ଦଣ୍ଡନାଚରେ ଅଘଟଣ: ଯୁବକଙ୍କୁ ଛୁରୀ ଭୁସି ହତ୍ୟା କଲେ ବାପାପୁଅ

ବ୍ରହ୍ମପୁର,୩୧।୩(ସୁବାସ ଚନ୍ଦ୍ର ପାଢ଼ୀ): ଦିନକୁ ଦିନ ଗଞ୍ଜାମ ଜିଲା ଅଶାନ୍ତ ହେବାରେ ଲାଗିଛି। ୪୮ ଘଣ୍ଟା ମଧ୍ୟରେ ଜିଲାରେ ତିନୋଟି ମୁଣ୍ଡ ଗଡିଛି। ଗତ ଶୁକ୍ରବାର ବିଳମ୍ବିତ ରାତିରେ ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସମା ଗ୍ରାମରେ ଶିକୁଳା ଗ୍ରାମର ସୁମନ୍ତ କୁମାର ମହାପାତ୍ର (୫୨)ଙ୍କୁ ସଂଘବଦ୍ଧ ଭାବେ ହତ୍ୟା କରାଯାଇଥିଲା। ସେହିପରି ରବିବାର କବିସୂର୍ଯ୍ୟନଗର ଥାନା ଅନ୍ତର୍ଗତ ପଥରାପଲି ମୁଖ୍ୟ ରାସ୍ତାରେ ଲକ୍ଷ୍ମୀ ନାରାୟଣ ପାଇକରାୟଙ୍କୁ ଗୁଳି କରି ଦୁର୍ବୃତ୍ତ ମାନେ ହତ୍ୟା କରିଥିଲେ। ଏହି କ୍ରମରେ ରବିବାର ବିଳମ୍ବିତ ରାତ୍ରରେ ବଡ଼ ବଜାର ଥାନା ଅନ୍ତର୍ଗତ ଜେନା ସାହିରେ ଚାଲିଥିବା ବେଲଗାଁ ଦଣ୍ଡ ନାଚ ଯାତ୍ରାରେ ଯାତ୍ରା ଅଧିକାରୀଙ୍କ ଛୁରାମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି । ମୃତକ ଜଣଙ୍କ ହେଲେ ବେଲଗାଁ ଅଞ୍ଚଳର ଜଗଦୀଶ ପାଣିଗ୍ରାହୀ (୪୫)।

ସୂଚନାନୁଯାୟୀ, ଜଗଦୀଶ ପୂର୍ବରୁ ଏହି ଦଣ୍ଡନାଚରେ କାମ କରୁଥିଲେ । ଭୋଗ ଖାଇବାକୁ ନେଇ ଯାତ୍ରା ଅଧିକାରୀ ତାଙ୍କ ପୁଅଙ୍କ ସହ ତାଙ୍କ ବଚସା ହୋଇଥିଲା । ପରେ ବାପା ଓ ପୁଅ ଜଗଦୀଶଙ୍କୁ ଛୁରୀରେ ଆକ୍ରମଣ କରିଥିଲେ । ଛୁରାମାଡ଼ରେ ଜଗଦୀଶଙ୍କ ବେକରୁ ମାତ୍ରାଧିକ ରକ୍ତସ୍ରାବ ହୋଇଥିଲା । ପରେ ଗୁରୁତର ଅବସ୍ଥାରେ ଜଗଦୀଶ ବ୍ରହ୍ମପୁର ଏମ୍‌କେସିଜି ମେଡ଼ିକାଲରେ ଭର୍ତ୍ତି ହୋଇଥିଲେ। ଚିକିତ୍ସିତ ଅବସ୍ଥାରେ ଏଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ପୋଲିସ ଘଟଣାସ୍ଥଳ ଓ ମେଡିକାଲରେ ପହଞ୍ଚି ତଦନ୍ତ କରୁଥିବା ଜଣାପଡିଛି । ଥାନା ଅଧିକାରୀ ବାବା ଶଙ୍କର ସରଫ ଘଟଣାସ୍ଥଳରୁ ଆକ୍ରମଣକାରୀ ବାପା ତ୍ରିନାଥ ପାଣିଗ୍ରାହୀ ଓ ପୁଅ ପ୍ରଦୀପ ପାଣିଗ୍ରାହୀକୁ କାବୁ କରିଛି। ବର୍ତ୍ତମାନ ଥାନାରେ ସେମାନଙ୍କୁ ଅଟକ ରଖି ପଚରାଉଚରା କରୁଥିବା ଜଣାପଡ଼ିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

କମାଲ ଦେଖାଇଲେ ଶିଶୁ ବୈଜ୍ଞାନିକ, ଜିଲାପାଳ କହିଲେ…

ବରଗଡ଼,୬ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ରାଣା ପ୍ରତାପ ସ୍କୁଲ ପଡ଼ିଆରେ ଶନିବାର ଜିଲାସ୍ତରୀୟ ବିଜ୍ଞାନ ମେଳା ଉଦ୍‌ଘାଟିତ ହୋଇଛି। ଜିଲା ଶିକ୍ଷା ଅଧିକାରୀ ଜ୍ୟୋତିକାନ୍ତ ସାହୁଙ୍କ ଅଧ୍ୟକ୍ଷତା...

ଫିଫା ବିଶ୍ୱକପ୍‌ ଲାଗି ଡ୍ର’ ଉଠାଣ: ଜାଣନ୍ତୁ କେଉଁ ଦଳ କେବେ କାହାକୁ ଭେଟିବ…

ଓ୍ବାଶିଂଟନ,୬ା୧୨: ଆସନ୍ତା ବର୍ଷ ଆମେରିକା, କାନାଡା ଓ ମେକ୍ସିକୋରେ ହେବାକୁ ଯାଉଥିବା ଫିଫା ବିଶ୍ୱକପ୍‌ ଲାଗି ଶନିବାର ଡ୍ର’ ଉଠାଣ ପ୍ରକ୍ରିୟା ଅନୁଷ୍ଠିତ ହୋଇଯାଇଛି। ଏଥିସହିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri