ଚଳଚଞ୍ଚଳ ରାଉଳ ସାହି: ସଂକୀର୍ତ୍ତନରେ ଫାଟିପଡ଼ୁଛି …

ଗଞ୍ଜାମ,୪।୧୧(ବିଦ୍ୟାଧର ସାହୁ ): ପବିତ୍ର କାର୍ତ୍ତିକ ପୂର୍ଣ୍ଣମି ଅବସରରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଗଞ୍ଜାମ ସହରସ୍ଥିତ ରାଉଳ ସାହିରେ ଚବିଶି ପ୍ରହର ନାମଯଜ୍ଞ ମଙ୍ଗଳବାର ପ୍ରାତଃରୁ ଆରମ୍ଭ ହୋଇଛି। ଏହି ଉପଲକ୍ଷେ କଳସ ଯାତ୍ରା ଅନୁଷ୍ଠିତ ହୋଇଥିଲା। ସାହି ଓ ଆଖପାଖ ଅଞ୍ଚଳର ବହୁ ମହିଳା ଓ ପୁରୁଷ ଋଷୁକୂଲ୍ୟା ନଦୀଠାରେ ଏକତ୍ରିତ ହୋଇ ଗଙ୍ଗା ମାତାଙ୍କୁ ପୂଜାର୍ଚନା କରି ପାଣି ଭାରଧରି ଅସ୍ଥାୟୀ ଯଜ୍ଞ ମଣ୍ଡପରେ ପହଞ୍ଚିବା ପରେ ନାମଯଜ୍ଞ ଆରମ୍ଭ ହୋଇଥିଲା ।ସ୍ଥାନୀୟ ଅଞ୍ଚଳ ତଥା ଝାଡକୁଦା, ବୁରୁଡି ଆଦି ଅଞ୍ଚଳର କୀର୍ତ୍ତନ ମଣ୍ଡଳୀ ଯୋଗ ଦେଇ ରାମ ନାମ ଗାନ କରିଥିଲେ। ସନ୍ଧ୍ୟାରେ ନଗର ପରିକ୍ରମା ପରେ ପୂର୍ଣ୍ଣାହୁତି ଅନୁଷ୍ଠିତ ହୋଇଥିଲା। ସାହିର ରବୀନ୍ଦ୍ର ଗୌଡ଼, ସଞ୍ଜୟ ମହାରଣା, ଶୁଭ ପଟ୍ଟନାୟକ, ସନ୍ତୋଷ ଗୌଡ଼, ଦେବରାଜ ମହାରଣା, ପିଟୁ ଗୌଡ଼, ମିଟୁ ଗୌଡ଼,ପଙ୍କଜ ମହାରଣାଙ୍କ ସମେତ ଅନ୍ୟମାନେ ଏହାକୁ ପରିଚାଳନା କରିଥିଲେ । ଏହି ଯଜ୍ଞ ଦୀର୍ଘ ନଅ ବର୍ଷ ଧରି ସେଠାରେ ପାଳିତ ହୋଇଆସୁଥିବା ସାହି ବାସିନ୍ଦା ସୂଚନା ଦେଇଛନ୍ତି । ଦିନ ତମାମ ସାହିରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ଉତ୍ସବ ମୁଖର ହୋଇ ଉଠିଥିଲା। ଏହା ଦଶ ବର୍ଷ ଧରି ଏଠାରେ ନାମଯଜ୍ଞ ଅନୁଷ୍ଠିତ ହୋଇ ଆସୁଥିବା ଶୁଭ ପଟ୍ଟନାୟକ ସୂଚନା ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାଜନୀତିକୁ ଏଣ୍ଟ୍ରିକୁ ନେଇ ବଡ଼ ଘୋଷଣା କଲେ ଅଭିଜିତ ଦୀପକେ! ବଢିଲା ଭାଜପାର ଚିନ୍ତା

ନୂଆଦିଲ୍ଲୀ,୫।୮: କକ୍‌ରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଜନ୍ତର-ମନ୍ତରରେ ହୋଇଥିବା ପ୍ରତିବାଦ ପରେ ବର୍ତ୍ତମାନ ଆଗାମୀ ରଣନୀତି ପ୍ରସ୍ତୁତିରେ ଲାଗିପଡ଼ିଛନ୍ତି। ଅଭିଜିତଙ୍କ ଘରେ ଆଜିଠାରୁ…

ସରକାରଙ୍କ ବଡ଼ ଘୋଷଣା, ମହିଳାମାନଙ୍କୁ ମିଳିବ ସ୍ବର୍ଣ୍ଣମୁଦ୍ରା

ଚେନ୍ନାଇ,୫।୮: ତାମିଲନାଡୁର ବିଜୟ ସରକାର 2026-27 ବଜେଟରେ ମହିଳାମାନଙ୍କ ପାଇଁ ଏକ ବଡ଼ ଉପହାର ଘୋଷଣା କରିଛନ୍ତି। ଟିଭିକେ ସରକାର ମହିଳାମାନଙ୍କୁ ସୁନା ମୁଦ୍ରା ବା ଗୋଲ୍ଡ…

ବିଶ୍ୱର ଟପ୍‌-୩ ଧନୀ କ୍ରିକେଟର, ନେଟ୍‌ୱର୍ଥ ଜାଣିଲେ ଉଡିଜିବ ହୋସ୍‌

ନୂଆଦିଲ୍ଲୀ,୫।୮: କ୍ରିକେଟ ବିଶ୍ୱର ଦ୍ୱିତୀୟ ସବୁଠାରୁ ଲୋକପ୍ରିୟ ଖେଳ। କିନ୍ତୁ ବର୍ତ୍ତମାନ ଏହା କେବଳ ଏକ ଖେଳ ନୁହେଁ, ବରଂ କୋଟି କୋଟି ଟଙ୍କାର ଏକ ବିଶାଳ…

ଉଦୟନିଧିଙ୍କୁ କଡ଼ା ସମାଲୋଚନା କଲେ କଙ୍ଗନା, କହିଲେ-ଏହା ଏକ ଭଲ…

ନୂଆଦିଲ୍ଲୀ,୫।୮: ଡିଏମକେ ନେତା ଉଦୟନିଧି ଷ୍ଟାଲିନ ଅଭିନେତ୍ରୀ ତ୍ରିଶା କୃଷ୍ଣନଙ୍କୁ ନେଇ ଦେଇଥିବା କଥିତ ଡବଲ ମିନିଂ ମନ୍ତବ୍ୟକୁ ନେଇ ବିବାଦରେ ଫସିଛନ୍ତି। ବର୍ତ୍ତମାନ ଅଭିନେତ୍ରୀ କଙ୍ଗନା…

ଜୁକରବର୍ଗଙ୍କୁ ଅଲ୍ଟିମେଟମ ଦେଲେ ସରକାର: କ୍ଷମା ମାଗ ନଚେତ୍‌…

ନୂଆଦିଲ୍ଲୀ,୫।୮: ଫେସବୁକରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭିଡିଓ ଡିଲିଟ କରିବା ସମ୍ପର୍କରେ ସଂସଦୀୟ କମିଟି କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି। ସୂତ୍ର ଅନୁଯାୟୀ, ଯୋଗାଯୋଗ ଏବଂ ସୂଚନା…

ଏଭଳି କାମ କରିବାକୁ ଯାଉଛନ୍ତି ଶେଖ ହାସିନା, ଶୁଣିକି ଛାନିଆ ହେଲା ବାଂଲାଦେଶ, ଭାରତ କହିଲା…

ଢାକା,୫।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ଏକ ନୂଆ ପଦକ୍ଷେପ ଢାକାରେ ଚହଳ ସୃଷ୍ଟି କରିଛି। ଭାରତରେ ଆଶ୍ରୟ ନେଇଥିବା ଶେଖ ହାସିନା ଦୁଇ ବର୍ଷ…

ବ୍ଲକ୍‌ ଅଫିସରେ ଚାଲିଛି ପିସି କାରବାର: ଡ୍ରେନ୍‌ କାମର ବିଲ୍‌ କରିଦେବା ପାଇଁ…

ଖଡ଼ିଆଳ,୫ା୮ (ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ବ୍ଲକ୍‌ କାର୍ଯ୍ୟାଳୟରେ ପିସି କାରବାର ହେଉଥିବାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ବ୍ୟକ୍ତିଙ୍କଠାରୁ ଅଫିସ କର୍ମଚାରୀ…

୧୮ ବର୍ଷର ଛାତ୍ର ହେଲେ କଲେଜ ପ୍ରଫେସର: ଭାଙ୍ଗିଗଲା ୩୦୬ ବର୍ଷର ପୁରୁଣା ରେକର୍ଡ

ଯେଉଁ ବୟସରେ ଅଧିକାଂଶ ଛାତ୍ର ସେମାନଙ୍କର କଲେଜ ଶିକ୍ଷା ଆରମ୍ଭ କରୁଛନ୍ତି, ସେହି ବୟସରେ ଆମେରିକାର ଜଣେ ଯୁବକ କଲେଜ ପ୍ରଫେସର ଭାବରେ ଛାତ୍ରମାନଙ୍କୁ ପାଠ ପଢ଼ାଉଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri