Posted inଖେଳ

ଆଇପିଏଲ୍‌ : ପ୍ରସ୍ତୁତି ସମୀକ୍ଷା ପାଇଁ ଦୁବାଇରେ ଗାଙ୍ଗୁଲି

ନୂଆଦିଲ୍ଲୀ,୧୦।୯(ପି.ଟି.): ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ପ୍ରସ୍ତୁତି ନେଇ ସମୀକ୍ଷା କରିବାକୁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସଭାପତି ସୌରଭ ଗାଙ୍ଗୁଲି ଦୁବାଇରେ ପହଞ୍ଚିଛନ୍ତି। ସେପ୍ଟେମ୍ବର ୧୯ ତାରିଖରୁ ୟୁନାଇଟେଡ ଆରବ ଏମିରେଟ୍ସ (ୟୁଏଇ)ରେ ଆଇପିଏଲ୍‌ ଆରମ୍ଭ ହେବାକୁ ଯାଉଛି। ଫଳରେ ଗାଙ୍ଗୁଲି ଆଇପିଏଲ୍‌ ପ୍ରସ୍ତୁତି ଓ ସ୍ଥିତିର ନେଇ ସମୀକ୍ଷା କରିବାରକୁ ଦୁବାଇ ଯାତ୍ରା କରିଛନ୍ତି।
ଦୀର୍ଘ ୬ ମାସ ପରେ ପ୍ରଥମଥର ପାଇଁ ବିମାନ ଯାତ୍ରା କରିଛି ବୋଲି ଗାଙ୍ଗୁଲି କହିଛନ୍ତି। ଭାରତରେ କୋଭିଡ୍‌-୧୯ ସ୍ଥିତି ବେଶ୍‌ ଉଦ୍‌ବେଗଜନକ ଥିବାରୁ ଆଇପିଏଲ୍‌କୁ ଏଥର ୟୁଏଇକୁ ସ୍ଥାନାନ୍ତର କରାଯାଇଛି। ଆଇପିଏଲ୍‌ ଆୟୋଜନ ନ ହୋଇଥିଲେ ବିସିସିଆଇ ୪,୦୦୦ କୋଟିଙ୍କାର କ୍ଷତି ସହିଥାନ୍ତା। ଆଇପିଏଲ୍‌ ସାଧାରଣତଃ ଏପ୍ରିଲ- ମେ’ରେ ଆୟୋଜନ ହୋଇଥାଏ। ପୂର୍ବରୁ ଆଇପିଏଲ୍‌ ଅଧ୍ୟକ୍ଷ ବ୍ରିଜେଶ ପଟେଲ ଦୁବାଇରେ ଅଛନ୍ତି। ନିୟମ କଡ଼ାକଡ଼ି ପାଳନ କରାଯାଉଥିଲେ ମଧ୍ୟ କେତେଜଣ କୋଭିଡ୍‌-୧୯ ଟେଷ୍ଟରେ ପଜିଟିଭ ବୋଲି ଜଣାପଡିଛି। ଚେନ୍ନାଇ ସୁପର କିଙ୍ଗ୍ସ ଫ୍ରାଞ୍ଚାଇଜ୍‌ରେ ୨ଜଣ ଖେଳାଳିଙ୍କ ସମେତ ୧୩ଜଣ ସସସ୍ୟ ଟେଷ୍ଟରେ ପଜିଟିଭ ବୋଲି ଜଣାପଡିଥିଲା। ପ୍ରଶଂସକଙ୍କୁ ଷ୍ଟାଡିୟମ ଭିତରୁ ପ୍ରବେଶ ପାଇଁ ଅନୁମତି ଦିଆଯିବ ନାହିଁ। ତେବେ ପରେ କୋଭିଡ୍‌-୧୯ ସ୍ଥିତି ସମୀକ୍ଷା କରାଯାଇ କିଛି ପ୍ରଶଂସକଙ୍କୁ ଅନୁମତି ଦିଆଯାଇପାରେ। ଦୁବାଇ, ଶାରଜା ଓ ଅବୁଧାବିରେ ଆଇପିଏଲ୍‌ ମ୍ୟାଚ୍‌ ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଚଳନ୍ତା କାର୍‌ରେ ନିଆଁ

ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ…

ବିଶ୍ୱର ୪ ନମ୍ବର ଯୋଡ଼ିକୁ ହରାଇ ସାତ୍ତ୍ୱିକ-ଚିରାଗ ଜିତିଲେ ଚାଇନା ମାଷ୍ଟର୍ସ ଟାଇଟଲ

ଶେନ୍‌ଝେନ୍‌,୬ା୯:ଭାରତର ଷ୍ଟାର ପୁରୁଷ ଡବଲ୍ସ ଖେଳାଳି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ୩ ଗେମ୍‌ ବିଶିଷ୍ଟ ଏକ ରୋମାଞ୍ଚକ ଫାଇନାଲରେ ଚାଇନାର ହି ଜି ତିଙ୍ଗ୍‌…

ବାହାରିଲା ମା’ ମାଣିକେଶ୍ୱରୀଙ୍କ ନବାନ୍ନ ଲଗ୍ନ, ଏହିଦିନ ନୂଆଁ ଖାଇବେ ଗଡ଼ଜାତବାସୀ

ଭବାନୀପାଟଣା,୬ା୯(ଉତ୍ତମ କୁମାର ଦାଶ): ନୂଆଁଖାଇ ପାଇଁ ସଜବାଜ ହେଉଛି କଳାହାଣ୍ଡି ଜିଲା । ପଶ୍ଚିମ ଓଡ଼ିଶାର ଏହା ଏକ ମୁଖ୍ୟ ପର୍ବ ହୋଇଥିଲେ ହେଁ କଳାହାଣ୍ଡିରେ ଟିକେ…

ପାକ୍‌ ଖେଳାଳିଙ୍କ ଫୋନ୍‌ ଜବତ କଲା ପିସିବି, କାହିଁକି ଜାଣନ୍ତୁ…

ଲଣ୍ଡନ,୬ା୯: ପାକିସ୍ତାନର ସମସ୍ୟାପୂର୍ଣ୍ଣ ଇଂଲଣ୍ଡ ଟୁର ଏକ ଅପ୍ରତ୍ୟାଶିତ ମୋଡ଼ ନେଇଛି। ଏଜବାଷ୍ଟନଠାରେ ଇଂଲଣ୍ଡ ବିପକ୍ଷ ଅନ୍ତିମ ତଥା ତୃତୀୟ ଟେଷ୍ଟ ପୂର୍ବରୁ ଜାତୀୟ ଦଳର କିଛି…

ଟିମ୍‌ରୁ ବାଦ ପଡ଼ିବାର ରହସ୍ୟ ଖୋଲିଲେ ରାଇନା, କୋହଲିଙ୍କ ଅଧିନାୟକତ୍ୱକୁ ନେଇ କହିଲେ ବଡ଼ କଥା

ନୂଆଦିଲ୍ଲୀ,୬।୯: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଷ୍ଟାର୍ ବ୍ୟାଟର ସୁରେଶ ରାଇନା ଟିମ୍ ଇଣ୍ଡିଆରୁ ବାଦ ପଡ଼ିବାକୁ ନେଇ ବଡ଼ ବୟାନ ଦେଇଛନ୍ତି। ବିରାଟ କୋହଲି ଭାରତୀୟ…

ଯନ୍ତ୍ରୀ ଅନୁପମା ସାହୁ ଗିରଫ, ଗାଡ଼ିରୁ ବାହାରିଥିଲା ବିଡ଼ାବିଡ଼ା ଟଙ୍କା, ଭୁବନେଶ୍ୱରରେ ଫ୍ଲାଟ୍‌ ସହ ଅନେକ ସହରରେ ରହିଛି…

କଟକ,୬ା୯(ପ୍ରଭୁକଲ୍ୟାଣ ପାଲ): ଲାଞ୍ଚ ଟଙ୍କାରେ ଫସିଲେ ଲେଡି ଅଫିସର। ଗିରଫ ହୋଇ କୋର୍ଟ ଚାଲାଣ ହୋଇଛନ୍ତି କେନ୍ଦ୍ରାପଡ଼ା ଡ୍ରେନେଜ ଡିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ ଅନୁପମା ସାହୁ।…

ଜଳି ଶଙ୍ଖ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା, ଟ୍ରକ ଧକ୍କାରେ ଓଲଟି ପଡ଼ିଲା ଅଟୋ

ଖଲ୍ଲିକୋଟ,୬।୯(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ବ୍ଳକ ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ଜଳି ଶଙ୍ଖ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ରବିବାର ଅପରାହ୍ନରେ ଟ୍ରକ୍…

ଫୁଟବଲ ଖେଳ ଚାଲିଥିବା ବେଳେ ଆକାଶରୁ ଖସିଲା ମୃତ୍ୟୁ

କୁଆଁରମୁଣ୍ଡା,୬।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ କାଲୋଷିହିରିଆ ଗେଲ୍‌ଇଣ୍ଡିଆ ଖଡିଆବସ୍ତି ଫୁଟବଲ ପଡ଼ିଆରେ ରବିବାର ଏକ ଅଘଟଣ ଘଟିଛି। ପଡ଼ିଆରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri