ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା ଅନ୍ତର୍ଗତ ନୂଆଗଡ଼ ବ୍ଲକର ବୁରିପଦର ଗାଁରେ ଚଢ଼ାଉ କରି ପୋଲିସ ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛି।

ସୂଚନା ଅନୁଯାୟୀ, ବୁରିପଦର ଗାଁର କିଛି ଘର ଓ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ମହଜୁଦ ଥିବା ନେଇ ପୋଲିସ ଖବର ପାଇଥିଲା। ଏସ୍‌ଡିପିଓ(ଆଇପିଏସ୍‌) ରାକେଶ କୁମାର ସାହୁଙ୍କ ନିର୍ଦ୍ଦେଶରେ ମୋହନା ଏବଂ ଆର୍‌. ଉଦୟଗିରି ଥାନା ପୋଲିସକୁ ନେଇ ଏକ ସୱତନ୍ତ୍ର ଟିମ ଗଠନ କରାଯାଇଥିଲା। ଏହି ଟିମ ଏକ୍ଜ୍ୟୁଟିଭ ମାଜିଷ୍ଟ୍ରେଟ ଏବଂ ସାକ୍ଷୀଙ୍କ ଉପସ୍ଥିତିରେ ଚଢ଼ାଉ କରି ୧୮ କୁଇଣ୍ଟାଲ ୩୦ କିଲୋ ଗଞ୍ଜେଇ ଜବତ କରିଛି।

ପୋଲିସ ଆସିବାର ଖବର ପାଇ ତିନି ଜଣ ଗଞ୍ଜେଇ ମାଫିଆ ଘଟଣାସ୍ଥଳରୁ ଜଙ୍ଗଲକୁ ଚମ୍ପଟ ମାରିଛନ୍ତି। ଏହି ଘଟଣାରେ ପୋଲିସ ୪୯/୨୬ରେ ଏକ ମାମଲା ରୁଜୁ କରିବା ସହ ତିନିଜଣ ଅଭିଯୁକ୍ତଙ୍କ ନାମରେ କେସ ଦାୟର କରିଛି। ସେମାନଙ୍କୁ ଧରିବା ପାଇଁ ପୋଲିସ ତନାଘନା ଜାରି ରଖିଛି।

ଜବତ ହୋଇଥିବା ଗଞ୍ଜେଇର ଆନୁମାନିକ ବଜାର ଦର ପ୍ରାୟ ୧ କୋଟି ୮୦ ଲକ୍ଷ ଟଙ୍କା ହେବ ବୋଲି ଏସଡିପିଓ ରାକେଶ ସାହୁ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି। ଗଜପତି ଜିଲ୍ଲାରେ ଗଞ୍ଜେଇ ଚୋରା ଚାଲାଣକୁ ସମ୍ପୂର୍ଣ୍ଣ ରୂପେ ବନ୍ଦ କରିବା ପାଇଁ ପୋଲିସ ଏଭଳି କଡ଼ା ପଦକ୍ଷେପ ଜାରି ରଖିବ ବୋଲି ସେ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିକାଶ ଅପହଞ୍ଚ: ଆସିଲାନି ଆମ୍ବୁଲାନ୍ସ ଭରା ବନ୍ୟାପାଣିରେ ଭାରରେ ବୁହାହେଲେ ରୋଗୀ

ବରୀ,୧୯ା୮(ମହେନ୍ଦ୍ର ସ୍ବାଇଁ): ଦେଶ ସ୍ବାଧୀନ ହେବାର ୮୦ ବର୍ଷ ବିତିଯାଇଥିଲେ ସୁଦ୍ଧା ଯାଜପୁର ଜିଲା ବରୀ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବାଲିବିଲ ପଞ୍ଚାୟତର ଢିଅସାହି ଗ୍ରାମରେ ବିକାଶର…

ଭିନ୍ନକ୍ଷମ କ୍ରିକେଟ ଦଳକୁ ସମ୍ମାନିତ କଲା ଲଣ୍ଡନର ଓଡ଼ିଆ ରେସ୍ତୋରାଁ ‘ଚିଲିକା’

ବାଲିପାଟଣା, ୧୯।୮(ଅଭିମନ୍ୟୁ ନାୟକ ): ଭାରତୀୟ ଭିନ୍ନକ୍ଷମ କ୍ରିକେଟ ଖେଳାଳିଙ୍କ ସାହସ, ଦୃଢ଼ତା ଓ ସଫଳତାକୁ ସମ୍ମାନ ଜଣାଇ ଦକ୍ଷିଣ-ପୂର୍ୱ ଲଣ୍ଡନରେ ଥିବା ଓଡ଼ିଆ ରେସ୍ତୋରାଁ ‘ଚିଲିକା’…

ହୀରାକୁଦରେ ପଶିଲା ୩ ଲକ୍ଷରୁ ଅଧିକ ଘନଫୁଟ ବନ୍ୟାଜଳ

ସମ୍ବଲପୁର,୧୯ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣର ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଜଳଭଣ୍ଡାରରୁ ବନ୍ୟାଜଳ ନିଷ୍କାସନ ପାଇଁ ବୁଧବାର ପୂର୍ବାହ୍ନରେ ପୁଣିଥରେ ୨ଟି…

ତାମିଲନାଡୁରେ ୬ ଦାଦନ ଶ୍ରମିକ ଅଟକ ଅଭିଯୋଗ: ଉଦ୍ଧାର ପାଇଁ ନିବେଦନ

ପାଟଣା,୧୯ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା କପୁଣ୍ଡି ପଞ୍ଚାୟତ ଖଲିଆରୀପାଟ ନୂଆଗାଁ ଗ୍ରାମର ୬ଜଣ ଶ୍ରମିକ ତାମିଲନାଡୁର ଚେନ୍ନାଇସ୍ଥିତ ଏକ ଟାୟାର କାରଖାନାରେ ଦାଦନ ଖଟିବାକୁ…

ଦାରିଙ୍ଗବାଡି-କୋଟଗଡ଼ ରାସ୍ତା ଅବସ୍ଥା ଶୋଚନୀୟ: ଯାତ୍ରୀବାହୀ ବସ ଚଳାଚଳ ବନ୍ଦ

ଦାରିଙ୍ଗବାଡି, ୧୯।୮ (ଅରୁଣ ସାହୁ):କନ୍ଧମାଳ ଜିଲାରେ ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଜିଲା ପ୍ରଭାବିତ ହୋଇଛି। ଏହି ପ୍ରରିପ୍ରେକ୍ଷୀରେ ଦାରିଙ୍ଗବାଡି ଅଞ୍ଚଳରେ ମଧ୍ୟ ବର୍ଷାର ପ୍ରଭାବ ଲାଗି…

ରୁଆ-ବିହୁଡ଼ା ପୂର୍ବରୁ ମାଟି ମା’ଙ୍କ ଅନୁମତି ନେବାର ନିଆରା ପରମ୍ପରା: ଗାଁ ଗାଁରେ ଉତ୍ସାହ

ବୀରମହାରାଜପୁର, ୧୯।୮ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ବ୍ଲକ ଏକ କୃଷିପ୍ରଧାନ ଅଞ୍ଚଳ। ଏଠାକାର ଚାଷୀଙ୍କ ଜୀବନ ଓ ଲୋକସଂସ୍କୃତି ସହ ଅଙ୍ଗାଙ୍ଗୀ ଭାବେ ଜଡ଼ିତ…

ନକଲି ଜାତି ଓ ଜମିପଟ୍ଟା ପ୍ରମାଣପତ୍ର ମାମଲା: ତଦନ୍ତ ଆରମ୍ଭ କଲା ଯୁଗ୍ମ କମିଟି

ମହାକାଳପଡ଼ା,୧୯ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ବୃଦ୍ଧି ପାଉଛି ନକଲି ଜାତି ଓ ଜମି ପଟ୍ଟା ପ୍ରମାଣପତ୍ର। କେତେଜଣ ମଧ୍ୟସ୍ଥ ସରକାରୀ…

ଋଷିକୂଲ୍ୟା ନଦୀରୁ ଆର୍ମି ଡ୍ରେସ ପିନ୍ଧା ମହିଳାଙ୍କ ମୃତଦେହ ଉଦ୍ଧାର: ବଢୁଛି ସନ୍ଦେହ

ଗଞ୍ଜାମ,୧୯।୮(ବିଦ୍ୟାଧର ସାହୁ/ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ତଥା ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚଯାତ ପୁରୁଣାବନ୍ଧ ଗ୍ରାମ ଗଙ୍ଗାଦେବୀ ମନ୍ଦିର ନିକଟସ୍ଥ ଋଷିକୂଲ୍ୟା ନଦୀରେ ବୁଧବାର ସକାଳେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri