍ଥାତ୍ କରୋନାରେ ସଂକ୍ରମିତ ହୋଇଥିବା ଜଣାପଡିଛି । ଶୁକ୍ରବାର ହାଇକୋର୍ଟଙ୍କ ସର୍ତ୍ତ ସହ ଗଙ୍ଗା ସାଗର ମେଳାକୁ ଅନୁମତି ପ୍ରଦାନ କରିଥିଲେ । ସୂଚନାଯୋଗ୍ୟ, ଗଙ୍ଗା ସାଗର ମେଳାରେ ଶୁକାବାର ସନ୍ଧ୍ୟା ସୁଦ୍ଧା ୧୧୨ ଜଣଙ୍କ ସାମ୍ପଲ ଟେଷ୍ଟ କରାଯାଇଥିଲା । ଏଥିମଧ୍ୟରୁ ୪ ଜଣ ସାଧୁଙ୍କ ସାମ୍ପଲ ପିଜିଟିଭ ଆସିଛି । ଏବେ ଏଠାରେ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ସମାଗମ ହେବାକୁ ଥିବାବେଳେ ଆଗକୁ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇପାରେ । ଗୋଟିଏ ପଟେ ପଶ୍ଚିମବଙ୍ଗ ସରକାର ସମସ୍ତ କରୋନା କଟକଣା ପାଳନ କରି ଗଙ୍ଗା ସାଗର ମେଳା ପାଇଁ ଅନୁମତି ଆଣିଥିବା ବେଳେ ଅନ୍ୟପଟେ ରାଜ୍ୟରେ ଡାକ୍ତରଙ୍କ ସଂଖ୍ୟା କମ୍ ଥିବା ଦର୍ଶାଇ କୁମ୍ଭିର କାନ୍ଦଣା କାନ୍ଦୁଥିବା କୁହାଯାଉଛି । ରାଜ୍ୟ ସରକାର ଏବେ କହୁଛନ୍ତି ସଂକ୍ରମଣ ବୃଦ୍ଧି ହେଲେ ଡାକ୍ତରଙ୍କ ଅଭାବ ପରିସ୍ଥିତିରେ ଚିକିତ୍ସା କିପରି କରାଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri