ତାବରସାହି ଜଙ୍ଗଲରୁ ୨୫ ଲକ୍ଷର ଗଞ୍ଜେଇ ଜବତ, ଗୋଡ଼ାଇ ଗୋଡ଼ାଇ ବାନ୍ଧିଲା ପୋଲିସ

ମୋହନା/ଆର.ଉଦୟଗିରି,୫ା୮(ମନ୍ମଥ ମିଶ୍ର/ମନୋଜ କୁମାର ପାଢୀ): ଗଜପତି ଜିଲା ରା.ଉଦୟଗିରି ଥାନା ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲାର ପର୍ଦ୍ଦାଫାଶ କରିଛି । ୨୫୧ କିଲୋଗ୍ରାମ ୨୦୦ ଗ୍ରାମ ଗଞ୍ଜେଇ ଜବତ କରିବା ସହ ଦୁଇ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି । ପୋଲିସର ସୂଚନା ଅନୁଯାୟୀ, ଗତ ୪ ତାରିଖ ସକାଳେ ରା.ଉଦୟଗିରି ଥାନାର ଉପ-ନିରୀକ୍ଷକ ଲକ୍ଷ୍ମଣ ବେଶ୍ରା ଓ ତାଙ୍କ ଟିମ୍ ସମ୍ବଲପୁର, କିରାମା, ନିଧିଗୁଡ଼ି ଏବଂ ତବରସାହି ଅଞ୍ଚଳରେ ପାଟ୍ରୋଲିଂ ଓ ଚଢ଼ାଉ କାର୍ଯ୍ୟରେ ନିୟୋଜିତ ଥିଲେ । ଏହି ସମୟରେ ତାବରସାହି ଗ୍ରାମ ପଛପାର୍ଶ୍ୱ ଜଙ୍ଗଲରେ ବହୁ ପରିମାଣର ଗଞ୍ଜେଇ ମହଜୁଦ ରଖାଯାଇଥିବା ସମ୍ପର୍କରେ ବିଶ୍ୱସ୍ତ ସୂଚନା ମିଳିଥିଲା।
ସୂଚନା ଆଧାରରେ ପୋଲିସ ତୁରନ୍ତ ଘଟଣାସ୍ଥଳରେ ଚଢ଼ାଉ କରିଥିଲା। ସେଠାରେ ଦୁଇ ଜଣ ବ୍ୟକ୍ତି ଜରି ବ୍ୟାଗରେ ଗଞ୍ଜେଇ ପ୍ୟାକିଂ କରୁଥିବା ବେଳେ ପୋଲିସକୁ ଦେଖି ଜଙ୍ଗଲ ଆଡ଼କୁ ପଳାଇବାକୁ ଚେଷ୍ଟା କରିଥିଲେ । ପୋଲିସ ସେମାନଙ୍କୁ ପିଛା କରି କାବୁ କରିବାରେ ସଫଳ ହୋଇଥିଲା।
ଗିରଫ ଅଭିଯୁକ୍ତମାନେ ହେଲେ ତାବରସାହି ଗ୍ରାମର ଅବିନାଥ ରାଇକା (୪୪) ଏବଂ ଯଖ୍ୟ ଗମାଙ୍ଗ (୫୫)। ସେମାନଙ୍କ ନିକଟରୁ ୮ଟି ଜରି ବ୍ୟାଗରେ ରଖାଯାଇଥିବା ୨୫୧ କିଲୋଗ୍ରାମ ୨୦୦ ଗ୍ରାମ ଗଞ୍ଜେଇ ଜବତ କରାଯାଇଛି । ଏହାର ଆନୁମାନିକ ମୂଲ୍ୟ ପ୍ରାୟ ୨୫ଲକ୍ଷ ହେବବୋଲି ଥାନା ପକ୍ଷରୁ ସୂଚନା ମିଳିଛି ।
ଏନେଇ ରା.ଉଦୟଗିରି ଥାନାରେ ଏନ୍‌ ଡି ପି ଏସ୍ ଆଇନ ଅନୁଯାୟୀ ମାମଲା ରୁଜୁ ହୋଇଥିବା ବେଳେ ଉଭୟ ଅଭିଯୁକ୍ତଙ୍କୁ ଗିରଫ କରାଯାଇ ବୁଧବାର ଦିନ କୋର୍ଟ ଚାଲାଣ କରାଯିବ ବୋଲି ଥାନା ଅଧିକାରିଣୀ କଳ୍ପଲତା ପ୍ରଧାନ ସୂଚନା ଦେଇଛନ୍ତି । ପୋଲିସର ତଥ୍ୟ ଅନୁଯାୟୀ ଏହି ଗଞ୍ଜେଇ ଓଡିଶା ରାଜ୍ୟ ବାହାରକୁ ଚାଲାଣ କରିବା ପାଇଁ କେଉଁ କେଉଁ ବ୍ୟକ୍ତିଙ୍କ ସମ୍ପୃକ୍ତି ଅଛି ସେମାନଙ୍କୁ ଅତିଶୀଘ୍ର ଧରାଯିବ ବୋଲି ଥାନା ଅଧିକାରିଣୀ କଳ୍ପଲତା ପ୍ରଧାନ କହିଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରେ ପଡ଼ିଛି ହାତୀର ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ

ଜଳେଶ୍ୱର,୨୦ା୯(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅନ୍ତର୍ଗତ ବରଡିହା ବନଖଣ୍ଡ କଳମା ପଞ୍ଚାୟତର ଆମ୍ବତୁମ୍ବା ଜଙ୍ଗଲରୁ ଏକ ମାଈହାତୀର ମୃତଦେହ ଉଦ୍ଧାର କରାଯାଇଛି। ପ୍ରାପ୍ତ ସୂଚନା…

