ସଂରକ୍ଷିତ ଜଙ୍ଗଲରେ ଗଞ୍ଜେଇ ଗୋଦାମ: ଅଡ଼ବା ପୁଲିସର ଚଢ଼ାଉରେ …

ମୋହନା, ୧୧।୮ (ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣକାରୀଙ୍କ ବିରୋଧରେ ଅଡ଼ବା  ପୋଲିସକୁ ମିଳିଛି ବଡ଼ ସଫଳତା। କେଶରିଗୁଡ଼ା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡେକାବନ୍ଧା ସଂରକ୍ଷିତ ଜଙ୍ଗଲରେ ଲୁଚାଇ ରଖାଯାଇଥିବା ପ୍ରାୟ ୨୦୦ କିଲୋଗ୍ରାମ ଗଞ୍ଜେଇକୁ ପୋଲିସ ଜବତ କରିଛି।

ବିଶେଷ ସୂତ୍ରରୁ ସୂଚନା ପାଇ ଅଡ଼ବା ପୁଲିସ ପକ୍ଷରୁ ଡେକାବନ୍ଧା ସଂରକ୍ଷିତ ଜଙ୍ଗଲରେ ଚଢ଼ାଉ କରାଯାଇଥିଲା। ପୋଲିସ ଟିମ୍‌କୁ ଦେଖି ଗଞ୍ଜେଇ ଚୋରାଚାଲାଣରେ ସମ୍ପୃକ୍ତ ବ୍ୟକ୍ତିମାନେ ଘଟଣାସ୍ଥଳରୁ ଜଙ୍ଗଲ ମଧ୍ୟକୁ ଫେରାର ହୋଇଯାଇଥିଲେ। ତେବେ ଜଙ୍ଗଲରେ ଲୁଚାଇ ରଖାଯାଇଥିବା ପ୍ରାୟ ୨୦୦ କିଲୋଗ୍ରାମ ଗଞ୍ଜେଇକୁ ପୋଲିସ ଜବତ କରିବାରେ ସଫଳ ହୋଇଛି।

ଜବତ ଗଞ୍ଜେଇର ଆନୁମାନିକ ବଜାର ମୂଲ୍ୟ ପ୍ରାୟ ୨୦ ଲକ୍ଷ ଟଙ୍କା ହେବ ବୋଲି ଅଡ଼ବା ଥାନା ଅଧିକାରୀ ସନ୍ତୋଷ କୁମାର ବିଷୋୟୀ ସୂଚନା ଦେଇଛନ୍ତି।

ଏହି ଘଟଣାରେ ଫେରାର ହୋଇଯାଇଥିବା ଗଞ୍ଜେଇ ଚୋରାଚାଲାଣକାରୀମାନଙ୍କୁ ଧରିବା ପାଇଁ ପୋଲିସ ପକ୍ଷରୁ ତଦନ୍ତ ଜାରି ରହିଛି। ଏଥିସହ ଜଙ୍ଗଲରେ ଏତେ ପରିମାଣର ଗଞ୍ଜେଇ କେଉଁଠାରୁ ଆସିଥିଲା ଏବଂ ଏହାକୁ କେଉଁଠାକୁ ଚାଲାଣ କରାଯିବାର ଯୋଜନା ଥିଲା, ସେନେଇ ମଧ୍ୟ ପୋଲିସ ତଦନ୍ତ ଚଳାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ହାତୀ-ମଣିଷ ସଂଘର୍ଷ ହ୍ରାସ ପାଇଁ ଉଦ୍ୟମ: ୭ଟି ବନଖଣ୍ଡରେ ଚାଲିଛି କଦଳୀ ଚାରା ରୋପଣ

ଭଞ୍ଜନଗର,୧୧।୮(ବାବୁଲା ପ୍ରଧାନ): ଜଙ୍ଗଲରେ ବନ୍ୟପ୍ରାଣୀଙ୍କ ପାଇଁ ପର୍ଯ୍ୟାପ୍ତ ଖାଦ୍ୟ ଉପଲବ୍ଧ ନହେବାରୁ ହାତୀପଲ ସମେତ ବିଭିନ୍ନ ବନ୍ୟପ୍ରାଣୀ ଜଙ୍ଗଲ ଛାଡ଼ି ଜନବସତି ମୁହାଁ ହେଉଛନ୍ତି। ଫଳରେ ଜଙ୍ଗଲ…

ସିମନବାଡ଼ିରେ ଜିଲାସ୍ତରୀୟ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ: ସ୍ୱାଧୀନତା ଦିବସରେ ଫାଇନାଲ୍ ମ୍ୟାଚ୍

ଦାରିଙ୍ଗବାଡ଼ି, ୧୧।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ମା’ ପାଟ୍ଟଖଣ୍ଡା ମନ୍ଦିର ନିକଟ ଖେଳ ପଡ଼ିଆରେ ରବିବାରଠାରୁ ଜିଲ୍ଲାସ୍ତରୀୟ ସିମନବାଡ଼ି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ…

ସରକାର ବଢାଇଲେ EV ସବସିଡି, ୫ହଜାର ଯାଏ ମିଳିବ ପ୍ରୋତ୍ସାହନ ରାଶି; ଜାଣନ୍ତୁ ଡେଡ୍‌ଲାଇନ କେବେ…

ନୂଆଦିଲ୍ଲୀ, ୧୧।୮: ଇରାନ-ଆମେରିକା ଯୁଦ୍ଧ ପରେ ଲୋକମାନେ ପେଟ୍ରୋଲ-ଡିଜେଲ ଦର ବୃଦ୍ଧି ଦେଖିବାକୁ ପାଇଥିଲେ। ଏହା ପରେ କେନ୍ଦ୍ର ସରକାର ଦେଶରେ ଇଲେକ୍ଟ୍ରିକ୍ ଗାଡ଼ିଗୁଡ଼ିକୁ ପ୍ରୋତ୍ସାହିତ କରିବା…

ସମୁଦ୍ର କୂଳ ଖାଉଛି, ବିପଦରେ ଆର୍ଯ୍ୟପଲ୍ଲୀ: ପଥର ବନ୍ଧ ନିର୍ମାଣ ଦାବିରେ ପ୍ରଶାସନର ଦ୍ୱାରସ୍ଥ ହେଲେ…

ଛତ୍ରପୁର, ୧୧/୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଦିନକୁ ଦିନ ସମୁଦ୍ର କୂଳ ଧସି ଗ୍ରାମ ଆଡ଼କୁ ମାଡ଼ି ଆସୁଥିବାରୁ ଭୟଭୀତ ଅବସ୍ଥାରେ ରହିଛନ୍ତି ଛତ୍ରପୁର ପୌରପରିଷଦ ଅନ୍ତର୍ଗତ…

ଧାନ ରୁଆ ବେଳେ ଅଘଟଣ, ବଜ୍ରପାତରେ ଚାଲିଗଲା ୪ ମହିଳାଙ୍କ ଜୀବନ

ସୁନ୍ଦରଗଡ,୧୧ା୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲାର ପୃଥକ ପୃଥକ ସ୍ଥାନରେ ମଙ୍ଗଳବାର ବ୍ରଜପାତ ଘଟି ୪ ମହିଳା ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତା ମହିଳାମାନେ ହେଲେ ଛତିଶଗଡ଼…

ତାଳବଣିଆ ଛକ ନିକଟରେ ଓଲଟିଲା ଶ୍ରମିକ ବୋଝେଇ ପିକ୍‌ଅପ୍‌: ଜଣେ ମୃତ, ୨୦ରୁ ଊର୍ଦ୍ଧ୍ୱ ଆହତ

ଜଳେଶ୍ୱର, ୧୧।୮ (ନବୀନ ସାହୁ): ଜଳେଶ୍ୱର ଥାନା ଅନ୍ତର୍ଗତ ନାମ୍ପ ପଞ୍ଚାୟତର ତାଳବଣିଆ ଛକ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଶ୍ରମିକ ବୋଝେଇ…

ଟାଇଟଲ ପ୍ରତ୍ୟାହାର, ୩ ବର୍ଷ ବାସନ୍ଦ ହେଲେ ଏହି ଆଥଲେଟ୍‌, ଜାଣନ୍ତୁ…

କୋଲୋରାଡୋ ସ୍ପ୍ରିଙ୍ଗ୍ସ,୧୧।୮: ବ୍ଲଡ ଡୋପିଙ୍ଗ୍‌ ମାମଲାରେ ଦୋଷୀ ସାବ୍ୟସ୍ତ ହେବା ପରେ ଯୁକ୍ତରାଷ୍ଟ୍ର ଆମେରିକାର ୧,୫୦୦ମିଟର ଚାମ୍ପିୟନ ଜୋନା କୋଚ୍‌ଙ୍କଠାରୁ ଟାଇଟଲ ପ୍ରତ୍ୟାହାର କରି ନିଆଯିବା ସହ…

ମୃତ୍ୟୁକୁ ଜୟ କରିପାରିଲେନି ମୃତ୍ୟୁଞ୍ଜୟ: ଶେଷରେ…

ଗୁଡାରି, ୧୧।୮ (ପ୍ରମୋଦ କୁମାର ପତି): ଗୁଡାରି ସହରର ଗୌଡ଼ ସାହି ବାସିନ୍ଦା ନରସିଂହ ପାଢ଼ୀଙ୍କ କଲେଜ ପଢୁଆ ପୁଅ ମୃତ୍ୟୁଞ୍ଜୟ ପାଢ଼ୀ କ୍ୟାନ୍‌ସର ସହ ଦୀର୍ଘଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri