ଟ୍ରେନ୍‌ରେ ଗଞ୍ଜେଇ ଚାଲାଣ

ରାୟଗଡ଼ା,୧୦।୮(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ରେଳ ଷ୍ଟେଶନରେ ଗଞ୍ଜେଇ ଚୋରା ଚାଲାଣ କରୁଥିବା ବେଳେ ଜଣେ ଯୁବକଙ୍କୁ ଆରପିଏଫ୍‌ ପୋଲିସ ଗିରଫ କରିଛି। ସେ ହେଲେ ହରିୟାଣା ରାଜ୍ୟର ପାନିପତ ଜିଲାର ବିନୋଦ । ତାଙ୍କ ନିକଟରୁ ପୋଲିସ ୪ କିଲୋ ଗଞ୍ଜେଇ ଜବତ କରିଛି । ଯାହାର ଆନୁମାନିକ ମୂଲ୍ୟ ୪୦ ହଜାର ଟଙ୍କା ହେବ ବୋଲି ଜଣାପଡ଼ିଛି ।

ଆରପିଏଫ ସ୍ପେଶାଲ ବ୍ରାଞ୍ଚ ଓ ଡଗ୍‌ ସ୍କ୍ବାଡ୍‌ ବୁଲୁଥିବା ବେଳେ ୩ନଂ ପ୍ଲାଟଫର୍ମରେ ଜଣେ ବ୍ୟକ୍ତି ସନ୍ଦେହଜନକ ଅବସ୍ଥାରେ ବୁଲୁଥିଲେ । ଫଳରେ ଟିମ୍‌ ତାଙ୍କୁ ଅଟକାଇ ପଚରାଉଚୁରା କରିବା ବେଳେ ତାଙ୍କ ନିକଟରୁ ୪ କିଲୋ ଗଞ୍ଜେଇ ଜବତ ହୋଇଥିଲା  । ସେ ଜିଲାର କୌଣସି ଏକ ଗ୍ରାମରୁ ଏହି ଗଞ୍ଜେଇ କିଣି ନିଜାମୁଦ୍ଦିନ ନେଇ ଯାଉଥିବା କହିଛନ୍ତି। ଆରପିଏଫ ଗିରଫ ଯୁବକ ଓ ଜବତ ଗଞ୍ଜେଇକୁ ଜିଲା ଅବକାରୀ ବିଭାଗକୁ ହସ୍ତାନ୍ତର କରିଛି  । ଏନେଇ ଅବକାରୀ ବିଭାଗ ଏକ ମାମଲା(ନଂ.୭୩/୨୩) ରୁଜୁ କରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଚଣ୍ଡ ଖରାକୁ ଖାତିର ନ କରି ପ୍ରଚାର ମଇଦାନରେ ପ୍ରାର୍ଥିନୀ

କେସିଙ୍ଗା,୨୮ା୪(ତୁମେଶ୍ୱର ସାହୁ): ସମଗ୍ର କେସିଙ୍ଗା ଅଞ୍ଚଳରେ କିଛିଦିନ ହେଲା ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଏପରିକି ତାପମାତ୍ରା ୪୦ରୁ ୪୫ ଡିଗ୍ରୀରୁ ଅଧିକ ରହିଥିବାରୁ ଅଞ୍ଚଳବାସୀ...

ସାଲେପୁରରେ ଆରମ୍ଭରୁ ବର୍ଷିଲେ ରାହୁଲ, କହିଲେ…

ସାଲେପୁର,୨୮ା୪: କଂଗ୍ରେସ ନେତା ରାହୁଲ ଗାନ୍ଧୀ ରବିବାର ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ମଧୁବାବୁଙ୍କ ଜନ୍ମସ୍ଥାନ କଟକର ସତ୍ୟଭାମାପୁରରେ ପହଞ୍ଚିଥିଲେ।...

ଟ୍ରକ୍‌ ପଛରେ ପିଟିହେଲା ବସ୍‌: ଡ୍ରାଇଭର, ହେଲପର ମୃତ

ସୋନପୁର,୨୮ା୪(ମୃତ୍ୟୁଞ୍ଜୟ ଶତପଥୀ): ବଲାଙ୍ଗୀର ୫୭ ନଂ ଜାତୀୟ ରାଜପଥର ସୋନପୁର ଥାନା ହରଡ଼ଖୋଲ ନିକଟରେ ଶନିବାର ବିଳମ୍ବିତ ରାତିରେ ଦୁର୍ଘଟଣା ଘଟିଛି। ପ୍ରଧାନ ନାମକ ଯାତ୍ରୀବାହୀ...

କାହାକୁ ଟାର୍ଗେଟ କଲେ ଦୀପାଳି ଦାସ, କହିଲେ ସିଜନାଲ ପକ୍ଷୀ…

ଭୁବନେଶ୍ୱର,୨୮।୪: ଝାରସୁଗୁଡା ନିର୍ବାଚନ ମଣ୍ଡଳୀ ଲାଇକେରା ଠାରେ ବିଜେଡିର ମହିଳା ସମାବେଶ କରିଛନ୍ତି ଦୀପାଳି ଦାସ । ଏଥିରେ ଝାରସୁଗୁଡା ବିଧାୟିକା ପ୍ରାର୍ଥୀ ଦୀପାଳି ବିରୋଧୀଙ୍କୁ...

ପୁରୀ ଷ୍ଟେଶନରେ ବଡ଼ ଅଘଟଣ: ଭୁଶୁଡିଲା ନିର୍ମାଣାଧୀନ କୋଠା, ଶ୍ରମିକ ଫସି ରହିଥିବା ଆଶଙ୍କା

ପୁରୀ,୨୮।୪: ପୁରୀ ରେଲୱେ ଷ୍ଟେସନରେ ଘଟିଯାଇଛି ବଡ଼ ଅଘଟଣ। ନିର୍ମାଣାଧୀନ କୋଠାର ଛାତ ଭୁଶୁଡି ୪ ଜଣ ଶ୍ରମିକ ଆହତ ହୋଇଛନ୍ତି। ଆହତମାନଙ୍କୁ ପୁରୀ ଜିଲା...

ରାସେଶ୍ୱରୀଙ୍କୁ ଭେଟିଲେ ଧର୍ମେନ୍ଦ୍ର, ଟିକେଟ ନ ମିଳିବାରୁ ଅସନ୍ତୁଷ୍ଟ ହୋଇ ବିଜେଡି ଛାଡିଥିଲେ ରାସେଶ୍ୱରୀ

ସମ୍ବଲପୁର,୨୮ା୪: ଓଡ଼ିଶା ରାଜନୀତିରେ ସମ୍ବଲପୁର ଏବେ ସବୁଠୁ ଚର୍ଚ୍ଚାରେ ରହିଛି। ଏହାରି ମଧ୍ୟରେ ରବିବାର ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କୁ ଭେଟିଛନ୍ତି କେନ୍ଦ୍ରମନ୍ତ୍ରୀ ତଥା...

ବାଇକ୍‌କୁ ପଛରୁ ଧକ୍କା ଦେଲା ବୋଲେରୋ: ମା’ଙ୍କ ଜୀବନ ଗଲା, ପୁଅ ଗୁରୁତର

ପାଟଣା,୨୮ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବାଉଁଶୁଳି ଉଖୁଣ୍ଡା ରାସ୍ତାର ବାଉଁଶୁଳି ହନୁମାନ ଛକ ନିକଟରେ ଶନିବାର ରାତିରେ ଦୁର୍ଘଟଣାରେ ମା’ଙ୍କର ମୃତ୍ୟୁ ହୋଇଥିବା...

ତପ୍ତପାଣି ଘାଟିରେ ଓଲଟିଲା ନଳକୂପ ଖନନ ଗାଡି, ୧୨ ଶ୍ରମିକ ଆହତ

ଗଞ୍ଜାମ,୨୮।୪: ଗଞ୍ଜାମ ଜିଲା ତପ୍ତପାଣି ଘାଟିରେ ଘଟିଛି ମର୍ମନ୍ତୁଦ ସଡକ ଦୁର୍ଘଟଣା। ଏକ ନଳକୂପ ଖନନ ଗାଡ଼ି ଭାରସାମ୍ୟ ହରାଇ ଓଲଟି ପଡିବାରୁ ୧୨ ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri