ଦଣ୍ଡନାଚରେ ଅଘଟଣ: ଯୁବକଙ୍କୁ ଛୁରୀ ଭୁସି ହତ୍ୟା କଲେ ବାପାପୁଅ

ବ୍ରହ୍ମପୁର,୩୧।୩(ସୁବାସ ଚନ୍ଦ୍ର ପାଢ଼ୀ): ଦିନକୁ ଦିନ ଗଞ୍ଜାମ ଜିଲା ଅଶାନ୍ତ ହେବାରେ ଲାଗିଛି। ୪୮ ଘଣ୍ଟା ମଧ୍ୟରେ ଜିଲାରେ ତିନୋଟି ମୁଣ୍ଡ ଗଡିଛି। ଗତ ଶୁକ୍ରବାର ବିଳମ୍ବିତ ରାତିରେ ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସମା ଗ୍ରାମରେ ଶିକୁଳା ଗ୍ରାମର ସୁମନ୍ତ କୁମାର ମହାପାତ୍ର (୫୨)ଙ୍କୁ ସଂଘବଦ୍ଧ ଭାବେ ହତ୍ୟା କରାଯାଇଥିଲା। ସେହିପରି ରବିବାର କବିସୂର୍ଯ୍ୟନଗର ଥାନା ଅନ୍ତର୍ଗତ ପଥରାପଲି ମୁଖ୍ୟ ରାସ୍ତାରେ ଲକ୍ଷ୍ମୀ ନାରାୟଣ ପାଇକରାୟଙ୍କୁ ଗୁଳି କରି ଦୁର୍ବୃତ୍ତ ମାନେ ହତ୍ୟା କରିଥିଲେ। ଏହି କ୍ରମରେ ରବିବାର ବିଳମ୍ବିତ ରାତ୍ରରେ ବଡ଼ ବଜାର ଥାନା ଅନ୍ତର୍ଗତ ଜେନା ସାହିରେ ଚାଲିଥିବା ବେଲଗାଁ ଦଣ୍ଡ ନାଚ ଯାତ୍ରାରେ ଯାତ୍ରା ଅଧିକାରୀଙ୍କ ଛୁରାମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି । ମୃତକ ଜଣଙ୍କ ହେଲେ ବେଲଗାଁ ଅଞ୍ଚଳର ଜଗଦୀଶ ପାଣିଗ୍ରାହୀ (୪୫)।

ସୂଚନାନୁଯାୟୀ, ଜଗଦୀଶ ପୂର୍ବରୁ ଏହି ଦଣ୍ଡନାଚରେ କାମ କରୁଥିଲେ । ଭୋଗ ଖାଇବାକୁ ନେଇ ଯାତ୍ରା ଅଧିକାରୀ ତାଙ୍କ ପୁଅଙ୍କ ସହ ତାଙ୍କ ବଚସା ହୋଇଥିଲା । ପରେ ବାପା ଓ ପୁଅ ଜଗଦୀଶଙ୍କୁ ଛୁରୀରେ ଆକ୍ରମଣ କରିଥିଲେ । ଛୁରାମାଡ଼ରେ ଜଗଦୀଶଙ୍କ ବେକରୁ ମାତ୍ରାଧିକ ରକ୍ତସ୍ରାବ ହୋଇଥିଲା । ପରେ ଗୁରୁତର ଅବସ୍ଥାରେ ଜଗଦୀଶ ବ୍ରହ୍ମପୁର ଏମ୍‌କେସିଜି ମେଡ଼ିକାଲରେ ଭର୍ତ୍ତି ହୋଇଥିଲେ। ଚିକିତ୍ସିତ ଅବସ୍ଥାରେ ଏଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ପୋଲିସ ଘଟଣାସ୍ଥଳ ଓ ମେଡିକାଲରେ ପହଞ୍ଚି ତଦନ୍ତ କରୁଥିବା ଜଣାପଡିଛି । ଥାନା ଅଧିକାରୀ ବାବା ଶଙ୍କର ସରଫ ଘଟଣାସ୍ଥଳରୁ ଆକ୍ରମଣକାରୀ ବାପା ତ୍ରିନାଥ ପାଣିଗ୍ରାହୀ ଓ ପୁଅ ପ୍ରଦୀପ ପାଣିଗ୍ରାହୀକୁ କାବୁ କରିଛି। ବର୍ତ୍ତମାନ ଥାନାରେ ସେମାନଙ୍କୁ ଅଟକ ରଖି ପଚରାଉଚରା କରୁଥିବା ଜଣାପଡ଼ିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଚୁକ୍ତିର ଅବଧି ସରିବା ୬ ଦିନ ପୂର୍ୱରୁ ଠିପିବନ୍ଦ ବିଦେଶୀ ମଦ ଦୋକାନ ବନ୍ଦ, ଅବକାରୀ ଅଧିକ୍ଷକ କହିଲେ ତଦନ୍ତ କରାଯିବ…

ଦାରିଙ୍ଗବାଡି, ୩୦ ।୬ (ଅରୁଣ ସାହୁ ): ସରକାରଙ୍କ ଠାରୁ ଅନୁମୋଦନ ପାଇ ସରକାରଙ୍କ ସହ ଚୁକ୍ତି କରି ଖୋଲାଯାଇଥିବା ଠିପିବନ୍ଦ ବିଦେଶୀ ମଦ ଦୋକାନର ଅବଧି…

ପୋକ୍ସୋ ମାମଲାରେ ଦୋଷୀଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ; ପୀଡ଼ିତାଙ୍କୁ ୭ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ ପାଇଁ କୋର୍ଟଙ୍କ ନିର୍ଦ୍ଦେଶ

ପାରଳାଖେମୁଣ୍ଡି(ଗିରିଧାରୀ ପରିଛା): ୩୦।୬: ଗଜପତି ଜିଲ୍ଲାର ଏକ ଚର୍ଚ୍ଚିତ ପୋକ୍ସୋ ମାମଲାରେ ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ ହର ପ୍ରସାଦ ପଟ୍ଟନାୟକ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି।…

ଦିଗପହଣ୍ଡିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ବାଲି ଟ୍ରାକ୍ଟର ଧକ୍କାରେ ଶ୍ରମିକଙ୍କ ମୃତ୍ୟୁ, ପରିବାରକୁ ମିଳିଲା ସରକାରୀ ସହାୟତା

ଦିଗପହଣ୍ଡି, ୩୦|୬ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଅଞ୍ଚଳରେ ଏକ ଦୁଃଖଦ ସଡ଼କ ଦୁର୍ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ହସ୍ପିଟାଲ ଛକ ନିକଟ ମୁଖ୍ୟ…

ଫରେଷ୍ଟ ଗାଡ଼ି-ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା, ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଧାମନଗର ରେଞ୍ଜର

ଧାମନଗର, ୩୦।୬ (ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଯାଇଛି। ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ…

ବଡ଼ ଅଘଟଣ:  ସ୍କୁଲ ବସ୍‌ ଉପରେ ଭାଙ୍ଗି ପଡ଼ିଲା ବିଶାଳ ଗଛ, ଜଣେ ଛାତ୍ର ମୃତ, ୪ ଗୁରୁତର…

ମୁମ୍ବାଇ,୩୦।୬: ମୁମ୍ବାଇରେ କ୍ରମାଗତ ଭାବେ ହେଉଥିବା ପ୍ରବଳ ବର୍ଷା ମଧ୍ୟରେ ମଙ୍ଗଳବାର ମଧ୍ୟାହ୍ନରେ ଚେମ୍ବୁର ଅଞ୍ଚଳରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଚେମ୍ବୁରର ରୋଡ ନମ୍ବର…

୪୫ହଜାର ଟଙ୍କା ଖସିଲାଣି ସୁନାଦର, ଆଗକୁ ଲକ୍ଷେ ତଳକୁ ଖସିବ? ବିଶେଷଜ୍ଞଙ୍କ ବଡ଼ ବୟାନ

ଭୁବନେଶ୍ୱର, ୩୦।୬: ଗତ ପ୍ରାୟ ଏକ ବର୍ଷ ଧରି ସୁନା ବଜାରରେ ଲାଗି ରହିଥିବା ଅପ୍ରତ୍ୟାଶିତ ସୁନାମି ଏବେ ଶାନ୍ତ ପଡ଼ିଛି। ଲଗାତାର ଭାବେ ବୃଦ୍ଧି ପାଇ…

ପ୍ରଧାନମନ୍ତ୍ରୀ ସ୍ୱନିଧି ଯୋଜନାର ୬ ବର୍ଷ ପୂର୍ତ୍ତି ଅବସରରେ ଜିଲାସ୍ତରୀୟ ସ୍ୱନିଧି ମହୋତ୍ସବ: ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼…

ଛତ୍ରପୁର, ୩୦।୬ (ଦିଲ୍ଲୀପି ସାମଲ): ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼ ପଦକ୍ଷେପ ସ୍ୱରୂପ ପ୍ରଧାନମନ୍ତ୍ରୀ ସ୍ୱନିଧି (ପିଏମ୍ ସ୍ୱନିଧି) ଯୋଜନାର ୬ ବର୍ଷ ପୂର୍ତ୍ତି…

ପରୋଲ୍‌ରେ ଆସି ଫେରାର ଦୋଷୀ ୯ ବର୍ଷ ପରେ ଗିରଫ: ନାଁ ବଦଳାଇ ଅମୃତସରରୁ କରୁଥିଲେ…

ଭୁବନେଶ୍ୱର, ୩୦।୬: ପରୋଲ୍‌ରେ ଜେଲରୁ ମୁକ୍ତି ପାଇବା ପରେ ଫେରାର ହୋଇଯାଇଥିବା ଜଣେ ଆଜୀବନ କାରାଦଣ୍ଡପ୍ରାପ୍ତ ଦୋଷୀଙ୍କୁ ଦୀର୍ଘ ୯ ବର୍ଷ ପରେ କମିଶନରେଟ୍‌ ପୋଲିସ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri