ଟ୍ରେନ୍‌ରେ ଗଞ୍ଜେଇ ଚାଲାଣ

ରାୟଗଡ଼ା,୧୦।୮(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ରେଳ ଷ୍ଟେଶନରେ ଗଞ୍ଜେଇ ଚୋରା ଚାଲାଣ କରୁଥିବା ବେଳେ ଜଣେ ଯୁବକଙ୍କୁ ଆରପିଏଫ୍‌ ପୋଲିସ ଗିରଫ କରିଛି। ସେ ହେଲେ ହରିୟାଣା ରାଜ୍ୟର ପାନିପତ ଜିଲାର ବିନୋଦ । ତାଙ୍କ ନିକଟରୁ ପୋଲିସ ୪ କିଲୋ ଗଞ୍ଜେଇ ଜବତ କରିଛି । ଯାହାର ଆନୁମାନିକ ମୂଲ୍ୟ ୪୦ ହଜାର ଟଙ୍କା ହେବ ବୋଲି ଜଣାପଡ଼ିଛି ।

ଆରପିଏଫ ସ୍ପେଶାଲ ବ୍ରାଞ୍ଚ ଓ ଡଗ୍‌ ସ୍କ୍ବାଡ୍‌ ବୁଲୁଥିବା ବେଳେ ୩ନଂ ପ୍ଲାଟଫର୍ମରେ ଜଣେ ବ୍ୟକ୍ତି ସନ୍ଦେହଜନକ ଅବସ୍ଥାରେ ବୁଲୁଥିଲେ । ଫଳରେ ଟିମ୍‌ ତାଙ୍କୁ ଅଟକାଇ ପଚରାଉଚୁରା କରିବା ବେଳେ ତାଙ୍କ ନିକଟରୁ ୪ କିଲୋ ଗଞ୍ଜେଇ ଜବତ ହୋଇଥିଲା  । ସେ ଜିଲାର କୌଣସି ଏକ ଗ୍ରାମରୁ ଏହି ଗଞ୍ଜେଇ କିଣି ନିଜାମୁଦ୍ଦିନ ନେଇ ଯାଉଥିବା କହିଛନ୍ତି। ଆରପିଏଫ ଗିରଫ ଯୁବକ ଓ ଜବତ ଗଞ୍ଜେଇକୁ ଜିଲା ଅବକାରୀ ବିଭାଗକୁ ହସ୍ତାନ୍ତର କରିଛି  । ଏନେଇ ଅବକାରୀ ବିଭାଗ ଏକ ମାମଲା(ନଂ.୭୩/୨୩) ରୁଜୁ କରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri