Posted inଜାତୀୟ

ବିକାଶ ଦୁବେ ଏନ୍‌କାଉଣ୍ଟରରେ ପୋଲିସର ଭୁଲ ନ ଥିଲା

ଲକ୍ଷ୍ନୌ, ୨୦।୮: ଗ୍ୟାଙ୍ଗଷ୍ଟର ବିକାଶ ଦୁବେ ଏନ୍‌କାଉଣ୍ଟର ମାମଲାର ତଦନ୍ତ କରୁଥିବା ତିନିଜଣିଆ କମିଟି ଉତ୍ତରପ୍ରଦେଶ ପୋଲିସକୁ କ୍ଲିନ୍‌ଚିଟ୍‌ ଦେଇଛି। ଦୁବେଙ୍କ ମୃତ୍ୟୁକୁ ନେଇ ପୋଲିସ ଦର୍ଶାଇଥିବା କାରଣ ପ୍ରମାଣସିଦ୍ଧ ବୋଲି ତଦନ୍ତ କମିଟି କହିଛି। ତେବେ କାନପୁରରେ ଦୁବେ ଓ ତାଙ୍କ ସହଯୋଗୀଙ୍କ ଅତର୍କିତ ଆକ୍ରମଣରେ ୮ ପୋଲିସ ପ୍ରାଣ ହରାଇବା ସ୍ଥାନୀୟ ଗୋଇନ୍ଦା ବିଫଳତା ଓ ପୋଲିସର ଦୁର୍ବଳ ଯୋଜନା ପାଇଁ ଘଟିଥିଲା ବୋଲି କମିଟି ମତ ଦେଇଛି। ଉତ୍ତରପ୍ରଦେଶ ବିଧାନସଭାରେ ଗୁରୁବାର ଉକ୍ତ ରିପୋର୍ଟ ଉପସ୍ଥାପନ କରାଯାଇଛି। ଦୁବେ ଏନ୍‌କାଉଣ୍ଟର ଫେକ୍‌ ଥିଲା ବୋଲି ତାଙ୍କ ସ୍ତ୍ରୀ ରିଚା ଦୁବେ କୋର୍ଟରେ ସତ୍ୟପାଠ ଦାଖଲ କରିଥିବା ବେଳେ ସେ ତଦନ୍ତ କମିଶନଙ୍କ ନିକଟରେ ହାଜର ହୋଇ ନ ଥିଲେ। ଏନ୍‌କାଉଣ୍ଟର ସମ୍ପର୍କରେ ପୋଲିସ ବୟାନରେ କୌଣସି ସନ୍ଦେହ ନାହିଁ ବୋଲି କମିଶନ ସ୍ପଷ୍ଟ କରିଛନ୍ତି। କାନପୁର ନଗର ମୁଖ୍ୟ ମେଟ୍ରୋପଲିଟାନ ମାଜିଷ୍ଟ୍ରେଟ ତାଙ୍କ ତଦନ୍ତରେ ମଧ୍ୟ ଅନୁରୂପ କଥା କହିଥିଲେ।

ସୂଚନାଯୋଗ୍ୟ, ଗୁରୁତର ଅପରାଧରେ ସମ୍ପୃକ୍ତ ଦୁବେଙ୍କୁ ଗିରଫ କରିବା ଲାଗି ଜୁଲାଇ ୨ ରାତିରେ ପୋଲିସ କାନପୁର ଜିଲାର ବିକ୍ରୁ ଗ୍ରାମକୁ ଯାଇଥିବା ବେଳେ ଗ୍ୟାଙ୍ଗଷ୍ଟର ଓ ତାଙ୍କ ଲୋକମାନେ ଅତର୍କିତ ଆକ୍ରମଣ କରିଥିଲେ। ଏଥିରେ ଜଣେ ଡିଏସ୍‌ପିଙ୍କ ସମେତ ୮ ପୋଲିସ ପ୍ରାଣ ହରାଇଥିଲେ। ଦୁବେଙ୍କୁ ଉଜ୍ଜୟିନୀରୁ ଗିରଫ କରି କାନପୁର ନିଆଯାଉଥିବାବେଳେ ଉକ୍ତ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏହି ସୁଯୋଗରେ ଦୁବେ ଖସି ପଳାଇବାକୁ ଉଦ୍ୟମ କରିବାରୁ ଏନ୍‌କାଉଣ୍ଟରରେ ନିହତ ହୋଇଥିବା ପୋଲିସ କହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁରୁଷୋତ୍ତମପୁରରେ ଭାଜପା ଦୁଇ ଫାଳ: MPଙ୍କ ନାଁ ନ ଥିବାରୁ ଫଳକ ଭାଙ୍ଗିଲେ ସମର୍ଥକ, ଫ୍ଲେକ୍ସି ଲଗାଇ ଶିଳାନ୍ୟାସ କଲେ…

ପୁରୁଷୋତ୍ତମପୁର, ୨୬।୫ (ସବିତା ମିଶ୍ର):  ରାଜ୍ୟରେ ପ୍ରଥମ ଥର ପାଇଁ ଭାଜପା ସରକାର ଗଠନ ହେବାର ଦୁଇ ବର୍ଷ ମଧ୍ୟରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦଳ…

କର୍ନାଟକ ରାଜନୀତିରେ ଭୂକମ୍ପ! ପଦ ଛାଡ଼ିବେ ସିଦ୍ଧାରାମୈୟା; ଡି.କେ ଶିବକୁମାରଙ୍କ ହାତକୁ ଯିବ କ୍ଷମତାର ଚାବିକାଠି?

ବେଙ୍ଗାଲୁରୁ,୨୬।୫: କର୍ନାଟକ ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ମିଳିଥିବା ସୂଚନା ଅନୁଯାୟୀ, କର୍ନାଟକ ମୁଖ୍ୟମନ୍ତ୍ରୀ ସିଦ୍ଧାରାମୈୟା ନିଜ ପଦରୁ ଇସ୍ତଫା ଦେଇପାରନ୍ତି। ତାଙ୍କ ସ୍ଥାନରେ…

ଲେବାନନ୍‌ରେ ଇସ୍ରାଏଲ୍‌ର ଏୟାରଷ୍ଟ୍ରାଇକ୍‌

ବେରୁଟ୍‌,୨୬ା୫: ଲେବାନନ୍‌ର ଏକ ଗ୍ରାମ ଉପରେ ଇସ୍ରାଏଲୀ ସେନା ଏୟାରଷ୍ଟ୍ରାଇକ୍‌ କରିବାରୁ ୧୨ ଜଣଙ୍କ ମୃତ୍ୟୁ ଘଟିଥିବା ସେଠାର ସରକାରୀ ଗଣମାଧ୍ୟମ ପ୍ରକାଶ କରିଛି। ଲେବାନନ୍‌କୁ ଇସ୍ରାଏଲ…

ଭାରତ ହାତରେ ଲାଗିଲା ‘କୁବେର ଭଣ୍ଡାର’, ମାଟିତଳୁ ମିଳିଲା କୋଟି କୋଟି ଟଙ୍କାର… ଚୀନର ଉଡ଼ିଗଲା ନିଦ!

ନୂଆଦିଲ୍‌ଲୀ,୨୬।୫: ପଶ୍ଚିମ ରାଜସ୍ଥାନର ବାଲୋତ୍ରା ଜିଲାରେ ପ୍ରାୟ ୭୫୦ ବର୍ଗ କିଲୋମିଟର ପତିତ ଜମି ତଳେ ବିପୁଳ ପରିମାଣର ‘ରେୟାର୍‌ ଆର୍ଥ ଏଲିମେଣ୍ଟସ’ (Rare Earth Elements…

ମିଥୁନ ରାଶିରେ ବୁଧଙ୍କ ଗୋଚର: ମେ’ ୨୯ରୁ ଜୁଲାଇ ୨୨ ଯାଏ ଏହି ୪ଟି ରାଶି ରୁହନ୍ତୁ ସାବଧାନ! ନଚେତ…

ଜ୍ୟୋତିଷ ଶାସ୍ତ୍ରରେ ବୁଧ ଗ୍ରହକୁ ବୁଦ୍ଧି, ବାଣୀ, ତର୍କ, ଯୋଗାଯୋଗ, ବ୍ୟାପାର ଏବଂ ନିଷ୍ପତ୍ତି ନେବାର କ୍ଷମତାର କାରକ ବୋଲି ମାନାଯାଏ। ସେଥିପାଇଁ ବୁଧ ଗ୍ରହଙ୍କର ଯେକୌଣସି…

ନାବାଳିକାକୁ ଅପହରଣ କରି ବଳାତ୍କାର

ବଲାଙ୍ଗୀର,୨୬।୫(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଅଞ୍ଚଳରେ ଏକ ଲଜ୍ଜା ଜନକ ଘଟଣା ଘଟିଛି। ଜଣେ ନାବାଳିକାକୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯୋଗ…

ପୂର୍ବତନ ତୀରନ୍ଦାଜ ଶ୍ୟାମ ଲାଲଙ୍କ ପରଲୋକ, ସେଉଲ ଅଲିମ୍ପିକ୍ସରେ କରିଥିଲେ ପ୍ରତିନିଧିତ୍ୱ

ନୂଆଦିଲ୍ଲୀ, ୨୬ା୫: ଭରତର ପୂର୍ବତନ ତୀରନ୍ଦାଜ ଶ୍ୟାମ ଲାଲ ମୀନାଙ୍କ ପରଲୋକ ଘଟିଛି। ସେ ୧୯୮୮ ସେଉଲ ଅଲିମ୍ପିକ୍ସରେ ଭାରତର ପ୍ରତିନିଧିତ୍ୱ କରିଥିଲେ। ମୃତ୍ୟୁ ବେଳକୁ ତାଙ୍କୁ…

ମମତାଙ୍କ ବିରୋଧରେ FIR; ବଢ଼ିଲା ଅଡୁଆ!

କୋଲକାତା,୨୬।୫: ବିଧାନସଭା ନିର୍ୱାଚନରେ ଶୋଚନୀୟ ପରାଜୟ ପରେ ପଶ୍ଚିମବଙ୍ଗର ପୂର୍ୱତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣି ଥରେ ବିବାଦରେ ଫସିଛନ୍ତି। ତାଙ୍କ ବିରୋଧରେ ସିଲିଗୁଡ଼ି ସାଇବର ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri