ଏନ୍‌ଏସି ଅଧିକାରୀଙ୍କୁ ତାଗିଦ କଲେ ଜିଲାପାଳ, ନିର୍ଦ୍ଧାରିତ ସମୟରେ କାର୍ଯ୍ୟ ସାରିବାକୁ ନିର୍ଦ୍ଦେଶ

ଗୋପାଳପୁର,୪ା୧୧(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା ଶନିବାର ଗୋପାଳପୁର ଏନ୍‌ଏସିରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟ  ସମୀକ୍ଷା କରି ଏନ୍‌ଏସି ଅଧିକାରୀଙ୍କୁ ତାଗିଦ କରିବା ସହ ନିର୍ଦ୍ଧାରିତ ସମୟ ମଧ୍ୟରେ କାମ ସାରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏନ୍‌ଏସି ପକ୍ଷରୁ ପାନ୍ଥନିବାସ ସମ୍ମୁଖରେ ପ୍ରାୟ ଦେଢ଼ ଏକର ପରିମିତ ସ୍ଥାନରେ ତିନି ବର୍ଷ ତଳେ ଏକ ସ୍ମାର୍ଟ ପାର୍କ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥିବା ବେଳେ ପାଣ୍ଠି ଅଭାବରୁ ଏହାର ନିର୍ମାଣ କାର୍ଯ୍ୟ ସରିପାରୁନାହିଁ। ଏହାର ନିର୍ମାଣ ନିମନ୍ତେ ଏନ୍‌ଏସି ପ୍ରଥମ ପର୍ଯ୍ୟାୟରେ ୭୨ ଲକ୍ଷ ଟଙ୍କା ଅନୁଦାନ ପ୍ରଦାନ ସହ ନିର୍ମାଣ କାମ ଆରମ୍ଭ କରିଥିଲା। ପରେ ବିଡିଏ ପକ୍ଷରୁ ଅତିରିକ୍ତ ୫୦ ଲକ୍ଷ ଟଙ୍କା ମିଳିଥିବା ବେଳେ ମୁକ୍ତା ଯୋଜନାରେ ମଧ୍ୟ ୩୫ ଲକ୍ଷ ଟଙ୍କା ପାଣ୍ଠି ବରାଦ କରାଯାଇ ନିର୍ମାଣ କାମ ଚାଲୁରହିଛି। କିନ୍ତୁ ପାର୍କର ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ କରିବା ନିମନ୍ତେ ଅତିରିକ୍ତ ପାଣ୍ଠି ଦରକାର ପଡ଼ୁଥିବାରୁ ଏହାର କାର୍ଯ୍ୟ ଆଗେଇ ପାରୁ ନ ଥିଲା। ଜିଲାପାଳ ପାର୍କସ୍ଥଳ ପରିଦର୍ଶନ ସହ ସେଠାରେ ହେଉଥିବା କାମର ଅନୁଧ୍ୟାନ କରିବା ସହ ସରକାରୀ ସ୍ତରରେ ଅତିରିକ୍ତ ପାଣ୍ଠି ପ୍ରଦାନ କରାଯାଇ ତୁରନ୍ତ ଆସନ୍ତା ୨ ମାସ ମଧ୍ୟରେ ଏହାର ଉଦ୍‌ଘାଟନୀ କରାଯିବାକୁ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। ଅନ୍ୟ ପଟେ ମିନି ଷ୍ଟାଡିୟମରେଠାରେ ୨୮ ଲକ୍ଷ ଟଙ୍କା ବ୍ୟୟରେ ନିର୍ମାଣାଧୀନ ଭେଣ୍ଡିଂ ଜୋନ୍‌ କାମ ମଧ୍ୟ ବୁଲି ଦେଖିବା ସହ ତୁରନ୍ତ ଏହାକୁ ସ୍ଥାନୀୟ ବ୍ୟବସାୟୀମାନଙ୍କୁ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଏହି ସମୟରେ ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ଭି କୀର୍ତ୍ତି ଭାସନଙ୍କ ସମେତ ଏନ୍‌ଏସି ନିର୍ବାହୀ ଅଧିକାରୀ ଏବଂ ଅନ୍ୟ କର୍ମଚାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସାତ୍ତ୍ୱିକ-ଚିରାଗ ଫାଇନାଲରେ

ବ୍ୟାଙ୍କକ୍‌,୧୬ା୫: ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଏବଂ ଚିରାଗ ଶେଟ୍ଟି ଥାଇଲାଣ୍ଡ ଓପନ ସୁପର ୫୦୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ପୁରୁଷ ଡବଲ୍ସ ଫାଇନାଲରେ ପ୍ରବେଶ କରିଛନ୍ତି। ୨୦୧୯ ଓ ୨୦୨୪ରେ…

ଭବାନୀପାଟଣାରେ କାଳବୈଶାଖୀ କୁଆପଥର ବର୍ଷା,କାର ଉପରେ ପଡ଼ିଲା ଗଛ

ଭବାନୀପାଟଣା,୧୬।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଶନିବାର ଅପରାହ୍ନରେ କାଳବୈଶାଖୀ ହୋଇଥିଲା। ଏହାର ପ୍ରଭାବରେ ଜୋରରେ ପବନ ବୋହିବା ସହ କୁଆପଥର ବର୍ଷା ହୋଇଥିଲା। ପଵନ…

କ୍ରିକେଟ ଖେଳୁଥିବା ବେଳେ ଯୁବକଙ୍କ ଉପରେ ହେଲା ବଜ୍ରପାତ: ଟଳିପଡ଼ିଲେ…

ମୋହନା,୧୬।୫(ମନ୍ମଥ ମିଶ୍ର ):  ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ବାଘମାରି ପଞ୍ଚାୟତ ଶୁଲୁବା ଗାଁ ରେ ଅଘଟଣ ଘଟିଛି।  ଗାଁ ନିକଟସ୍ଥ ଏକ ପଡିଆରେ ବୟନ୍ତ…

ସନ୍ତରଣରେ ପ୍ରତିଭା ଦେଖାଇଲେ ଛାତ୍ରୀଛାତ୍ର

ରାଉରକେଲା,୧୫।୫(ବିପ୍ଳବ ରଞ୍ଜନ ଦାଶ): ନବଗଠିତ ଜିଲା ସୁଇମିଂ ଆସୋସିଏଶନ ପକ୍ଷରୁ ବିର୍ସାମୁଣ୍ଡା ଆଥଲେଟିକ ସୁଇମିଂ ପୁଲ୍‌ରେ ଜିଲାସ୍ତରୀୟ ସନ୍ତରଣ ପ୍ରତିଯୋଗିତା ସଫଳତାର ସହ ଆୟୋଜିତ ହୋଇଯାଇଛି। ବିଭିନ୍ନ…

୫ଟଙ୍କା ଶସ୍ତା ହେଲା ପେଟ୍ରୋଲ; ଏହି ସରକାର କମାଇଲେ ତେଲଦାମ୍‌

ଇସଲାମାବଦ,୧୬।୫: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଅନେକ ଦେଶକୁ ପ୍ରଭାବିତ କରୁଛି। ଯେତେବେଳେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ପରିବର୍ତ୍ତନ ଘଟେ, ଏହାର ତୁରନ୍ତ ପ୍ରଭାବ ସାଧାରଣ ଲୋକଙ୍କ…

୩୩ କେଭି ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଦିବ୍ୟାଙ୍ଗ ମହିଳା ଗୁରୁତର

ନନ୍ଦପୁର,୧୬ା୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ମାଳିବେଲଗାଁ ପଞ୍ଚାୟତ ଖୁଜେଲ ଗ୍ରାମର ଚାଷଜମି ଦେଇ ଯାଇଥିବା ୩୩ କେଭି ବିଦ୍ୟୁତ୍‌ ଲାଇନର ଖୁଣ୍ଟ ଓ ତାର…

ଧରମ ଝିଅକୁ ୫ମାସର ଗର୍ଭବତୀ କରି ୨୦ବର୍ଷ ଜେଲ ଗଲେ ଦିବ୍ୟାଙ୍ଗ ବାପା।

କଳିଙ୍ଗନଗର, ୧୬।୫ (ଶୁଭାଶିଷ ରାଉତ): ଯାଜପୁର ଜିଲା ଧର୍ମଶାଳା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ମାମଲାରେ ଅଭିଯୁକ୍ତଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ ଦଣ୍ଡାଦେଶ ହୋଇଛି।…

ଗୃହ ବିଭାଗ ନିଜ ପାଖରେ ରଖିଲେ ବିଜୟ

ଚେନ୍ନାଇ,୧୬।୫: ତାମିଲନାଡୁର ନବନିର୍ବାଚିତ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ସୁପାରିଶ ଉପରେ କାର୍ଯ୍ୟ କରି ରାଜ୍ୟପାଳ ବିଶ୍ୱନାଥ ଆର୍ଲେକର ରାଜ୍ୟର ନୂତନ କ୍ୟାବିନେଟକୁ ବିଭାଗ ଆବଣ୍ଟନ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri