ଦେଶରେ ଗଞ୍ଜାମ ଜିଲା ପରିଷଦ, ହିଞ୍ଜିଳି ବ୍ଲକ ଶ୍ରେଷ୍ଠ

ଛତ୍ରପୁର/ହିଞ୍ଜିଳିକାଟୁ,୧୭ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପରିଷଦ ଦେଶରେ ଶ୍ରେଷ୍ଠ ଏବଂ ହିଞ୍ଜିଳି ବ୍ଲକକୁ ଭାରତ ସରକାରଙ୍କ କେନ୍ଦ୍ର ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରଣାଳୟ ପକ୍ଷରୁ ଜାତୀୟ ପଞ୍ଚାୟତ ପୁରସ୍କାର ମିଳିଛି। ସୋମବାର ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନଠାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି ପୁରସ୍କାର ପ୍ରଦାନ କରିଛନ୍ତି। ଗଞ୍ଜାମ ଜିଲା ପରିଷଦ ଅଧ୍ୟକ୍ଷା ଅଞ୍ଜଳି ସ୍ବାଇଁ, ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା ଓ ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଭି. କୀର୍ତ୍ତି ଭାସନ ଏହି ପୁରସ୍କାର ଗ୍ରହଣ କରିଛନ୍ତି। ଜିଲା ପରିଷଦ ଓ ହିଞ୍ଜିଳି ବ୍ଲକକୁ ନାନାଜୀ ଦେଶ୍‌ମୁଖ ସର୍ବୋତ୍ତମ ପଞ୍ଚାୟତ ସତ୍ୟ ବିକାଶ ପୁରସ୍କାର ମିଳିଛି। ଏଥିସହ ସ୍ବାସ୍ଥ୍ୟ ପଞ୍ଚାୟତ ଭାବେ ହିଞ୍ଜିଳିକାଟୁ ବ୍ଲକ କଞ୍ଚୁଡୁ ପଞ୍ଚାୟତ, ସଫା ଓ ସବୁଜ ଗ୍ରାମ ଭାବେ ଶାସନଆମ୍ବ ଗାଁ, ଭଞ୍ଜନଗର ବ୍ଲକ କୁଲାଡ଼ ପଞ୍ଚାୟତ, ପାତ୍ରପୁର ବ୍ଲକ ଆଙ୍କୁଲି ପଞ୍ଚାୟତକୁ ମଧ୍ୟ ଜାତୀୟ ପଞ୍ଚାୟତ ପୁରସ୍କାର ମିଳିଛି। ଏ ବାବଦରେ ୧୦ କୋଟିର ପୁରସ୍କାର ମିଳିଛି।
ଗଞ୍ଜାମ ଜିଲା ପରିଷଦ ସର୍ବଭାରତୀୟସ୍ତରରେ ପ୍ରଥମ ସ୍ଥାନ ହାସଲ କରିଥିବାରୁ ୫ କୋଟି, ହିଞ୍ଜିଳିକାଟୁ ବ୍ଲକକୁ ୨ କୋଟି, କଞ୍ଚୁଡୁ ଶାସନଆମ୍ବ ଗାଁ, ଭଞ୍ଜନଗର ବ୍ଲକ କୁଲାଡ଼ ପଞ୍ଚାୟତ ଓ ପାତ୍ରପୁର ବ୍ଲକ ଆଙ୍କୁଲି ପଞ୍ଚାୟତକୁ ୭୫ ଲକ୍ଷ ଟଙ୍କା ଲେଖାଏ ପୁରସ୍କାର ରାଶି ମିଳିଛି। କାର୍ଯ୍ୟକ୍ରମରେ କେନ୍ଦ୍ର ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ ଗିରିରାଜ ସିଂହ ଉପସ୍ଥିତ ଥିଲେ।
ହିଞ୍ଜିଳିକାଟୁ ବ୍ଲକ ଅଧ୍ୟକ୍ଷା ସରସ୍ବତୀ ସେଠୀ, ବିଡିଓ ସୁବ୍ରତ କୁମାର ଜେନା ପୁରସ୍କାର ଗ୍ରହଣ କରିଥିବା ବେଳେ କଞ୍ଚୁଡୁ ସରପଞ୍ଚ ମଦନ ମୋହନ ସେଠୀ ଓ କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରତାପ ସାହୁ ଗ୍ରହଣ କରିଥିଲେ। ଶାସନ ଆମ୍ବ ଗାଁ ସରପଞ୍ଚ ଜନାର୍ଦ୍ଦନ ସେଠୀ, କାର୍ଯ୍ୟନିର୍ବାହୀ ଅଧିକାରୀ ବାସୁଦେବ ବେହେରା ପୁରସ୍କାର ଗ୍ରହଣ କରିଥିଲେ। କୁଲାଡ଼ ପଞ୍ଚାୟତ ସରପଞ୍ଚ ଭି. ସଂଯୁକ୍ତା ରାଜୁ, ବିଡିଓ ଶଶୀ ଭୂଷଣ ମହାପାତ୍ର ଏବଂ ଆଙ୍କୁଲି ପଞ୍ଚାୟତ ପୁରସ୍କାର ବ୍ରହ୍ମପୁର ଉପଜିଲାପାଳ ଆଶୁତୋଷ କୁଲକର୍ନି, କମ୍ପ୍ୟୁଟର ପ୍ରୋଗ୍ରାମର ଦେବାଶିଷ ପ୍ରଧାନ ପ୍ରମୁଖ ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଥର ରୋଚକ ହେବ ରାଜନୀତି,ସବୁଦଳର ଫୋକସରେ ଯୁବପ୍ରାର୍ଥୀ

ଭୁବନେଶ୍ୱର,୧୯।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ରାଜନୀତି ସରଗରମ ହେଉଛି। ତେବେ ଏହି ଭିତରେ ପ୍ରାର୍ଥୀ ଚୟନରେ ଯୁବପ୍ରାର୍ଥୀଙ୍କୁ ଅଗ୍ରାଧିକାର ଦେଉଛନ୍ତି ରାଜନୈତିକ ଦଳ।...

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

କୋରାପୁଟରେ ଶକ୍ତି ପ୍ରଦର୍ଶନ କଲେ ମାମୁଁ ଭଣଜା

କୋରାପୁଟ,୧୯।୪(ଅମିତାଭ ବେହେରା) କୋରାପୁଟ ସଂସଦୀୟ କ୍ଷେତ୍ରରେ ଆସନ୍ତା ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଗତକାଲି ଅର୍ଥାତ ୧୮ରୁ ପାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଥିବାବେକେ...

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

ମହାନଦୀରେ ଡଙ୍ଗାବୁଡି ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୪: ମହାନଦୀରେ ଡଙ୍ଗା ବୁଡିବା ଘଟଣାରେ ମୃତକଙ୍କ ପରିବାରକୁ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପରିବାରକୁ ୪ ଲକ୍ଷ ଲେଖାଏଁ ଅନୁକମ୍ପା...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri