ଆଜିଠୁ ମାଟ୍ରିକ ପରୀକ୍ଷା, ସ୍ଥିତି ପରଖିଲେ ଗଞ୍ଜାମ ଜିଲାପାଳ

ଛତ୍ରପୁର,୧୯ା୨(ଦିଲ୍ଲୀପ ସାମଲ): ଗୁରୁବାରଠୁ ଆରମ୍ଭ ହେଉଛି ମାଟ୍ରିକ ପରୀକ୍ଷା। ମାର୍ଚ୍ଚ ୨ ତାରିଖ ପର୍ଯ୍ୟନ୍ତ ଚାଲିବ। ଆଜି ମାତୃଭାଷାରେ ପରୀକ୍ଷା ଦେଲେ ଛାତ୍ରୀଛାତ୍ର । ସକାଳ ୯ ଟାରୁ ସାଢେ ୧୧ ପର୍ଯ୍ୟନ୍ତ ପରୀକ୍ଷା ହୋଇଥିଲା।
ତେବେ ସକାଳ ୮ଟା ୩୦ ପୂର୍ବରୁ ଛାତ୍ରୀଛାତ୍ର ପରୀକ୍ଷା କେନ୍ଦ୍ରରେ ପହଞ୍ଚିବାକୁ ନିର୍ଦ୍ଦେଶ ଦିଆଯାଇଥିଲା । ତେବେ ସୁପରିଚାଳନା ପାଇଁ ​ସମସ୍ତ ପରୀକ୍ଷା କେନ୍ଦ୍ରରେ ଏଆଇ ଯୁକ୍ତ ସିସିଟିଭି କ୍ୟାମେରା ଲଗାଯାଇଛି । ତେବେ ଆଜି ଗଞ୍ଜାମ ଜିଲାପାଳ ଭି. କିର୍ତ୍ତୀ ଭାସନ ପରୀକ୍ଷା କେନ୍ଦ୍ର ବୁଲି ଯାଞ୍ଚ କରିଛନ୍ତି ।

କପି ରୋକିବା ପାଇଁ ବୋର୍ଡ ପକ୍ଷରୁ ସ୍କ୍ୱାଡ ଓ ଜିଲା ସ୍ତରରେ ସ୍କ୍ୱାଡ ହୋଇଛି । ଫ୍ଲାଇଂ ସ୍କ୍ୱାଡ୍, ଷ୍ଟାଟିକ୍ ସର୍ଭେଲାନ୍ସ ଟିମ୍ ଗଠନ କରାଯାଇଛି । ପ୍ରଶ୍ନପତ୍ର ଓ ଉତ୍ତର ଖାତା ସୁରକ୍ଷା ବଳୟରେ ରଖାଯାଇଛି । ଏହି ଅବସରରେ ଛତ୍ରପୁର ରେ ୧୧ଟି କେନ୍ଦ୍ରରେ ପରୀକ୍ଷା ହେଉଛି । ଛତ୍ରପୁରରେ ୨୨୮୮ ପରୀକ୍ଷାର୍ଥୀ ପରୀକ୍ଷା ଦେଉଛନ୍ତି । ନିଜେ ଗଞ୍ଜାମ ଜିଲାପାଳ ଭି. କିର୍ତ୍ତୀ ଭାସନ ବିଭିନ୍ନ ପରୀକ୍ଷା କେନ୍ଦ୍ର ବୁଲି ଯାଞ୍ଚ କରିଥିଲେ । ପରୀକ୍ଷା କେନ୍ଦ୍ରରେ ଛାତ୍ରୀଛାତ୍ରଙ୍କ ପାଇଁ ବିଭିନ୍ନ ପ୍ରକାର ସୁବିଧା ସୁଯୋଗ ରହିଛି । ପରୀକ୍ଷା କେନ୍ଦ୍ର ଗୁଡିକୁ କଡା ନଜର ରଖାଯିବା ସହ ପୋଲିସ ଜଗି ରହିଛନ୍ତି । ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ଛାତ୍ରୀଛାତ୍ରଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଜିଲାପାଳ ।

 

Dharitri – Odisha’s No.1 Odia Daily

 

Share