ଜନସାଧାରଣଙ୍କ ଅଭିଯୋଗ ଶୁଣିଲେ ଏସ୍‌ପି, ଅନ୍ଧବିଶ୍ୱାସଠାରୁ ଦୂରେଇ ରହିବା ନେଇ…

ଗଞ୍ଜାମ,୨୦ା୯(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ପୋଲିସ ପକ୍ଷରୁ ଫାଣ୍ଡି ପରିସରରେ ଆମ ପୋଲିସ ସମିତି ବୈଠକ ରବିବାର ଅନୁଷ୍ଠିତ ହୋଇଥିଲା। ଛତ୍ରପୁର…

ମାଉଜର ଦେଖାଇ ଫାଇନାନ୍ସ କମ୍ପାନୀ କର୍ମଚାରୀଙ୍କଠାରୁ ଲକ୍ଷାଧିକ ଟଙ୍କା ଝାମ୍ପିନେଲେ ୪ ଦୁର୍ବୃତ୍ତ

ନନ୍ଦପୁର,୨୦ା୯(ତୁଷାରକାନ୍ତ ମହାନ୍ତି): ପାର୍ବଣ ପୂର୍ବରୁ କୋରାପୁଟ ଜିଲାର ବିଭିନ୍ନ ସ୍ଥାନରେ ଚୋରି ଡକାୟତି ରାହାଜାନି ଘଟଣା ଦିନକୁ ଦିନ ବୃଦ୍ଧି ପାଉଛି। ନନ୍ଦପୁର ଥାନା କ୍ଷେତ୍ର ପାଲିବା…

କନ୍ୟା ରାଶିରେ ସୂର୍ଯ୍ୟଙ୍କ ଏଣ୍ଟ୍ରି: ମାସେ ଯାଏ ୫ ରାଶିଙ୍କୁ ଫାଇଦା ହିଁ ଫାଇଦା, ମାଲାମାଲ ହେବେ…

ନବଗ୍ରହଙ୍କ ମଧ୍ୟରେ ରାଜାର ପଦବୀ ପାଇଥିବା ସୂର୍ଯ୍ୟଦେବ ୧୭ ସେପ୍ଟେମ୍ୱରରେ ନିଜର ମିତ୍ର ଗ୍ରହ ବୁଧଙ୍କ ରାଶି କନ୍ୟାରେ ପ୍ରବେଶ କରିସାରିଛନ୍ତି। ସେ ୧୭ ଅକ୍ଟୋବର ୨୦୨୬…

ଶ୍ରୀଗୁଣ୍ଡିଚା ମନ୍ଦିର ପରିଦର୍ଶନ ସହ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟ ପ୍ରଶାସକ

ପୁରୀ,୨୦ା୯(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟସ୍ଥିତ ସମ୍ମିଳନୀ କକ୍ଷରେ ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ କୁମାର ପାଢ଼ୀଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ…

ସେପ୍ଟେମ୍ୱର ଶେଷ ସପ୍ତାହରେ ଗୋଟିଏ ଦିନ ଖୋଲା ରହିବ ବ୍ୟାଙ୍କ୍‌, ଜରୁରୀ କାମ ଥିଲେ…

ନୂଆଦିଲ୍ଲୀ,୨୦।୯: ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ (RBI)ର ଛୁଟି ତାଲିକା (ହଲିଡେ କ୍ୟାଲେଣ୍ଡର) ଦେଖିଲେ ମନେହେଉଛି ଯେ ଆସନ୍ତା ସପ୍ତାହରେ ବ୍ୟାଙ୍କ କେବଳ ଗୋଟିଏ ଦିନ ହିଁ…

ଲଟାବୁଦାରେ ଭର୍ତ୍ତି ହୋଇଛି ଗାଁ ଶ୍ମଶାନ, ସଫେଇ ପାଇଁ ଏକାଠି ହେଲେ ଯୁବବର୍ଗ, ଅଧାପନ୍ତରିଆ ହୋଇଥିବା…

ଦାରିଙ୍ଗବାଡ଼ି,୨୦ା୯(ଅରୁଣ ସାହୁ): ସରକାରଙ୍କ ପକ୍ଷରୁ ଶ୍ମଶାନ ଗୃହ ନିର୍ମାଣ ପାଇଁ ଲକ୍ଷଲକ୍ଷ ଟଙ୍କା ଅନୁଦାନ ଖର୍ଚ୍ଚ କରାଯାଇ ସ୍ବଚ୍ଛତା ଓ ସୌନ୍ଦର୍ଯ୍ୟ ପାଇଁ ପଦକ୍ଷେପ ନିଆଯାଉଛି। କିନ୍ତୁ…

ପାରିବାରିକ କଳହର କରୁଣ ପରିଣତି: ସ୍ତ୍ରୀଙ୍କୁ ହତ୍ୟାପରେ, ସ୍ୱାମୀଙ୍କ ଆତ୍ମହତ୍ୟା

ପରଜଙ୍ଗ, ୨୦/୯ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅଧୀନ ଦଦରାଘାଟି ଫାଣ୍ଡି ଅଞ୍ଚଳର ଆଖୁଆପାଳ ପଞ୍ଚାୟତ ଅନ୍ତର୍ଗତ ୩ ନମ୍ବର କଲୋନୀରେ ପାରିବାରିକ କଳହକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?