ବାତ୍ୟା ‘ମୋନ୍ଥା’ ମୁକାବିଲା ପାଇଁ ପ୍ରଶାସନ ପ୍ରସ୍ତୁତ

ଗଞ୍ଜାମ,(ବିଦ୍ୟାଧର ସାହୁ): ସମ୍ଭାବ୍ୟ ବାତ୍ୟା ‘ମୋନ୍ଥା’କୁ ମୁକାବିଲା କରିବା ପାଇଁ ଜିଲା ପ୍ରଶାସନ ଜୋରଦାର ପ୍ରସ୍ତୁତି ଆରମ୍ଭ କରିଛି। ବ୍ଲକ ପ୍ରଶାସନର ନେତୃତ୍ୱରେ ବିଡ଼ିଓ ଅଚ୍ୟୁତାନନ୍ଦ ଯାନୀଙ୍କ ତତ୍ତ୍ୱାବଧାନରେ ବ୍ଲକ ଟିମ ବିଭିନ୍ନ ସାଇକ୍ଲୋନ ସେଣ୍ଟରରେ ବୈଠକ କରି ଲୋକଙ୍କ ଜୀବନ ଓ ସମ୍ପତ୍ତି ସୁରକ୍ଷା ପାଇଁ ଯୋଜନା କରୁଛି।

ସାଧାରଣ ଲୋକଙ୍କୁ ସତର୍କ ରହିବାକୁ ଓ ନଦୀ, ନାଳ ଏବଂ ବିଦ୍ୟୁତ୍ ଖୁଣ୍ଟି ନିକଟରେ ନ ରହିବାକୁ ପରାମର୍ଶ ଦିଆଯାଇଛି। ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ରକୁ ନ ଯିବାକୁ ଓ ସମୁଦ୍ରରେ ଥିବା ମତ୍ସ୍ୟଜୀବୀଙ୍କୁ ଫେରାଇ ଆଣିବା ପାଇଁ ମାଇକ ଯୋଗେ ସଚେତନତା କରାଯାଉଛି। ଜାଲ ଓ ଡଙ୍ଗାଗୁଡ଼ିକୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି। ବିଡ଼ିଓ ଯାନୀ କହିଛନ୍ତି ଯେ ଅତ୍ୟାବଶ୍ୟକ ଜିନିଷ ମହଜୁଦ ରହିଛି।

ସମୁଦ୍ରକୂଳ ନିକଟବର୍ତ୍ତୀ ରାମଗଡ଼ ଓ ପାଳିବନ୍ଧ ପଞ୍ଚାୟତର ପ୍ରାୟଗି, ହୁମା, ମାଳି ଜଗନ୍ନାଥପୁର, ଗଡ଼ହୁମା, ପୁରୁଣାବନ୍ଧ, ଗୋଖରକୁଦା ଆଦି ଗ୍ରାମରେ ସଚେତନତା କାର୍ଯ୍ୟକ୍ରମ ଚାଲିଛି। ବିଡ଼ିଓଙ୍କ ସହ ତହସିଲଦାର ସୁକାନ୍ତ ଚନ୍ଦ୍ର ମିଶ୍ର, ଅତିରିକ୍ତ ମତ୍ସ୍ୟ ଅଧିକାରୀ ଅମୀୟ ରଞ୍ଜନ ନାୟକ, ଏନଏସି ଇଓ ଅପର୍ଣ୍ଣା ଡାଙ୍ଗୁଆ, ସହକାରୀ ନିର୍ବାହୀ ଯନ୍ତ୍ରୀ ଅଚ୍ୟୁତାନନ୍ଦ ପଟ୍ଟନାୟକ, ଗ୍ରାମ ପଞ୍ଚାୟତ ଉନ୍ନୟନ ଅଧିକାରୀ ଅପର୍ଣ୍ଣା ଅଭିଲିପ୍ସା ଓ ମେରାଇନ ଥାନା ପୋଲିସ ପ୍ରମୁଖ ସାଇକ୍ଲୋନ ସେଣ୍ଟର ପରିଦର୍ଶନ କରି ପ୍ରସ୍ତୁତି ଦେଖୁଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର…

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

ବିପଦକୁ ଡାକୁଛି ମୁକୁଳା ଟ୍ରାନ୍ସଫର୍ମର: ବାଡ଼ବନ୍ଦୀ କରିବାକୁ ଦାବି

ବୁଗୁଡ଼ା,୭ା୩ (କାଳିଚରଣ ଦାଶ): ଖୋଲାମେଲାରେ ରହିଛି ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ଯାହ ବିପଦକୁ ହାତ ଠାରି ଡାକୁଛି । ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଛି ବୁଗୁଡ଼ା ବ୍ଲକ…

ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ +୨ ଖୋଲିବାକୁ CBSEର ଅନୁମତି

କୋରାପୁଟ,୭ା୩(ଅମିତାଭ ବେହେରା): କୋରାପୁଟସ୍ଥିତ ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ ଯୁକ୍ତ୨ ଶ୍ରେଣୀ ଖୋଲିବା ପାଇଁ CBSE ପକ୍ଷରୁ ଅନୁମତି ମିଳିଛି। ସିବିଏସ୍‌ଇ ବୋର୍ଡର ନିୟମାନୁଯାୟୀ ଏହି ବିଦ୍ୟାଳୟ ସମସ୍ତ ଆବଶ୍ୟକ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri