ଗଞ୍ଜେଇ ଭର୍ତ୍ତି କାର୍‌ ଜବତ, ଧରାପଡ଼ିଲେ ୩ ଅଭିଯୁକ୍ତ

ବ୍ରହ୍ମପୁର, ୪।୮(ସୁବାସ ଚନ୍ଦ୍ର ପାଢ଼ୀ): ଅବକାରୀ ଗୋଇନ୍ଦା ଡେପୁଟି କମିଶନର ଡମ୍ବରୁଧର ଖଣ୍ଡାଙ୍କ ନିର୍ଦ୍ଦେଶୟ କ୍ରମେ ଏକ ଟିମ୍‌ ଶୁକ୍ରବାର ଚଢ଼ାଉ କରି ଗଞ୍ଜେଇ ଭର୍ତ୍ତି ଏକ କାର୍‌କୁ ଜବତ କରିଛି। କାରରୁ ୨୧୦ କେଜି ଗଞ୍ଜେଇ ଜବତ ହୋଇଥିବା ବିଭାଗ ପକ୍ଷରୁ କୁହାଯାଇଛି। ଅନ୍ୟପକ୍ଷେ ଘଟଣାରେ ସମ୍ପୃକ୍ତ ୩ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ମୟୂରଭଞ୍ଜ ବାଙ୍ଗିରିପୋଷି ଥାନା ଅଧୀନ ବେଗୁନାଡିହର ଅନ୍ତର୍ଯ୍ୟାମୀ ଦାସ(୩୨), ଉଦାଲିର ସତ୍ୟଜିତ ଗୋଚ୍ଛାୟତ(୨୦) ଏବଂ ଅଡ଼ିହର ହରକୃଷ୍ଣ ନାଇକ(୨୬)। ଏନେଇ ଅବକାରୀ ବିଭାଗ ପକ୍ଷରୁ ଏକ ମାମଲା (ନଂ.୨୪୯/୨୩-୨୪) ରୁଜୁ କରି ଗିରଫ ଅଭିଯୁକ୍ତମାନଙ୍କୁ ଶୁକ୍ରବାର କୋର୍ଟ ଚାଲାଣ କରାଯାଇଛି।
ଘଟଣାରୁ ପ୍ରକାଶ ଯେ, ଅବକାରୀ ଗୋଇନ୍ଦା ଉପ ଅଧୀକ୍ଷକ କୁବେର ସେଠୀଙ୍କ ନେତୃତ୍ୱରେ ଏକ ଟିମ୍‌ ଶୁକ୍ରବାର ଗଞ୍ଜାମ ଜିଲା କୁକୁ ଛକରେ ଯାନବାହନ ଯାଞ୍ଚ କରୁଥିଲା। ସେତିକିବେଳେ ଉକ୍ତ ରାସ୍ତା ଦେଇ ବ୍ରହ୍ମପୁର ଆସୁଥିବା ଏକ ଫର୍ଟୁନ କାରକୁ(ନଂ.ଓଆର ୦୩ ଜେ- ୧୦୪୫) ଅଟକାଇ ଟିମ୍‌ ଯାଞ୍ଚ କରିଥିଲା। ଯାଞ୍ଚ ବେଳେ ଗାଡିରେ ଗଞ୍ଜେଇ ଭର୍ତ୍ତି ହୋଇଥିବା ଦେଖିବାକୁ ମିଳିଥିଲା। ପରେ ଗାଢ଼ିରୁ ୨୧୦କେଜି ଗଞ୍ଜେଇ ଜବତ କରାଯାଇଥିଲା। ଅଭିଯୁକ୍ତ ମାନଙ୍କୁ ଜେରା ବେଳେ ସେମାନେ ଉକ୍ତ ଗଞ୍ଜେଇ କନ୍ଧମାଳରୁ ଆଣି ଦାରିଙ୍ଗିବାଡ଼ ହୋଇ ବ୍ରହ୍ମପୁର ଓ ପରେ କୋଲକାତା ଚାଲାଣ କରିଥାନ୍ତେ ବୋଲି ଅଧିକାରୀମାନେ ତଦନ୍ତ ବେଳେ ଜାଣିବାକୁ ପାଇଛନ୍ତି। ଜବତ ଗଞ୍ଜେଇ ଏବଂ କାର ମୂଲ୍ୟ ୫୧ ଲକ୍ଷ ଟଙ୍କା ହେବ ବୋଲି ଅବକାରୀ ଗୋଇନ୍ଦା ଉପ ଅଧିକ୍ଷକ ସେଠୀ ସୂଚନା ଦେଇଛନ୍ତି। ଚଢ଼ାଉରେ ଅନ୍ୟମାନଙ୍କ ମଧ୍ୟରେ ଇନ୍ସପେକ୍ଟର ହୃଦୟ ଚନ୍ଦ୍ର ସାମନ୍ତ , ଏସ୍‌ଆଇ ଅଜିତ କୁମାର ନାୟକ, କନଷ୍ଟେବଲ କପିଳାସ ଭତ୍ରା, ସନ୍ତୋଷ ନାୟକ, ବଳରାମ ଜେନା, କୁମୁଦ ଚନ୍ଦ୍ର ପ୍ରଧାନ, ସୁବ୍ରତ ବେହେରା ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ଉତ୍ତେଜନା

ଭୁବନେଶ୍ବର,୭।୭: ଭୁବନେଶ୍ବର ସ୍ଥିତ ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ମଙ୍ଗଳବାର ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। କ୍ୟାମ୍ପସ ଭିତରକୁ ଅଣଛାତ୍ରୀଛାତ୍ର ପ୍ରବେଶକୁ ବିରୋଧ କରି ବିଶ୍ବବିଦ୍ୟାଳୟର ଛାତ୍ରୀମାନେ ଅସନ୍ତୋଷ…

ଗୋଲ୍ଡେନ ବୁଟ୍‌ ରେସ୍‌ରେ ଏହି ୩ ଖେଳାଳି, ଜାଣନ୍ତୁ…

ଇଷ୍ଟ ରଦରଫୋର୍ଡ,୭ା୭: ବ୍ରାଜିଲ ବିପକ୍ଷ ପ୍ରି-କ୍ୱାର୍ଟର ମ୍ୟାଚ୍‌ରେ ଡବଲ ଗୋଲ ଦେଇ ନରଓ୍ବେକୁ ଜିତାଇଥିବା ଏର୍ଲିଂ ହାଲାଣ୍ଡ ଚଳିତ ବିଶ୍ୱକପ୍‌ରେ ଗୋଲ୍ଡେନ ବୁଟ୍‌ ରେସରେ ସାମିଲ ହୋଇଛନ୍ତି।…

ଶିଶୁ କନ୍ୟାଙ୍କୁ ଝୁଣି ଦେଲେ ୨ ବୁଲା କୁକୁର: ୩ ସ୍ଥାନରେ ଲାଗିଛି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନାଳା ଗ୍ରାମର ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ଵିତୀୟ ଶ୍ରେଣୀରେ ପଢୁଥିବା ପାଟପୁର ଗ୍ରାମର ପ୍ରମୋଦ ସାହୁଙ୍କ…

ଭୁବନେଶ୍ୱରରେ ନିର୍ମାଣ ହେବ ନୂଆ ରାଜସ୍ୱ ଭବନ: ୬୦୦ କୋଟି ଟଙ୍କା ବ୍ୟୟରେ ଉଠିବ ୧୦ ମହଲା ବିଶିଷ୍ଟ କୋଠା

ଭୁବନେଶ୍ୱର, ୭।୭: ରାଜ୍ୟର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ ଓ ଆଧୁନିକ କରିବା ଲକ୍ଷ୍ୟରେ ଭୁବନେଶ୍ୱରରେ ଏକ ନୂଆ ରାଜସ୍ୱ ଭବନ ନିର୍ମାଣ…

କ୍ରିକେଟ ଜଗତରେ ଶୋକର ଛାୟା, ୩୮ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କଲେ ପୂର୍ବତନ କିମ୍ବଦନ୍ତୀ ବୋଲର

ନୂଆଦିଲ୍ଲୀ,୭।୭: ପୂର୍ବତନ ଆଫଗାନିସ୍ତାନ ଦ୍ରୁତ ବୋଲର ଶାପୁର ଜାଦ୍ରନ (Shapoor Zadran) ଙ୍କ ଦେହାନ୍ତ ହୋଇଛି। ସେ ଦୀର୍ଘ ଦିନ ଧରି ଏକ ଗମ୍ଭୀର ରୋଗ ସହିତ…

ଆନ୍ନା ହଜାରେଙ୍କୁ ନେଇ ବିବାଦୀୟ ବୟାନ ଦେଲେ ‘କକ୍ରୋଚ ଜନତା ପାର୍ଟି’ର ଅଭିଜିତ ଦୀପକେ, ହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୭।୭: ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପାଇଁ ଆନ୍ଦୋଳନ କରୁଥିବା ‘କକ୍ରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଆନ୍ନା ହଜାରେଙ୍କ ବିଷୟରେ ବିବାଦୀୟ ମନ୍ତବ୍ୟ…

ଦାଦା ବଟି ଯୋଜନା ପଣ୍ଡ: ୨ ପିସ୍ତଲ ସହ ୪ ଗିରଫ

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଅପରାଧୀ ଗୋଷ୍ଠୀକୁ କାବୁ କରିବାରେ ସକ୍ଷମ ହୋଇଛି। ପୋଲିସ ଦାଦା ବଟି ମାଗିବା ଯୋଜନା କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri