ଲାଞ୍ଚ ନେଉଥିଲେ OAS ଅଧିକାରୀ, ମାଡିବସିଲା ଭିଜିଲାନ୍ସ

ଭଞ୍ଜନଗର,୮/୧୦(ବାବୁଲା ପ୍ରଧାନ): ଭିଜିଲାନ୍ସ ଜାଲରେ ପଡିଲେ OAS ଅଧିକାରୀ। ଗଞ୍ଜାମ ବେଲକୁଣ୍ଠା ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ବନମାଳୀ ଶତପଥୀ ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ୨୫ ହଜାର ଟଙ୍କା ଲାଞ୍ଚ ନେବାବେଳେ ମାଡିବସିଲା ଭିଜିଲାନ୍ସ। ଜଣେ କର୍ମଚାରୀଙ୍କ ରିଲିଜ୍‌ ଅର୍ଡର ଓ ଏରିୟର କରାଇଦେବାକୁ ଲାଞ୍ଚ ନେଉଥିଲେ।   ଧରାପଡିବା ପରେ OAS ଅଧିକାରୀଙ୍କ ୩ଟି ସ୍ଥାନରେ ରେଡ୍‌ ଆରମ୍ଭ ହୋଇଛି। ଭିଜିଲାନ୍ସ ଟିମ୍ ତାଙ୍କ କାର୍ଯ୍ୟାଳୟ ଏବଂ ବାସଭବନରେ ମଧ୍ଯ ଚଢାଉ କରିଛି। ଏହାପରେ ଭିଜିଲାନ୍ସ ଟିମ୍ ବନମାଳୀଙ୍କୁ ଅଧିକ ଜେରା ପାଇଁ ବ୍ରହ୍ମପୁର ଏସପି ଅଫିସକୁ ନେଇଛନ୍ତି। ଘଟଣାରୁ ପ୍ରକାଶ ଯେ ବେଲଗୁଣ୍ଠା ଏନ୍ଏସିରେ ଏମ୍ ଆଇ ଏସ ସରୋଜ ଜେନା ଚାକିରି କରୁଥିଲେ। ତାଙ୍କର ୩ ମାସ ପୂର୍ବେ ନୟାଗଡ଼ ମ୍ୟୁନିସିପାଲଟିକୁ ବଦଳି ହୋଇଯାଇଥିଲା । ଏହାପରେ ସରୋଜ ନୟାଗଡ଼ ଚାଲି ଯାଇଥିଲେ। କିନ୍ତୁ ତାଙ୍କର ଏଲପିସି ଯାଇନଥିଲା। ଏନେଇ ସରୋଜ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଭେଟି ଏଲପିସି ପଠାଇବା ପାଇଁ ବହୁବାର ଅନୁରୋଧ କରିଥିଲେ। କିନ୍ତୁ କାର୍ଯ୍ୟ ନିର୍ବାହୀ ଅଧିକାରୀ ଶତପଥି ଏଲପିସି ପଠାଇବା ପାଇଁ ୨୫ ହଜାର ଟଙ୍କା ଦାବି କରିଥିଲେ। ଫଳରେ ସରୋଜ ବ୍ରହ୍ମପୁର ଭିଜିଲାନ୍ସ ଟିମ୍ର ସହଯୋଗ ଲୋଡିଥିଲେ। ଆଜି ସକାଳ ପ୍ରାୟ ୯ଟା ସମୟରେ ପୂର୍ବ ଯୋଜନା ପ୍ରକାରେ ସରୋଜ କାର୍ଯ୍ୟନିର୍ବାହୀ ଅଧିକାରୀ ଲଙ୍କୁ କେମିକାଲ ବୋଲା ଟଙ୍କା ଅଫିସ୍ ଛକରେ ଦେଇଥିଲେ। ଏହି ସମୟରେ ଅଫିସ୍ ଛକରେ ପୂର୍ବରୁ ଛପି ରହିଥିବା ଭିଜିଲାନ୍ସ ଟିମ୍ ବନମାଳୀଙ୍କୁ କାବୁ କରିନେଇଥିଲେ। ନିଜ ତଳିଆ କର୍ମଚାରୀଙ୍କୁ ଏଲପିସି ପଠାଇବାରେ ଯଦି ଏତେ ଟଙ୍କା ଦାବି କରାଯାଉଛି ତେବେ ଅନ୍ୟ କାମରେ ମଧ୍ଯ ଦୁର୍ନୀତି ହେଉଥିବା ଆଶଙ୍କା କରାଯାଉଛି। ତେଣୁ ଘଟଣାର ନିରପେକ୍ଷ ତଦନ୍ତ କରାଗଲେ ଅଧିକ ରହସ୍ୟ ଉନ୍ମୋଚିତ ହୋଇପାରିବ ବୋଲି ସାଧାରଣରେ ମତ ପ୍ରକାଶ ପାଇଛି।

 

Dharitri – The Most Trusted Odia Daily of Odisha


Enter your email to get our daily news in your inbox.

All Right Reserved By Dharitri.Com

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ପରିବାରରୁ ଅଲଗା ରାସନ କାର୍ଡ କିପରି କରିବେ? ଅବିବାହିତଙ୍କ ପାଇଁ କ’ଣ ରହିଛି ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

ନୂଆଦିଲ୍ଲୀ,୫।୯:ରାସନ କାର୍ଡ କେବଳ ଶସ୍ତାରେ ରାସନ ପାଇବାର ମାଧ୍ୟମ ନୁହେଁ, ବରଂ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସରକାରୀ ପରିଚୟପତ୍ର ଏବଂ ଠିକଣା ପ୍ରମାଣପତ୍ର (Address Proof) ଭାବରେ…

‘ଆମେରିକା-ଭାରତ ମଧ୍ୟରେ ଥିବା ଦୃଢ଼ ସମ୍ପର୍କକୁ ନେଇ ବିଶ୍ୱ ଈର୍ଷା କରୁଛି,’ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସା କରି ଆମେରିକୀୟ ରାଷ୍ଟ୍ରଦୂତ କହିଲେ..

ନୂଆଦିଲ୍ଲୀ,୫।୯: ଭାରତରେ ଅବସ୍ଥାପିତ ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ ଗୋର୍‌ ଭାରତ ଏବଂ ଆମେରିକା ମଧ୍ୟରେ ସହଭାଗୀତାର ଶକ୍ତି ଉପରେ ଗୁରୁତ୍ୱାରୋପ କରିଛନ୍ତି। ସେ ନୂଆଦିଲ୍ଲୀ ଏବଂ ୱାଶିଂଟନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri