ଲାଞ୍ଚ ନେଉଥିଲେ OAS ଅଧିକାରୀ, ମାଡିବସିଲା ଭିଜିଲାନ୍ସ

ଭଞ୍ଜନଗର,୮/୧୦(ବାବୁଲା ପ୍ରଧାନ): ଭିଜିଲାନ୍ସ ଜାଲରେ ପଡିଲେ OAS ଅଧିକାରୀ। ଗଞ୍ଜାମ ବେଲକୁଣ୍ଠା ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ବନମାଳୀ ଶତପଥୀ ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ୨୫ ହଜାର ଟଙ୍କା ଲାଞ୍ଚ ନେବାବେଳେ ମାଡିବସିଲା ଭିଜିଲାନ୍ସ। ଜଣେ କର୍ମଚାରୀଙ୍କ ରିଲିଜ୍‌ ଅର୍ଡର ଓ ଏରିୟର କରାଇଦେବାକୁ ଲାଞ୍ଚ ନେଉଥିଲେ।   ଧରାପଡିବା ପରେ OAS ଅଧିକାରୀଙ୍କ ୩ଟି ସ୍ଥାନରେ ରେଡ୍‌ ଆରମ୍ଭ ହୋଇଛି। ଭିଜିଲାନ୍ସ ଟିମ୍ ତାଙ୍କ କାର୍ଯ୍ୟାଳୟ ଏବଂ ବାସଭବନରେ ମଧ୍ଯ ଚଢାଉ କରିଛି। ଏହାପରେ ଭିଜିଲାନ୍ସ ଟିମ୍ ବନମାଳୀଙ୍କୁ ଅଧିକ ଜେରା ପାଇଁ ବ୍ରହ୍ମପୁର ଏସପି ଅଫିସକୁ ନେଇଛନ୍ତି। ଘଟଣାରୁ ପ୍ରକାଶ ଯେ ବେଲଗୁଣ୍ଠା ଏନ୍ଏସିରେ ଏମ୍ ଆଇ ଏସ ସରୋଜ ଜେନା ଚାକିରି କରୁଥିଲେ। ତାଙ୍କର ୩ ମାସ ପୂର୍ବେ ନୟାଗଡ଼ ମ୍ୟୁନିସିପାଲଟିକୁ ବଦଳି ହୋଇଯାଇଥିଲା । ଏହାପରେ ସରୋଜ ନୟାଗଡ଼ ଚାଲି ଯାଇଥିଲେ। କିନ୍ତୁ ତାଙ୍କର ଏଲପିସି ଯାଇନଥିଲା। ଏନେଇ ସରୋଜ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଭେଟି ଏଲପିସି ପଠାଇବା ପାଇଁ ବହୁବାର ଅନୁରୋଧ କରିଥିଲେ। କିନ୍ତୁ କାର୍ଯ୍ୟ ନିର୍ବାହୀ ଅଧିକାରୀ ଶତପଥି ଏଲପିସି ପଠାଇବା ପାଇଁ ୨୫ ହଜାର ଟଙ୍କା ଦାବି କରିଥିଲେ। ଫଳରେ ସରୋଜ ବ୍ରହ୍ମପୁର ଭିଜିଲାନ୍ସ ଟିମ୍ର ସହଯୋଗ ଲୋଡିଥିଲେ। ଆଜି ସକାଳ ପ୍ରାୟ ୯ଟା ସମୟରେ ପୂର୍ବ ଯୋଜନା ପ୍ରକାରେ ସରୋଜ କାର୍ଯ୍ୟନିର୍ବାହୀ ଅଧିକାରୀ ଲଙ୍କୁ କେମିକାଲ ବୋଲା ଟଙ୍କା ଅଫିସ୍ ଛକରେ ଦେଇଥିଲେ। ଏହି ସମୟରେ ଅଫିସ୍ ଛକରେ ପୂର୍ବରୁ ଛପି ରହିଥିବା ଭିଜିଲାନ୍ସ ଟିମ୍ ବନମାଳୀଙ୍କୁ କାବୁ କରିନେଇଥିଲେ। ନିଜ ତଳିଆ କର୍ମଚାରୀଙ୍କୁ ଏଲପିସି ପଠାଇବାରେ ଯଦି ଏତେ ଟଙ୍କା ଦାବି କରାଯାଉଛି ତେବେ ଅନ୍ୟ କାମରେ ମଧ୍ଯ ଦୁର୍ନୀତି ହେଉଥିବା ଆଶଙ୍କା କରାଯାଉଛି। ତେଣୁ ଘଟଣାର ନିରପେକ୍ଷ ତଦନ୍ତ କରାଗଲେ ଅଧିକ ରହସ୍ୟ ଉନ୍ମୋଚିତ ହୋଇପାରିବ ବୋଲି ସାଧାରଣରେ ମତ ପ୍ରକାଶ ପାଇଛି।

 

Dharitri – The Most Trusted Odia Daily of Odisha


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରେ ଏବେ କୁତୁକୁତୁ ହେଉଛନ୍ତି ଏସବୁ ନେତା: ଆଉ କେତେକ ଅଲୋଡ଼ା

ଭୁବନେଶ୍ୱର, ୨୧।୧(ସୁନିତ୍‌ ମିଶ୍ର): ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କିଛିଦିନ ହେଲା ବହୁମାତ୍ରାରେ ଚଳଚଞ୍ଚଳ ହୋଇ ଦଳୀୟ କାର୍ଯ୍ୟକ୍ରମ କରୁଛନ୍ତି।...

ଜଗନ୍ନାଥ କଲ୍ୟାଣ ମଣ୍ଡପ ଉଦ୍‌ଘାଟନ ଉତ୍ସବରେ ଯୋଗ ଦେଲେ ବିଧାୟକ ସିଦ୍ଧାନ୍ତ, ୪୪୧ ହିତାଧିକାରୀଙ୍କୁ ବାଣ୍ଟିଲେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ଗ୍ରାମ ମଠ ସାହିରେ ୫୦ ଲକ୍ଷରୁ ଉଦ୍ଧର୍‌ବ ଟଙ୍କା ବ୍ୟୟରେ ନବନିର୍ମିତ ଶ୍ରୀ ଜଗନ୍ନାଥ...

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ମହାପ୍ରଭୁଙ୍କ ଶରଣରେ ପଶିଲେ ପିୟୂଷ: ଯାତ୍ରା ମଞ୍ଚ ପାଇଁ ଫିଟିଗଲା ବାଟ

ଭୁବନେଶ୍ୱର,୨୦।୧: ଯାତ୍ରା ଜଗତର ଚର୍ଚ୍ଚିତ ଖଳନାୟକ ପିୟୂଷ ତ୍ରିପାଠୀଙ୍କ ପାଇଁ ଖୋଲିଛି ମଞ୍ଚକୁ ଫେରିବାର ବାଟ। ଅପେରା ସୂର୍ଯ୍ୟମନ୍ଦିର ମାଲିକ ପ୍ରମୋଦ ସ୍ୱାଇଁଙ୍କ ସହ ଚାଲିଥିବା...

ସଂଘବଦ୍ଧ ଆକ୍ରମଣ: ପୁଅଙ୍କୁ ବଞ୍ଚାଇବାକୁ ଯାଇ ବାପା-ମା’ ଆହତ, ଗୁରୁତର… 

ଦିଗପହଣ୍ଡି,୨୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ନରସିଂହପୁର ଗ୍ରାମରେ ବ୍ୟବସାୟିକ ଶତ୍ରୁତାକୁ ନେଇ ଗୋଟିଏ ପରିବାରର ବାପ,ମା ଓ ପୁଅଙ୍କୁ...

ଦକ୍ଷିଣାଞ୍ଚଳ ରାଜସ୍ବ ଆୟୁକ୍ତ, ଜ଼ିଲାପାଳମାନଙ୍କ ସମ୍ମିଳନୀ:ପଞ୍ଚାୟତ, ପୌର ନିର୍ବାଚନ ସଫଳତାର ସହ…

ଛତ୍ରପୁର,୨୦ା୧(ଦିଲୀପ ସାମଲ): ଆଗାମୀ ପଞ୍ଚାୟତ, ପୌର ନିର୍ବାଚନ ଏବଂ ଭୋଟର ତାଲିକା ସଂଶୋଧନକୁ ସ୍ବଚ୍ଛ, ନିରପେକ୍ଷ ଓ ସଫଳତାର ସହ ସମ୍ପାଦନ କରିବା ପାଇଁ ଛତ୍ରପୁରସ୍ଥିତ...

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri