Posted inଖେଳ

୪୮ ବର୍ଷରେ ଗାଙ୍ଗୁଲି

ନୂଆଦିଲ୍ଲୀ,୮।୭(ପି.ଟି.): ପୂର୍ବତନ ଅଧିନାୟକ ତଥା ଭାରତୀୟ କ୍ରିକେଟ କେଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସଭାପତି ସୌରଭ ଗାଙ୍ଗୁଲି ବୁଧବାର ୪୮ ବର୍ଷରେ ପଦାର୍ପଣ କରିଛନ୍ତି। ଜନ୍ମ ଦିନରେ ଗାଙ୍ଗୁଲିଙ୍କୁ ଶୁଭେଚ୍ଛା ତଥା ଅଭିନନ୍ଦନର ଶୁଅ ଛୁଟିଛି। ବ୍ୟାଟିଂ ଲିଜେଣ୍ଡ ସଚିନ ତେନ୍ଦୁଲକର ଏହି ଅବସରରେ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପଡିଆ ଭିତରେ ଯେପରି ଆମର ବନ୍ଧୁତ୍ୱ ରହିଥିଲା ପଡିଆ ବାହାରେ ମଧ୍ୟ ତାହା ଅତୁଟ ରହୁ ଓ ଆଗାମୀ ବର୍ଷ ମଙ୍ଗଳମୟ ହେଉ ବୋଲି ସଚିନ ଟୁଇଟ୍‌ କରି ଉଲ୍ଲେଖ କରିଛନ୍ତି। ସେହିପରି ପୂର୍ବତନ ବ୍ୟାଟ୍ସମ୍ୟାନ ଭି.ଭି.ଏସ୍‌. ଲକ୍ଷ୍ମଣ ଶୁଭେଚ୍ଛା ଜଣାଇଛନ୍ତି। ଆଗକୁ ଆପଣ ଆହୁରି ସଫଳତା ଓ ଭଲପାଇବା ହାସଲ କରନ୍ତୁ ବୋଲି ସେ ଟୁଇଟ୍‌ କରିଛନ୍ତି। ଜଣେ ଉଚ୍ଚକୋଟୀର ବ୍ୟାଟ୍ସମ୍ୟାନରୁ ଜଣେ ଦକ୍ଷ ଅଧିନାୟକ ଓ ଏବେ ଭାରତୀୟ କ୍ରିକେଟ ପ୍ରଶାସନର ମୁଖ୍ୟ ଦାୟିତ୍ୱ ନେଇ ଗାଙ୍ଗୁଲି ନିଜ ଅସାଧାଣର ଦକ୍ଷତାର ପରିଚୟ ଦେଇଛନ୍ତି ବୋଲି ମହମ୍ମଦ କୈଫ ଟୁଇଟ୍‌ କରିଛନ୍ତି। ମୋ ପ୍ରିୟ ଅଧିନାୟକ ଓ ମେଣ୍ଟରଙ୍କୁ ଅଭିନନ୍ଦନ ଜଣାଉଛି ବୋଲି ସେ ଉଲ୍ଲେଖ କରିଛନ୍ତି। ସେହିପରି ଅଭିଜ୍ଞ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ୍‌ ଗାଙ୍ଗୁଲିଙ୍କୁ ଶୁଭେଚ୍ଚା ଜଣାଇ ଟୁଇଟ୍‌ କରିଛନ୍ତି। ଆଗାମୀ ବର୍ଷ ଦାଦାଙ୍କ ପାଇଁ ମଙ୍ଗଳମୟ ହେଉ ବୋଲି ସେ ଉଲ୍ଲେଖ କରିଛନ୍ତି।
ଗାଙ୍ଗୁଲି ତାଙ୍କ କ୍ୟାରିୟରରେ ୧୧୩ଟି ଟେଷ୍ଟ ଓ ୩୧୧ଟି ଦିନିକିଆ ମ୍ୟାଚ୍‌ ଖେଳିଛନ୍ତି। ସବୁ ଫର୍ମାଟ୍‌ରେ ସେ ମୋଟ୍‌ ଉପରେ ୧୮, ୫୭୫ ରନ ସଂଗ୍ରହ କରିଛନ୍ତି। ସବୁ ଫର୍ମାଟ୍‌ରେ ଗାଙ୍ଗୁଲି ଭାରତ ପାଇଁ ୧୯୫ଟି ମ୍ୟାଚ୍‌ର ନେତୃତ୍ୱ ନେଇଥିଲେ। ଏଥିମଧ୍ୟରୁ ସେ ୯୭ଟି ମ୍ୟାଚ୍‌ରେ ଭାରତ ବିଜୟ ହାସଲ କରିଥିଲା। ଅବସର ପରେ କ୍ରିକେଟ ଆସୋସିଏଶନ ଅଫ୍‌ ବେଙ୍ଗଲ୍‌ (ସିଏବି)ର ସଭାପତି ଦାୟିତ୍ୱରେ ରହିବା ପରେ ଏବେ ବିସିସିଆଇର ସଭାପତି ରୂପେ କାର୍ଯ୍ୟରତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri