ଛତିଶଗଡ଼କୁ ଗଞ୍ଜେଇ ଚାଲାଣ: ଜଣଙ୍କ ପରେ ଜଣଙ୍କୁ  ମାଡ଼ିବସିଲା 

ତୁମୁଡିବନ୍ଧ,୧୯।୯(ଦୀପକକୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସକୁ ଏକ ବଡ ସଫଳତା ମିଳିଛି। ବାଲିଗୁଡା ଥାନା ଅଞ୍ଚଳରୁ  ଛତିଶଗଡ଼କୁ ୧୮୦କିଗ୍ରା ଗଞ୍ଜେଇ ଚୋରା ଚାଲାଣବେଳେ ତୁମୁଡିବନ୍ଧ ପୋଲିସ କାବୁ କରିଛି।
ସୂଚନାନୁସାରେ, ତୁମୁଡିବନ୍ଧ ଥାନା ଅଧିକାରୀ ଆଶୁତୋଷ ଜେନାଙ୍କ ନେତୃତ୍ୱରେ ମିଶନ ଜହରଦ୍ୱାରା  ଗଞ୍ଜେଇ ଚାଲାଣକାରୀଙ୍କୁ କାବୁ କରିବାରେ ସଫଳ ହେଉଛନ୍ତି। ଶୁକ୍ରବାର ସାରେ କୌଣସି ପ୍ରକାରେ ସୂଚନାପାଇ ତୁମୁଡିବନ୍ଧ ଥାନା ଅଧିକାରୀ ଆଶୁତୋଷ ଜେନାଙ୍କ ନେତୃତ୍ୱରେ ଏଏସ୍‌ଆଇ ଅମ୍ବିକା ପାତ୍ର ଏକ ଟିମ୍‌ ଗଠନକରି ବ୍ରହ୍ମପୁଠାରୁ ରାୟପୁରକୁ ସଂଯୋଗ କରୁଥିବା ୫୯ ନମ୍ବର ଜାତୀୟ ରାଜପଥର  ଡଛକ ନିକଟରେ ପାଟ୍ରୋଲିଂ କରୁଥିବା ସମୟରେ ଗଞ୍ଜେଇ ଚାଲାଣ କରୁଥିବା  ତିନି ଜଣକୁ ତୁମୁଡିବନ୍ଧ ପୋଲିସ କାବୁ କରିଛି । ବାଲିଗୁଡା ଥାନାଞ୍ଚଳ ବୋରିକିଆ ଗ୍ରାମର ୫ ଯୁବକ  ଛତିଶଗଡକୁ ଗୋଟିଏ  O D୧୨A -୦୬୮୯ ଅଟୋ ମାଧ୍ୟମରେ ୧ କୁଇଣ୍ଟାଲ ୮୦ କିଲୋ ଗଞ୍ଜେଇ ଚାଲାଣ କରୁଥିବାବେଳେ  ଦୁଇଟି ମୋଟର ସାଇକେଲ OD ୧୨D-୫୩୨୧ ଓ OD୦୨X-୧୩୨୧ ପଲସର ମୋଟର ସାଇକେଲ ସହ ୩ ଜଣ ଯୁବକ ଗିରଫ କରିଥିବାବେଳେ ୨ ଜଣ ଫେରାର ହେଇଥିବା ସୂଚନା ଦେଇଛନ୍ତି।
ସେମାନେ ହେଲେ ବୋରିକିଆ ଗ୍ରାମର ଏଲଟର ଦିଗାଲ,ଅଶୋକ ମଲ୍ଲିକ ଓ ଗଜେନ୍ଦ୍ର ମଲ୍ଲିକ। ସେମାନଙ୍କ ପାଖରୁ  ୩ ମୋବାଇଲ ଓ ତିନି ସହ ଟଙ୍କା ନଗଦ ମିଳିଛି। ଏମାନେ ତୁମୁଡିବନ୍ଧ ଥାନାଞ୍ଚଳ ଛକର ବାଇପାସ ରାସ୍ତା ବାଟବାଡ଼ି ଗ୍ରାମ ଦେଇ  ସୁନାଗାଁ ବାହାରି ଏମ ରାମପୁରରୁ ଛତିଶଗଡ ଯିବାପାଇଁ ଯୋଜନା କରିଥିବାବେଳେ ତୁମୁଡିବନ୍ଧ ପୋଲିସ ସେମାନଙ୍କ ଯୋଜନାକୁ ଫଣ୍ଡ କରିଛି। ଗିରଫ ପରେ ଗିରଫ କରିଥିବା ସ୍ଥାନରେ ତୁମୁଡିବନ୍ଧ ତହସିଲଦାର ଦୋଳ ଗୋବିନ୍ଦ ସାହୁଙ୍କ ଉପସ୍ଥିତି ରେ ଜବତ ଗଞ୍ଜେଇର ଓଜନ କରାଯିବାପରେ ଜବତ ଗଞ୍ଜେଇକୁ ତୁମୁଡିବନ୍ଧ ଥାନାକୁ ଅଣାଯାଇଥିଲା। ତେବେ ତୁମୁଡିବନ୍ଧ ଥାନାରେ ୧୧୫/୨୫ଏକ ମାମଲା ରୁଜ୍ଜୁ କରି ତଦନ୍ତ ଜାରି ରହିଛି ବୋଲି ଥାନା ଅଧିକାରୀ ଆଶୁତୋଷ ଜେନା କହିଛନ୍ତି ।

Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟାଞ୍ଚଳରେ ଉପମୁଖ୍ୟମନ୍ତ୍ରୀ: କୃଷି ଋଣ ଛାଡ଼ ସହ କ୍ଷତିପୂରଣ ପାଇ ଦାବି କଲେ ବିପନ୍ନ

ତିହିଡି଼, ୫।୮(ସଞ୍ଜିତ ବଳ): ତିହିଡି଼ ବ୍ଲକର ବନ୍ୟାଞ୍ଚଳକୁ ବୁଧବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗସ୍ତ କରିଛନ୍ତି । ବାରସର ପଞ୍ଚାୟତର ତିଆଡ଼ିସାହି ଓ ଗୋବିନ୍ଦପୁର ପଞ୍ଚାୟତର ତଳହଂସପାଟ…

ରାସ୍ତାକଡ଼ରେ ବିତୁଛି ନୀଳାଚଳଙ୍କ ଜୀବନ, ଘର ଖଣ୍ଡିଏ ପାଇଁ ସରକାରଙ୍କୁ କଲେ ନିବେଦନ

ଗଞ୍ଜାମ,୫।୮ (ବିଦ୍ୟାଧର ସାହୁ ): ଗରିବ ଜନ ସାଧାରଣଙ୍କ ପାଇଁ ସରକାର କେତେ କଣ ଯୋଜନା କରିଛନ୍ତି । କିନ୍ତୁ କିଛି ଯୋଜନା ଲୋକଙ୍କ ପାଖରେ ପହଞ୍ଚି…

୨୦୨୭ ବିଶ୍ୱକପ ପାଇଁ ସୁନୀଲ ଗାଭାସ୍କର ବାଛିଲେ ଭାରତୀୟ ଦଳ; ବାଦ ପଡ଼ିଲେ ବଡ଼ ବଡ଼ ନାମ

ନୂଆଦିଲ୍ଲୀ,୫।୮: ଆସନ୍ତା ବର୍ଷ (୨୦୨୭) ହେବାକୁ ଥିବା ଏକଦିବସୀୟ ବିଶ୍ୱକପ ପାଇଁ ଭାରତୀୟ ଦଳରେ କିଏ ସ୍ଥାନ ପାଇବ ସେ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ…

NEET-UG ପ୍ୟାଟର୍ଣ୍ଣରେ ହେବ ବଡ଼ ପରିବର୍ତ୍ତନ, ସୁପ୍ରିମକୋର୍ଟରେ ଯୋଜନାର ରୂପରେଖା ପ୍ରଦାନ କଲେ ସରକାର

ନୂଆଦିଲ୍ଲୀ,୫।୮: ଜାତୀୟ ଡାକ୍ତରୀ ପ୍ରବେଶିକା ପରୀକ୍ଷା, NEET-UGର ଢାଞ୍ଚାରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ପାଇଁ ପ୍ରସ୍ତୁତି ଚାଲିଛି। କେନ୍ଦ୍ର ସରକାର ଏକ ସତ୍ୟପାଠ ମାଧ୍ୟମରେ ସୁପ୍ରିମକୋର୍ଟକୁ ଏହା ଜଣାଇ…

ଆନନ୍ଦପୁର ରିଂ ରୋଡ଼ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ପଞ୍ଚାୟତରାଜ ମନ୍ତ୍ରୀ, ଦାବି ଜଣାଇଲେ ସ୍ଥାନୀୟ ଲୋକେ

ବଞ୍ଚୋ, ୫।୮:(ପ୍ରଦୋଷ ବିଶ୍ୱାଳ ): ଆନନ୍ଦପୁର ନିର୍ବାଚନମଣ୍ଡଳୀର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ତଥା ଆନନ୍ଦପୁର ରିଂ ରୋଡ଼କୁ ଆଜି ଓଡ଼ିଶା ସରକାରଙ୍କ ପଞ୍ଚାୟତରାଜ ଏବଂ ପାନୀୟ ଜଳ…

‘ବନ୍ଦେ ମାତରମ୍‌ ନ ଗାଇଲେ କ’ଣ ଆକାଶ ଛିଣ୍ଡି ପଡିବ?’ ରୋକ୍‌ଠୋକ୍‌ ଶୁଣାଇଦେଲେ କୋଲକାତା ହାଇକୋର୍ଟ

କୋଲକାତା,୫।୮: କୋଲକାତା ହାଇକୋର୍ଟ ମଙ୍ଗଳବାର ଦିନ ମଦ୍ରାସାଗୁଡ଼ିକରେ ‘ବନ୍ଦେ ମାତରମ୍’ର ଛଅଟିଯାକ ପଦ ଗାଇବା ବାଧ୍ୟତାମୂଳକ କରିବା ବିରୋଧରେ ଦାୟର ଏକ ଜନସ୍ୱାର୍ଥ ମାମଲା (PIL)ର ଶୁଣାଣି…

ମୁଖ୍ୟମନ୍ତ୍ରୀଙ୍କ ଜିଲାରେ ତାତିଲେ Gen-G: ଏହି ଦାବିକୁ ନେଇ ରାଜରାସ୍ତାକୁ ଓହ୍ଲାଇଲେ ଛାତ୍ରୀଛାତ୍ର

କେନ୍ଦୁଝର,୫।୮ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଐତିହ୍ୟ ସମ୍ପନ୍ନ ଧରଣୀ ଧର ସୟଂ ଶାସିତ ମହାବିଦ୍ୟାଳୟର ସୁରକ୍ଷା ଦାବି ଜୋର୍‌ ଧରିଛି। ଜିଲାର ଏକ ମାତ୍ର ସାଧାରଣ…

୭୫ ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ ପାଇଁ ରହିଛନ୍ତି ଜଣେ ମହିଳା ସୂପରଭାଇଜର-ସିଡ଼ିପିଓ: ଖାଲି ପଦବୀ ପୂରଣ ଦାବି

କର୍ଲାମୁଣ୍ଡା,୫।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ୧୨ଟି ପଞ୍ଚାୟତରେ ରହିଛି ୬୨ଟି ରାଜସ୍ବ ଗ୍ରାମ। ଶିଶୁ, ଗର୍ଭବତୀ, ପ୍ରସୂତୀ, କିଶୋରୀ ବାଳିକାମାନଙ୍କ ପାଇଁ ସରକାରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri