Posted inଖେଳ

୪୮ ବର୍ଷରେ ଗାଙ୍ଗୁଲି

ନୂଆଦିଲ୍ଲୀ,୮।୭(ପି.ଟି.): ପୂର୍ବତନ ଅଧିନାୟକ ତଥା ଭାରତୀୟ କ୍ରିକେଟ କେଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସଭାପତି ସୌରଭ ଗାଙ୍ଗୁଲି ବୁଧବାର ୪୮ ବର୍ଷରେ ପଦାର୍ପଣ କରିଛନ୍ତି। ଜନ୍ମ ଦିନରେ ଗାଙ୍ଗୁଲିଙ୍କୁ ଶୁଭେଚ୍ଛା ତଥା ଅଭିନନ୍ଦନର ଶୁଅ ଛୁଟିଛି। ବ୍ୟାଟିଂ ଲିଜେଣ୍ଡ ସଚିନ ତେନ୍ଦୁଲକର ଏହି ଅବସରରେ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପଡିଆ ଭିତରେ ଯେପରି ଆମର ବନ୍ଧୁତ୍ୱ ରହିଥିଲା ପଡିଆ ବାହାରେ ମଧ୍ୟ ତାହା ଅତୁଟ ରହୁ ଓ ଆଗାମୀ ବର୍ଷ ମଙ୍ଗଳମୟ ହେଉ ବୋଲି ସଚିନ ଟୁଇଟ୍‌ କରି ଉଲ୍ଲେଖ କରିଛନ୍ତି। ସେହିପରି ପୂର୍ବତନ ବ୍ୟାଟ୍ସମ୍ୟାନ ଭି.ଭି.ଏସ୍‌. ଲକ୍ଷ୍ମଣ ଶୁଭେଚ୍ଛା ଜଣାଇଛନ୍ତି। ଆଗକୁ ଆପଣ ଆହୁରି ସଫଳତା ଓ ଭଲପାଇବା ହାସଲ କରନ୍ତୁ ବୋଲି ସେ ଟୁଇଟ୍‌ କରିଛନ୍ତି। ଜଣେ ଉଚ୍ଚକୋଟୀର ବ୍ୟାଟ୍ସମ୍ୟାନରୁ ଜଣେ ଦକ୍ଷ ଅଧିନାୟକ ଓ ଏବେ ଭାରତୀୟ କ୍ରିକେଟ ପ୍ରଶାସନର ମୁଖ୍ୟ ଦାୟିତ୍ୱ ନେଇ ଗାଙ୍ଗୁଲି ନିଜ ଅସାଧାଣର ଦକ୍ଷତାର ପରିଚୟ ଦେଇଛନ୍ତି ବୋଲି ମହମ୍ମଦ କୈଫ ଟୁଇଟ୍‌ କରିଛନ୍ତି। ମୋ ପ୍ରିୟ ଅଧିନାୟକ ଓ ମେଣ୍ଟରଙ୍କୁ ଅଭିନନ୍ଦନ ଜଣାଉଛି ବୋଲି ସେ ଉଲ୍ଲେଖ କରିଛନ୍ତି। ସେହିପରି ଅଭିଜ୍ଞ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ୍‌ ଗାଙ୍ଗୁଲିଙ୍କୁ ଶୁଭେଚ୍ଚା ଜଣାଇ ଟୁଇଟ୍‌ କରିଛନ୍ତି। ଆଗାମୀ ବର୍ଷ ଦାଦାଙ୍କ ପାଇଁ ମଙ୍ଗଳମୟ ହେଉ ବୋଲି ସେ ଉଲ୍ଲେଖ କରିଛନ୍ତି।
ଗାଙ୍ଗୁଲି ତାଙ୍କ କ୍ୟାରିୟରରେ ୧୧୩ଟି ଟେଷ୍ଟ ଓ ୩୧୧ଟି ଦିନିକିଆ ମ୍ୟାଚ୍‌ ଖେଳିଛନ୍ତି। ସବୁ ଫର୍ମାଟ୍‌ରେ ସେ ମୋଟ୍‌ ଉପରେ ୧୮, ୫୭୫ ରନ ସଂଗ୍ରହ କରିଛନ୍ତି। ସବୁ ଫର୍ମାଟ୍‌ରେ ଗାଙ୍ଗୁଲି ଭାରତ ପାଇଁ ୧୯୫ଟି ମ୍ୟାଚ୍‌ର ନେତୃତ୍ୱ ନେଇଥିଲେ। ଏଥିମଧ୍ୟରୁ ସେ ୯୭ଟି ମ୍ୟାଚ୍‌ରେ ଭାରତ ବିଜୟ ହାସଲ କରିଥିଲା। ଅବସର ପରେ କ୍ରିକେଟ ଆସୋସିଏଶନ ଅଫ୍‌ ବେଙ୍ଗଲ୍‌ (ସିଏବି)ର ସଭାପତି ଦାୟିତ୍ୱରେ ରହିବା ପରେ ଏବେ ବିସିସିଆଇର ସଭାପତି ରୂପେ କାର୍ଯ୍ୟରତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଐତିହାସିକ ରେକର୍ଡସ୍ତରରେ ରୁପା ମୂଲ୍ୟ: ପ୍ରଥମଥର ଟପିଲା ୨.୫ ଲକ୍ଷ

ନୂଆଦିଲ୍ଲୀ,୨୯।୧୨:ବର୍ଷ ଶେଷ ହେବାର କିଛି ଦିନ ପୂର୍ବରୁ ରୁପା ମୂଲ୍ୟ ଇତିହାସ ସୃଷ୍ଟି କରିଛି। ଦେଶର ଫ୍ୟୁଚର୍ସ ବଜାରରେ ପ୍ରଥମ ଥର ପାଇଁ ରୂପା ମୂଲ୍ୟ...

ଏହି ପ୍ରସିଦ୍ଧ କ୍ରିକେଟର୍‌ଙ୍କ ପରଲୋକ: କ୍ରିକେଟ୍‌ ଜଗତରେ ଖେଳିଗଲା ଶୋକର ଛାୟା

ଲଣ୍ଡନ,୨୯।୧୨: ଇଂଲଣ୍ଡ କ୍ରିକେଟକୁ ଏକ ବଡ଼ ଝଟକା ଲାଗିଛି। ପୂର୍ବତନ ଇଂଲଣ୍ଡ କ୍ରିକେଟର ଏବଂ ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB)ର ପୂର୍ବତନ ସିଇଓ...

ରାତି ଅନିଦ୍ରା ହୋଇ ୪ ଚୋରଙ୍କୁ ଧରିଲେ ଗ୍ରାମବାସୀ, ଆଉ ତା’ ପରେ…

ଜଗନ୍ନାଥପ୍ରସାଦ,୨୯ା୧୨: ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଅଳସୁ ଗ୍ରାମରେ ୪ ଜଣଙ୍କୁ ଚୋର ଭାବି ଗାଁ ଲୋକେ ଧରି ପୋଲିସ ଜିମା ଦେଇଛନ୍ତି। ୪...

ବଡ଼ ଟ୍ରେନ ଦୁର୍ଘଟଣା: ୧୩ ମୃତ୍ୟୁ, ଟ୍ରେନ୍‌ରେ ଥିଲେ ୨୪୧ ଯାତ୍ରୀ

ମେକ୍ସିକୋ,୨୯।୧୨: ମେକ୍ସିକୋରେ ଏକ ବଡ଼ ଟ୍ରେନ ଦୁର୍ଘଟଣା ଘଟିଛି। ଦେଶର ଓଆକ୍ସାକା ରାଜ୍ୟରେ ଏକ ଅନ୍ତଃସାଗରୀୟ ଟ୍ରେନ ଲାଇନଚ୍ୟୁତ ହେବା ଫଳରେ ଅତି କମରେ ୧୩...

ବନ୍ଦ ହେବ ରୁଷିଆ-ୟୁକ୍ରେନ ଯୁଦ୍ଧ! ୩ ଘଣ୍ଟା ଚାଲିଲା ଟ୍ରମ୍ପ-ଜେଲେନସ୍କି ସାକ୍ଷାତ, ଜାଣନ୍ତୁ କ’ଣ କହିଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୯।୧୨:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି। ଏହି ବୈଠକ ୟୁକ୍ରେନ-ରୁଷିଆ ଯୁଦ୍ଧର ଅନ୍ତ ପାଇଁ...

ବିବାହ କରିବାକୁ ଯାଉଥିଲେ ନିଶ୍ଚିତ ଯାଞ୍ଚ କରନ୍ତୁ ଏସବୁ, ନଚେତ୍‌ ପରେ କରିବେ ପଶ୍ଚାତାପ

ବିବାହ ହେଉଛି ଜୀବନର ସବୁଠାରୁ ବଡ଼ ତଥା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ମଧ୍ୟରୁ ଗୋଟିଏ। ଏହା କେବଳ ଦୁଇଟି ଲୋକ ମଧ୍ୟରେ ସୀମିତ ସମ୍ପର୍କ ନୁହେଁ। ଦୁଇଟି...

କଂସ ବ୍ୟସ୍ତବିବ୍ରତ, ଆଜି ରଙ୍ଗସଭା

ମଥୁରାନଗରୀ/ଗୋପପୁର,୨୯ା୧୨ (ପ୍ରେମାନନ୍ଦ ଖମାରୀ:ରବିବାର ଥିଲା ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ପଞ୍ଚମ ଦିବସ। ଉଭୟ ମଥୁରାନଗରୀ ଏବଂ ଗୋପପୁର ଦୃଶ୍ୟାଭିନୟ ଚିତ୍ତାକର୍ଷକ ଥିଲା।...

ଫ୍ରେଞ୍ଚ ଅଭିନେତ୍ରୀ ବ୍ରିଗିଟ୍ଟେ ବାର୍ଡୋଟଙ୍କ ପରଲୋକ

ପ୍ୟାରିସ୍‌,୨୯ା୧୨:୫୦ ଦଶକରେ ଫ୍ରେଞ୍ଚ୍‌ ସିନେମାରେ ବିପ୍ଳବ ଆଣିବା ସହ ଯୌନ ଉଦାରତାର ପ୍ରତୀକ ପାଲଟିଥିବା ଅଭିନେତ୍ରୀ ବ୍ରିଗିଟ୍ଟେ ବାର୍ଡୋଟଙ୍କର ପରଲୋକ ହୋଇଯାଇଛି। ତାଙ୍କୁ ୯୧ ବର୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri