ଗଞ୍ଜେଇ ଚାଲାଣ ବେଳେ ମାଡ଼ି ବସିଲା ଅବକାରୀ ବିଭାଗ: ମୋହନାରୁ ଯାଉଥିଲା ବ୍ରହ୍ମପୁର…

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁ ଛକ ନିକଟରୁ ଗୁରୁବାର ଅବକାରୀ କର୍ମଚାରୀ ୨ଜଣ ଯୁବକଙ୍କ ନିକଟରୁ ୯ କେଜି ୪ ୧୦୦ ଗ୍ରାମ ଗଞ୍ଜେଇ ଜବତ କରିଛନ୍ତି।

ଗିରଫ ଅଭିଯୁକ୍ତ ଦ୍ୱୟ ହେଲେ ଗଜପତି ଜିଲା ମୋହନା ଥାନା ଚଣ୍ଡିପଦା ଗ୍ରାମର ସୀମାଦ୍ରି ବୀର (୪୯) ଏବଂ ଅଡବା ଥାନା କପିଳ ବିରୋ(୩୪)। ଗଜପତି ଜିଲା ମୋହନାରୁ ଉଭୟେ ଏକ କଳା ରଙ୍ଗର ବାଇକ୍‌(ନଂ. ଓଡ଼ି୦୭-୫୦୮୩) ଯୋଗେ ଗଞ୍ଜେଇ ନେଇ ବ୍ରହ୍ମପୁର ଯାଉଥିବା ବେଳେ ଗୋକର୍ଣ୍ଣପୁର ଗ୍ରାମରେ ପାଟ୍ରୋଲିଂ କରୁଥିବା ଦିଗପହଣ୍ଡି ଅବକାରୀ ଥାନା ଓଆଇସି ସସ୍ମିତା ମଲ୍ଲିକ, ଏଏସଆଇ ଏନ୍‌. ତ୍ରିପତି, କନେଷ୍ଟବଳ ଆଲଫଲତା ସାହୁ, ବଳରାମ ପାତ୍ର , ରାଜେଶ ଜେନା, ସେକ. ରାଜେଶ ଉଦ୍ଦିନ ପ୍ରମୁଖ ବାଇକକୁ ଅଟକାଇ ଯାଞ୍ଚ କରିଥିଲେ।

ଯାଞ୍ଚ ବେଳେ କର୍ମଚାରୀମାନେ ସେମାନଙ୍କ ନିକଟରୁ ୯ କେଜି ୪ ଶହ ଗ୍ରାମ ଗଞ୍ଜେଇ ଜବତ କରିଥିଲେ। ଫଳରେ ଅଭିଯୁକ୍ତ ଦ୍ବୟଙ୍କୁ ଘଟଣାସ୍ଥଳରେ ଓଆଇସି ଗିରଫ କରିଥିଲେ। ବାଇକ୍‌ ଓ ଗଞ୍ଜେଇ ବସ୍ତା ସହ ଉଭୟଙ୍କୁ ଦିଗପହଣ୍ଡି ଅବକାରୀ ଥାନାକୁ ଅଣାଯାଇଥିଲା। ଉଭୟେ ଗଞ୍ଜେଇ ଚୋରା ଚାଲାଣ କରୁଥିବା ସ୍ବୀକାର କରିଥିଲେ।

ଏନେଇ ଅବକାରୀ ବିଭାଗ ଏକ(ମାମଲା ନଂ.୧୨୨/୨୬-୨୭) ରୁଜୁ କରି ଗିରଫ ଅଭିଯୁକ୍ତ ଦ୍ୱୟଙ୍କୁ ବ୍ରହ୍ମପୁର ଜିଲା ଜଜ୍‌ କୋର୍ଟ ଚାଲାଣ କରିଥିଲା। ଜାମିନ ନାମଞ୍ଜୁର ହେବାରୁ ସେମାନଙ୍କୁ ବ୍ରହ୍ମପୁର ଜେଲ ହାଜତକୁ ପଠାଇ ଦିଆଯାଇଛି। ଅଭିଯୁକ୍ତ ଦ୍ବୟଙ୍କ ନିକଟରୁ ବାଇକ୍‌, ଗଞ୍ଜେଇ ଏବଂ ମୋବାଇଲ ଫୋନ ଜବତ କରାଯାଇଥିବା ଅବକାରୀ ଓଆଇସି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ତ୍ରିଗ୍ରହୀ ଯୋଗ: ଆଜିଠୁ ଆରମ୍ଭ ୩ ରାଶିଙ୍କ ଭଲଦିନ, ହେବେ ମାଲାମାଲ, ବ୍ୟବସାୟରେ…

ଭୁବନେଶ୍ୱର: ଜ୍ୟୋତିଷ ଗଣନା ଅନୁସାରେ, ୨୦୨୬ ଅକ୍ଟୋବର ୧୭ରେ ସୂର୍ଯ୍ୟ ତୁଳା ରାଶିରେ ଗୋଚର କରିବେ। ଏହି ସମୟରେ ତୁଳା ରାଶିରେ ପୂର୍ବରୁ ଶୁକ୍ର ଓ ବୁଧ…

‘ବରିଷ୍ଠ ନାଗରିକ ଦେଶର ଅମୂଲ୍ୟ ସମ୍ପଦ’

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିଶନ ଶକ୍ତି ଭବନଠାରେ ଗୁରୁବାର ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି। ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ…

ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜରୁ ବାଦ ପଡ଼ିଲେ ଏହି ଖେଳାଳି; BCCI ପକ୍ଷରୁ ରିପ୍ଲେସମେଣ୍ଟ ଖେଳାଳିଙ୍କ ନାମ ଘୋଷଣା, ପ୍ରଶଂସକ ଚକିତ

ନୂଆଦିଲ୍ଲୀ,୧।୧୦: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଭାରତୀୟ ଦଳରେ ହଠାତ ଏକ ପରିବର୍ତ୍ତନ କରିଛି। ବିଶେଷ ଭାବରେ, ୱେଷ୍ଟଇଣ୍ଡିଜ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦…

ଫ୍ଲାଏଦୁବାଇ ବିମାନର ନାୟକ ସ୍ମିତଙ୍କୁ ଇସ୍ରାଏଲ ପ୍ରଦାନ କରିବ ବୀରତ୍ୱ ପୁରସ୍କାର, ଆଉ ୪ ଇସ୍ରାଏଲ ନାଗରିକ ପାଇବେ…

ଜେରୁଜେଲମ,୧।୧୦: ଫ୍ଲାଏଦୁବାଇ ଫ୍ଲାଇଟ FZ1073 ରେ ପ୍ରାୟ 180 ଜଣ ଯାତ୍ରୀଙ୍କୁ ବଡ଼ ବିପଦରୁ ଉଦ୍ଧାର କରିଥିବା ଭାରତୀୟ ପାଇଲଟ କ୍ୟାପ୍ଟେନ ସ୍ମତ ମଚ୍ଛାରଙ୍କ ସାହସିକତା ଇସ୍ରାଏଲରେ…

ସ୍ମିତଙ୍କୁ କରାଗଲା ଏୟାର ଲିପ୍ଟ, ପରିବାରକୁ ଭେଟିଲେ ରାଷ୍ଟ୍ରଦୂତ

ନୂଆଦିଲ୍ଲୀ,୧।୧୦: ଫ୍ଲାଏଦୁବାଇ ବିମାନରେ ଆକ୍ରମଣକାରୀଙ୍କ ମୁକାବିଲା ପାଇଁ ନିଜ ଜୀବନକୁ ବାଜି ଲଗାଇଥିବା ଭାରତୀୟ ପାଇଲଟ ସ୍ମିତ ମଚ୍ଛାରଙ୍କ ଅବସ୍ଥା ସ୍ଥିର ଅଛି। ଏହି ସମୟରେ, ୟୁଏଇ…

CJPକୁ କେଉଁଠୁ ମିଳୁଛି ପାଣ୍ଠି? ଦୀପକେ କହିଲେ, ‘ମୁଁ ୩୦ ହଜାର ଟଙ୍କାର ଜୋତା…’

ନୂଆଦିଲ୍ଲୀ,୧।୧୦: ଗୁରୁବାର (ଅକ୍ଟୋବର ୧) ମୁମ୍ବାଇରେ ଏକ ସାମ୍ବାଦିକ ସମ୍ମିଳନୀରେ କୋକରୋଚ ଜନତା ପାର୍ଟି(CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ସମ୍ବୋଧିତ କରିଥିଲେ। ସେ କହିଛନ୍ତି ଯେ ମୁଖ୍ୟ…

ସାନଖେମୁଣ୍ଡିରେ ବ୍ୟାପୁଛି ହଇଜା; ପୁଣି ଜଣେ ମୃତ, ଜିଲା ସ୍ବାସ୍ଥ୍ୟ ଟିମର ଅନୁଧ୍ୟାନ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର, ରାଜନାପଲ୍ଲୀ ଓ ଟି.ଗୋବିନ୍ଦପୁର ପଞ୍ଚାୟତ ଢିମିରାପଲ୍ଲୀ ଗାଁରେ ଗତ ୫ ଦିନ ହେଲା…

ପାରିବାରିକ କଳହ: ବାପାଙ୍କ ତଣ୍ଟି କାଟିଲେ ପୁଅ

ଗୁଡାରି,୧।୧୦,(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡି ପେଣ୍ଡିଲି ଗ୍ରାମରେ ଗୁରୁବାର ଭୋରୁ ଦେଖିବାକୁ ମିଳିଥିଲା ଏକ ଅଭାବନୀୟ ଘଟଣା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?