ଦଳିତଙ୍କୁ ନିର୍ଯାତନା ଘଟଣା: ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପ୍ରତିଶ୍ରୁତି ଦେଲେ ଉପ ଜିଲାପାଳ

ଭଞ୍ଜନଗର,୨୪।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଦୁଇଟି ଘଟଣାକୁ ବର୍ତ୍ତମାନ ଜାତୀୟକରଣ କରିଛନ୍ତି ବିରୋଧି କଂଗ୍ରେସ ସମେତ ଅନ୍ୟାନ୍ୟ ଦଳ। ଗୋଟିଏ ହେଲା ଗୋପାଳପୁର ଗଣ ବଳାତ୍କାର ମାମଲା। ଅନ୍ୟଟି ହେଲା ଧରାକୋଟ ବ୍ଲକ ଖାରିଗୁମ୍ମା ଘଟଣା। ଉକ୍ତ ଗ୍ରାମରେ ଦୁଇ ଜଣକୁ କିଛି ଲୋକ ମାଡ଼ ମାରି ଲଣ୍ଡା କରିଥିଲେ। ଏଥିସହ ଗାଈ ଭଳି ଆଣ୍ଠେଇ ଘାସ ଖାଇବାକୁ ଦେଇଥିବା ଅଭିଯୋଗ ହୋଇଛି। ଯାହାକି ଅତ୍ୟନ୍ତ ଲଜ୍ୟାଜନକ ଘଟଣା। ଏହାଦ୍ବାରା ରାଜ୍ୟ ଓ ଦେଶର ଛବି ବାହାରେ ଖରାପ ହେଉଛି। ଯାହାକି ଚିନ୍ତାଜନକ ବିଷୟ। ଏହିଭଳି ପରିସ୍ଥିତିରେ ଜିଲ୍ଲା ପ୍ରଶାସନ ଘଟଣା ଗୁଡିକୁ ଗୁରୁତର ସହ ନେଇ ଅଭିଯୁକ୍ତ ମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେଉଛି।

ସୂଚନାଯୋଗ୍ୟ ଯେ, ଧରାକୋଟ ତହସିଲ ଅନ୍ତର୍ଗତ ଖାରିଗୁମା ଗ୍ରାମରେ ଗତ ରବିବାର ଅପରାହ୍ନ ରେ ସିଙ୍ଗିପୁର ଗ୍ରାମର ବାବୁଲା ନାୟକ ଓ ବୁଲୁ ନାୟକଙ୍କୁ କେତେକ ବ୍ୟକ୍ତି ନିର୍ଯାତନା ଦେଇଥିଲେ। ଏହି ଘଟଣା ଜିଲ୍ଲା ପ୍ରଶାସନର ନଜରକୁ ଆସିବା କ୍ଷଣି ଜିଲା ପ୍ରଶାସନ ଏହାରି ଉପରେ ତ୍ବରିତ ପଦକ୍ଷେପ ନେଇଛି। ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରାଙ୍କ ନେତୃତ୍ୱରେ ମଙ୍ଗଳବାର ଧରାକୋଟ ତହସିଲଦାର ଲମ୍ବୋଦର ମାରାଣ୍ଡି, ଅତିରିକ୍ତ ତହସିଲଦାର ଗଣେଶ୍ୱର ଦଳାଇ,ବିଡ଼ିଓ ଶୁସିଲ ପଟ୍ଟନାୟକ,ଅତିରିକ୍ତ ଜିଲା ମଙ୍ଗଳ ଅଧିକାରୀ ନିହାର ରଞ୍ଜନ ମହାନ୍ତି, ବ୍ଲକ ମଙ୍ଗଳ ଅଧିକାରୀ ଅନନ୍ୟା ପଣ୍ଡା, ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ କାଳୁ ଚରଣ ସ୍ବାଇଁ, ରାଜସ୍ବ ନିରୀକ୍ଷକ ରଞ୍ଜନ କୁମାର ବରାଡ ପ୍ରମୁଖ ସିଙ୍ଗିପୁର ଗ୍ରାମର ବାବୁଲା ନାୟକ ଓ ବୁଲୁ ନାୟକଙ୍କ ପରିବାରକୁ ଭେଟି ତାଙ୍କ ପ୍ରତି ଘଟିଥିବା ଘଟଣା ବାବଦରେ ପଚାରି ବୁଝିଥିଲେ। ପ୍ରଶାସନ ତୁମ ସାଥିରେ ଅଛି। ଭୟଭୀତ ନହୋଇ ନିର୍ଭୟରେ ରୁହ ବୋଲି ପୀଡିତଙ୍କ ପରିବାରକୁ କହିଥିଲେ। ଏହା ପରେ ଉପଜିଲାପାଳ ଉମା ଶଙ୍କର ବେହେରା ବାବୁଲା ଓ ବୁଲୁଙ୍କ ପରିବାରକୁ ରେଡକ୍ରସ ପାଣ୍ଠିରୁ ୧୦ ହଜାର ଲେଖାଏଁ ମୋଟ ୨୦ ହଜାର ଟଙ୍କା ସହାୟତା ପ୍ରଦାନ କରିଥିଲେ।

ଏହି ଘଟଣାରେ ଧରାକୋଟ ପୋଲିସ ଏକ ମାମଲା ରୁଜୁ କରି ୯ ଜଣ ଙ୍କୁ ଗିରଫ କରିଛି। ପୀଡିତ ଦୁଇ ଜଣଙ୍କୁ ଡାକ୍ତରୀ ଚିକିତ୍ସା ପରେ ପୁଲିସ ସୁରକ୍ଷିତ ଭାବ ସେମାନଙ୍କ ଗାଁ ସିଙ୍ଗିପୁରରେ ଛାଡିଛି। ବର୍ତମାନ ଉଭୟଙ୍କ ସ୍ବାସ୍ଥ୍ୟବସ୍ଥା ଭଲ ଥିବା ଜଣାପଡିଛି। ଏହି ଘଟଣାରେ ସଂପୃକ୍ତ ଥିବା ସମସ୍ତ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଭଞ୍ଜନଗର ଉପଜିଲ୍ଲାପାଳ ଉମା ଶଙ୍କର ବେହେରା ଏକ ପ୍ରେସ ବିବୃତିରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ କାନ୍ଥ ପଡ଼ି ୩ ବର୍ଷର ଶିଶୁକନ୍ୟା ମୃତ

ପାଟଣା, ୨୫।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ପାଟଣା ପଞ୍ଚାୟତ ଅନ୍ତର୍ଗତ ସ୍ୱାମ ମୁଣ୍ଡାସାହିରେ ଶୁକ୍ରବାର ଲଗାଣ ବର୍ଷାରେ ଇଟା କାନ୍ଥ ଭୁଶୁଡ଼ି…

ପୁରୁଷୋତ୍ତମପୁର ସହରରେ ପଶିଲା ବନ୍ୟାପାଣି: ସ୍ଥିତି ପରଖିଲେ ଉପଜିଲାପାଳ

ପୁରୁଷୋତ୍ତମପୁର, ୨୫।୯ (ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଚାରିଦିନ ହେଲା ଲଗାଣ ବର୍ଷା ଲାଗିରହିଛି। ଏହି…

ଲଘୁଚାପଜନିତ ଲଗାଣ ବର୍ଷା: ଘର ଉପରେ ପଡ଼ିଲା ଗଛ

ମହାକାଳପଡ଼ା,୨୫।୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ ମହାକାଳପଡ଼ା ବ୍ଲକରେ ଏକ ଅଘଟଣ ଘଟିଛି। ନାଞ୍ଜୁରା ପଞ୍ଚାୟତ ଅନ୍ତର୍ଗତ ତନ୍ତିଆପାଳ-ଭୋପାଳ ଗ୍ରାମର…

ଭୁଶୁଡ଼ିଲା ନୀଳମାଧବ ମନ୍ଦିର ମେଘନାଦ ପାଚେରୀ ଗାର୍ଡ ୱାଲ

ଖଣ୍ଡପଡ଼ା,୨୫।୯(ଅଜୟ କୁମାର ମହାରଣା): ଜଗନ୍ନାଥ ସଂସ୍କୃତିର ଆଦିପୀଠ ଭାବେ ପରିଚିତ କଣ୍ଟିଲୋର ଶ୍ରୀ ନୀଳମାଧବ ମନ୍ଦିର। ଲଗାଣ ବର୍ଷାରେ ଶୁକ୍ରବାର ମନ୍ଦିରର ଉତ୍ତର ପୂର୍ବ(ସ୍ନାନ ମଣ୍ଡପକୁ ସଂଲଗ୍ନ)…

ବର୍ଷା କମିଛି, ଆତଙ୍କ ଥମିନି: କାନ୍ଥ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ଭଞ୍ଜନଗର, ୨୫।୯(ବାବୁଲା ପ୍ରଧାନ):ଗଞ୍ଜାମ ଜିଲାରେ ଲଗାଣ ବର୍ଷା ପରେ ଶୁକ୍ରବାର ବର୍ଷାର ପରିମାଣ କିଛିଟା କମିଥିଲେ ମଧ୍ୟ ଲୋକଙ୍କ ମନରୁ ଆତଙ୍କ ଥମିନାହିଁ। ବେଲଗୁଣ୍ଠ ବ୍ଲକ ଉଡ୍ରା…

ବର୍ଷାରେ ଭାଙ୍ଗିଲା ଘର: ତାର୍ପୋଲିନ ଯୋଗାଇଦେଲେ ତହସିଲଦାର

କେସିଙ୍ଗା, ୨୫।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ କେସିଙ୍ଗା ବ୍ଲକର ବିଭିନ୍ନ ଅଞ୍ଚଳରେ ଘର ଭାଙ୍ଗିବା ସହ ଚାଷଜମିରେ ମଧ୍ୟ କ୍ଷୟକ୍ଷତି ହେଉଥିବା…

ହାତୀନଦୀରେ ବଡ଼ ବନ୍ୟା, ଶହଶହ ଏକର ଚାଷ ଜମି ଜଳମଗ୍ନ

ଭବାନୀପାଟଣା,୨୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ୩ ଦିନ ଧରି ଲଗାଣ ବର୍ଷା ଏବଂ ଇନ୍ଦ୍ରାବତୀ ମଙ୍ଗଳପୁର ବ୍ୟାରେଜରୁ ୪ଟି ଗେଟ ଖୋଲାଯିବା ପରେ ଶୁକ୍ରବାର…

୪ଦିନ ହେଲା ବର୍ଷା ଜାରି: କୁଳଲଙ୍ଘି ଗର୍ଜନ କରୁଛି ରୁଷିକୁଲ୍ୟା

ପୁରୁଷୋତ୍ତମପୁର,୨୫।୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ୪ଦିନ ହେଲା ବର୍ଷା ଲାଗି ରହିଛି। ଲଗାଣ ବର୍ଷା ଯୋଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?