ପୋଲିସ ପଞ୍ଝାରେ ଗଞ୍ଜେଇ ମାଫିଆ, ୬୬୦ କେଜି ଗଞ୍ଜେଇ ଜବତ, ୬ ଗିରଫ

ରାୟଗଡ଼ା,୧୪।୩(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଟାଉନ ଥାନା ପୋଲିସ ପଞ୍ଝାରେ ଧରା ପଡ଼ିଲେ ଗଞ୍ଜେଇ ମାଫିଆ। ପୋଲିସ ପାଟ୍ରୋଲିଂ ସମୟରେ ଏହି ଗଞ୍ଜେଇ ଜବତ ହୋଇଛି। ଗୋଟିଏ ବୋଲେରୋ ପିକ୍‌ଅପ ଓ ୬୬୦ କେଜି ଗଞ୍ଜେଇ ସହିତ ଏକ ଧଳା କାର, ଗୋଟିଏ ପିସ୍ତଲ, ମାଗାଜିନ, ଦୁଇଟି ଗୁଳି ଏବଂ ୫ଟି ମୋବାଇଲ ଜବତ କରିବା ସହିତ ୬ ଜଣଙ୍କୁ ଗିରଫ କରିଛି ଟାଉନ ଥାନା ପୋଲିସ। ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୧ କୋଟି ୩୨ ଲକ୍ଷ ବୋଲି ପୋଲିସ ସୂଚନା ଦେଇଛି। ଗିରଫ ୬ ଜଣ ହେଲେ ରାୟଗଡ଼ା ସହର ନୂଆସାହିର ଆର. ଅମଲରାଜ, ଆର ଅବିନାଶ, ଆର ଆନନ୍ଦ, ବିଷମକଟକ ଥାନା ନିର୍ଗୁଣ୍ଡି ଗ୍ରାମର ରଞ୍ଜିତ କରକରିଆ, କୋରାପୁଟ ଥାନାର ମଜିବୁଲ ହକ ଅଲି ଓ କୋରାପୁଟର ଏ ବିନୋଦ କୁମାର।
ଘଟଣାରୁ ପ୍ରକାଶ ଯେ, ଶୁକ୍ରବାର ଟାଉନ ଥାନା ଏସଆଇ ଏସକେ ମୁର୍ମୁ ଓ ପୋଲିସ ଟିମ ରାୟଗଡ଼ାଠାରୁ ହାଲୁଆ ମଧ୍ୟରେ ପାଟ୍ରୋଲିଂ କରିବା ବେଳେ ଆଶୀର୍ବାଦ ଢାବା ନିକଟରେ ଏକ ବୋଲେରୋ ପିକଅପ୍‌ ଗାଡ଼ି ଯିବା ସମୟରେ ଅଟକାଇ ଯାଞ୍ଚ କରିଥିଲେ। ଯାଞ୍ଚ ବେଳେ ସେଥିରେ ୨୨ କେଜି ଓଜନ ୩୦ଟି ଗଞ୍ଜେଇ ପ୍ୟାକେଟ ଥିବା ଦେଖିବାକୁ ପାଇଥିଲେ। ଏହାପରେ ସେମାନଙ୍କୁ ଗିରଫ କରି ଥାନାକୁ ଆଣି ପଚରାଉଚୁରା କରଛି ପୋଲିସ। ପଚରାଉଚୁରା ବେଳେ ଏହି ଗଞ୍ଜେଇ ଚନ୍ଦ୍ରପୁର ବ୍ଲକର ଏକ ରିମୋଟ ଗାଁରୁ ଆଣିଥିବା ଏବଂ ଛତିଶଗଡ ରାଜ୍ୟର ରାୟପୁରକୁ ପଠାଉ ଥିବା ସ୍ବୀକାର କରିଥିଲେ। ଗିରଫ ସମସ୍ତଙ୍କୁ ଶୁକ୍ରବାର କୋର୍ଟଚାଲାଣ କରାଯାଇଥିବା ନେଇ ଆଇଆଇସି କେକେବିକେ କହଁର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

କଳାହାଣ୍ଡି ଉତ୍ସବ ଲାଗି ପ୍ରସ୍ତୁତି ବୈଠକକୁ ନେଇ ପ୍ରଶ୍ନବାଚୀ: ଅନୁପସ୍ଥିତ ରହିଲେ ଉପରିସ୍ଥ ଅଧିକାରୀ, ଜାନୁଆରୀ ୯ରେ…

ଥୁଆମୂଳ ରାମପୁର,୩୦।୧୨(ଦୁର୍ଗା କୀର୍ତ୍ତି): ଆସନ୍ତା ୨୮ତମ କଳାହାଣ୍ଡି ଉତ୍ସବ ’ଘୁମୁରା-୨୦୨୬’ ଅବସରରେ ମାହୁଲପାଟଣା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରର କେନ୍ଦୁଗୁଡ଼ା ଘାଟଠାରେ ଆୟୋଜିତ ହେବାକୁ ଥିବା ପାରମ୍ପରିକ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…

ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri