ମୋହନା,୧୪ା୮(ମନ୍ମଥ ମିଶ୍ର): ଗୋପଟିମା ଓ କୁଟିଗୁଡ଼ା ଗାଁ ମଧ୍ୟରେ ଥିବା ଜଙ୍ଗଲରୁ ମୋହନା ପୋଲିସ ୩ କୁଇଣ୍ଟାଲରୁ ଊର୍ଦ୍ଧ୍ୱ (୩୦୩ କିଲୋ ୬୦୦ ଗ୍ରାମ) ଗଞ୍ଜେଇ ଜବତ କରିଛି। ଏହାର ବଜାର ମୂଲ୍ୟ ୩୦ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ବୋଲି ପୋଲିସ କହିଛି। ଗତ କିଛି ଦିନ ହେବ ଉକ୍ତ ଅଞ୍ଚଳରେ କେତେ ଜଣ ଗଞ୍ଜେଇ ବ୍ୟବସାୟୀ ଆଡ୍ଡା ପକାଇ ରହିଥିବା ସୂଚନା ପାଇ ମୋହନା ପୋଲିସ ଗୋପଟିମା ଓ କୁଟିଗୁଡ଼ା ଗାଁ ମଧ୍ୟରେ ଥିବା ଜଙ୍ଗଲରେ ଚଢାଉ କରି ଉପରୋକ୍ତ ପରିମାଣର ଗଞ୍ଜେଇ ଜବତ କରିଛି।

