ଗଞ୍ଜାମ ଜିଲାପାଳଙ୍କ ଶେରଗଡ଼ ବ୍ଲକ ଗସ୍ତ: କହିଲେ ଜୁଲାଇ ମାସରେ ସତର୍କ ରହିବାକୁ ପଡ଼ିବ

ଶେରଗଡ଼,୨।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଗୁରୁବାର ଭୋରରୁ ଶେରଗଡ଼ ବ୍ଲକ ଗସ୍ତରେ ଆସିଛନ୍ତି। ଏହି ସମୟରେ ସେ ବ୍ଲକ ସମ୍ମୁଖରେ ସରପଞ୍ଚମାନଙ୍କ ସହ ଆଲୋଚନା କରିଛନ୍ତି। ଜିଲାପାଳ ସରପଞ୍ଚମାନଙ୍କୁ ନିଜ ପଞ୍ଚାୟତର ସମସ୍ତ ୱାର୍ଡରେ ଗୋଟିଏ ଲେଖାଏ କମିଟି ଗଠନ କରିବାକୁ ପରାମର୍ଶ ଦେଇଛନ୍ତି। ଏପରି କରି କରୋନା ମୁକାବିଲା କରିବା ସହ ଜୁଲାଇ ମାସରେ ସତର୍କ ରହିବାକୁ ପଡ଼ିବ ବୋଲି ସେ କହିଛନ୍ତି। ଗ୍ରାମରେ ଗୋଷ୍ଠୀ ସଂକ୍ରମଣ ବ୍ୟାପିବା ପୂର୍ବରୁ କରୋନା ମୁକିବିଲା ନେଇ ଯୋଜନା କରନ୍ତୁ, ଓ ଆମକୁ ଦିନ ରାତି କାମ କରିବାର ଅଛି। ଏହି ସମୟରେ ନିଜର ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ରଖନ୍ତୁ। ୱାର୍ଡ କମିଟି ସହଯୋଗରେ ଗ୍ରାମର ଲୋକଙ୍କ ସ୍ବାସ୍ଥ୍ୟାବସ୍ଥା ବୁଝୁନ୍ତୁ। ଗ୍ରାମର କେଉଁ ମାନେ ବାହାରେ ଅଛନ୍ତି ସେମାନଙ୍କ ତଥ୍ୟ ରଖନ୍ତୁ। ଦୋକାନ ବଜାରରେ ଯେଉଁ ବ୍ୟବସାୟୀମାନେ ସାମାଜିକ ଦୂରତ୍ୱ ମାନୁନାହାନ୍ତି, ମାସ୍କ ପିନ୍ଧି ନାହାନ୍ତି ବା ଗ୍ରାହକମାନଙ୍କୁ ବିନା ମାସ୍କରେ ଜିନିଷ ଦେଉଛନ୍ତି, ସେମାନଙ୍କ ବିରୋଧରେ କଡ଼ା ପଦକ୍ଷେପ ନେବାକୁ ତହସିଲଦାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ଅବସରରେ ବିଡିଓ ସୁରଞ୍ଜନ କୁମାର ସାହୁ, ତହସିଲଦାର ଡି.ଦୟାସିନ୍ଧୁ ପରିଡ଼ା, ସିଡିପିଓ ଜୟନ୍ତୀ ପାଟପିଙ୍ଗୁଆ, ଜିଲାପରିଷଦ ସଭ୍ୟ ପ୍ରମୋଦ କୁମାର ପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri