Posted inଜାତୀୟ

୨୦ ଲକ୍ଷର ସୁପାରି ନେଇଥିଲେ ଗ୍ୟାଙ୍ଗ୍‌ଷ୍ଟର ସଞ୍ଜୀବଙ୍କ ହତ୍ୟାକାରୀ

ଲକ୍ଷ୍ନୌ,୯ା୬: ଉତ୍ତର ପ୍ରଦେଶର ଲକ୍ଷ୍ନୌ କୋର୍ଟରେ ଗ୍ୟାଙ୍ଗ୍‌ଷ୍ଟର ସଞ୍ଜୀବ ଜୀଭାଙ୍କୁ ବୁଧବାର ୭ରୁ ୯ ରାଉଣ୍ଡ୍‌ ଗୁଳିକରି ହତ୍ୟା କରିଥିବା ବିଜୟ ଯାଦବ(୨୪)ଙ୍କୁ ପୋଲିସ ଗିରଫ କରିଛି। ଗ୍ୟାଙ୍ଗ୍‌ଷ୍ଟର ମୁଖ୍‌ତାର ଅନ୍‌ସାରୀଙ୍କ ସହଯୋଗୀ ସଞ୍ଜୀବଙ୍କୁ ହତ୍ୟା ପାଇଁ ତାଙ୍କୁ ୨୦ ଲକ୍ଷ ଟଙ୍କାର ସୁପାରି ଦିଆଯାଇଥିବା ସେ ପୋଲିସ ଆଗରେ ସ୍ବୀକାର କରିଛନ୍ତି। ବିଜୟ ବ୍ୟବହାର କରିଥିବା ଚେକ୍‌ରେ ନିର୍ମିତ ମ୍ୟାଗ୍‌ନମ୍‌ ଆଲ୍‌ଫା ରିଭଲଭରକୁ ପୋଲିସ ଅପରାଧସ୍ଥଳରୁ ତତ୍କାଳ ଜବତ କରିଥିଲା। ଗ୍ୟାଙ୍ଗ୍‌ଷ୍ଟରଙ୍କ ଦେହରେ ୮ଟି ଗୁଳି ବାଜିଥିଲା ବୋଲି ଶବ ବ୍ୟବଚ୍ଛେଦ ରିପୋର୍ଟରୁ ଜଣାପଡ଼ିଛି। ଅଭିଯୁକ୍ତ ବିଜୟ ଯୌନପୁର ଅନ୍ତର୍ଗତ କେରାକାଟ ବାସିନ୍ଦା। ସେ କାମ ଖୋଜିବା ପାଇଁ ଲକ୍ଷ୍ନୌକୁ ଯାଇଥିବାବେଳେ କେହି ତାଙ୍କୁ ଏହି ସୁପାରି ଦେଇଥିଲେ। ପୂର୍ବରୁ ମଧ୍ୟ ବିଜୟଙ୍କ ଆପରାଧିକ ରେକର୍ଡ ରହିଥିବା ପୋଲିସ କହିଛି। ଅନ୍ୟପକ୍ଷେ ସଞ୍ଜୀବଙ୍କ ସ୍ତ୍ରୀ ପାୟଲ ମାହେଶ୍ୱରୀ ଏକ ଆପରାଧିକ ମାମଲାରେ ଆଗୁଆ ଜାମିନ ପାଇଁ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଜଷ୍ଟିସ୍‌ ଅନିରୁଦ୍ଧ ବୋଷ ଓ ରାଜେଶ ବିଣ୍ଡାଲଙ୍କ ଖଣ୍ଡପୀଠରେ ଶୁକ୍ରବାର ତାଙ୍କ ଆବେଦନର ଶୁଣାଣି ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ କିଏ ସ୍ଥିର କରେ ଚିନି ଦାମ୍‌? ସରକାର ନା କୃଷକ, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୮: ଚା’ କପ୍‌ରୁ ଆରମ୍ଭ କରି ପର୍ବପର୍ବାଣିର ମିଠା ପର୍ଯ୍ୟନ୍ତ, ଚିନି ପ୍ରତ୍ୟେକ ଘରର ଦୈନନ୍ଦିନ ଆବଶ୍ୟକତାର ଏକ ପ୍ରମୁଖ ଅଂଶ। ଏହି ସମୟରେ ଦେଶରେ ଚିନି…

୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳବର୍ଷା

ଭୁବନେଶ୍ୱର,୨୩।୮ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗର…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri