ଗଞ୍ଜାମରେ ଗୋଷ୍ଠୀ ସଂକ୍ରମଣ ଆଶଙ୍କା: ପୋଲସରା ସହରାଞ୍ଚଳକୁ ୫ ଦିନ ସମ୍ପୂର୍ଣ୍ଣ ସଟ୍‌ଡାଉନ୍‌ ଘୋଷଣା

ପୋଲସରା, ୭।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୋଲସରା ସହରରେ ଦିନକୁ ଦିନ ଚିନ୍ତା ବଢ଼ାଉଛି କରୋନା ପଜିଟିଭ୍‌ଙ୍କ ସଂଖ୍ୟା । ଖାସ କରି ପୋଲସରା ଏନ୍‌ଏସିରେ ୪୦ରୁ ଊଦ୍ଧର୍‌ବ ପଜିଟିଭ୍‌ଙ୍କ ସଂଖ୍ୟା ବୃଦ୍ଧି ପାଇଥିବା ବେଳେ ମଙ୍ଗଳବାର ପୁଣି ନୂଆ ୧୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଣୁ ୭ ତାରିଖଠାରୁ ଆସନ୍ତା ୧୨ ତାରିଖ ପର୍ଯ୍ୟନ୍ତ ପୋଲସରା ସହର ୫ଦିନ ସଂପୂର୍ଣ୍ଣ ସଟ ଡାଉନ ରହିବ। ଏହି ଶଟ୍‌ଡାଉନ ସମୟରେ ମେଡ଼ିକାଲ ଓ ମେଡ଼ିସିନ ଷ୍ଟୋର ବ୍ୟତୀତ ଅନ୍ୟ ସମସ୍ତ ଦୋକାନ ବଜାର ସଂପୂର୍ଣ୍ଣ ବନ୍ଦ ରହିବ । ଏନେଇ ପୋଲସରା ପ୍ରଶାସନ ପକ୍ଷରୁ ଡାକବାଜି ଯନ୍ତ୍ର ଦ୍ବାରା ସମସ୍ତ ଜନସାଧାରଣମାନଙ୍କୁ ସଚେତନ କରାଯିବା ସହ ଜନଗହଳପୂର୍ଣ୍ଣ ସାହିର ପ୍ରବେଶପଥଗୁଡ଼ିକୁ ବାଉଁଶ ବାରିକେଟ ଦ୍ବାରା ସିଲ୍‌ କରାଯାଇଛି। ପୋଲସରା ସହରରେ ଥିବା ବିଭିନ୍ନ ଦୋକାନୀମାନଙ୍କ ଯୋଗୁ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ଜାଣି ଏବଂ ଗୋଷ୍ଠୀ ସଂକ୍ରମଣ ଆଶଙ୍କା କରି ପୋଲସରା ସହରରକୁ ଆସନ୍ତା ପାଞ୍ଚ ଦିନ ପାଇଁ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେ ସମ୍ପୂର୍ଣ୍ଣ ସଟ୍‌ଡାଉନ ଘୋଷଣା କରିଛନ୍ତି । ଏହି ଆଇନକୁ ଅମାନ୍ୟ କଲେ ଆଇନ ଅନୁଯାୟୀ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ତହସିଲଦାର ସୁକାନ୍ତ ଚନ୍ଦ୍ର ମିଶ୍ର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ନିଆରା ଜନ୍ମଦିନ ପାଳନ କଲେ ସମାଜସେବୀ ସୁନିଲ

ଗଞ୍ଜାମ,୭।୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଐତିହାସିକ ଲବଣ ସତ୍ୟାଗ୍ରହର ଅନ୍ୟତମ ପୀଠ ହୁମ୍ମାଠାରେ ଜନ କଲ୍ୟାଣ ସ୍ବେଛାସେବୀ ସଂସ୍ଥା ଓ ବଜରଙ୍ଗୀ ଦଳର ମିଳିତ ଆନୁକୁଲ୍ୟରେ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri