ଦେଶରେ ଗଞ୍ଜାମ ଜିଲା ପରିଷଦ, ହିଞ୍ଜିଳି ବ୍ଲକ ଶ୍ରେଷ୍ଠ

ଛତ୍ରପୁର/ହିଞ୍ଜିଳିକାଟୁ,୧୭ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପରିଷଦ ଦେଶରେ ଶ୍ରେଷ୍ଠ ଏବଂ ହିଞ୍ଜିଳି ବ୍ଲକକୁ ଭାରତ ସରକାରଙ୍କ କେନ୍ଦ୍ର ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରଣାଳୟ ପକ୍ଷରୁ ଜାତୀୟ ପଞ୍ଚାୟତ ପୁରସ୍କାର ମିଳିଛି। ସୋମବାର ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନଠାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି ପୁରସ୍କାର ପ୍ରଦାନ କରିଛନ୍ତି। ଗଞ୍ଜାମ ଜିଲା ପରିଷଦ ଅଧ୍ୟକ୍ଷା ଅଞ୍ଜଳି ସ୍ବାଇଁ, ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା ଓ ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଭି. କୀର୍ତ୍ତି ଭାସନ ଏହି ପୁରସ୍କାର ଗ୍ରହଣ କରିଛନ୍ତି। ଜିଲା ପରିଷଦ ଓ ହିଞ୍ଜିଳି ବ୍ଲକକୁ ନାନାଜୀ ଦେଶ୍‌ମୁଖ ସର୍ବୋତ୍ତମ ପଞ୍ଚାୟତ ସତ୍ୟ ବିକାଶ ପୁରସ୍କାର ମିଳିଛି। ଏଥିସହ ସ୍ବାସ୍ଥ୍ୟ ପଞ୍ଚାୟତ ଭାବେ ହିଞ୍ଜିଳିକାଟୁ ବ୍ଲକ କଞ୍ଚୁଡୁ ପଞ୍ଚାୟତ, ସଫା ଓ ସବୁଜ ଗ୍ରାମ ଭାବେ ଶାସନଆମ୍ବ ଗାଁ, ଭଞ୍ଜନଗର ବ୍ଲକ କୁଲାଡ଼ ପଞ୍ଚାୟତ, ପାତ୍ରପୁର ବ୍ଲକ ଆଙ୍କୁଲି ପଞ୍ଚାୟତକୁ ମଧ୍ୟ ଜାତୀୟ ପଞ୍ଚାୟତ ପୁରସ୍କାର ମିଳିଛି। ଏ ବାବଦରେ ୧୦ କୋଟିର ପୁରସ୍କାର ମିଳିଛି।
ଗଞ୍ଜାମ ଜିଲା ପରିଷଦ ସର୍ବଭାରତୀୟସ୍ତରରେ ପ୍ରଥମ ସ୍ଥାନ ହାସଲ କରିଥିବାରୁ ୫ କୋଟି, ହିଞ୍ଜିଳିକାଟୁ ବ୍ଲକକୁ ୨ କୋଟି, କଞ୍ଚୁଡୁ ଶାସନଆମ୍ବ ଗାଁ, ଭଞ୍ଜନଗର ବ୍ଲକ କୁଲାଡ଼ ପଞ୍ଚାୟତ ଓ ପାତ୍ରପୁର ବ୍ଲକ ଆଙ୍କୁଲି ପଞ୍ଚାୟତକୁ ୭୫ ଲକ୍ଷ ଟଙ୍କା ଲେଖାଏ ପୁରସ୍କାର ରାଶି ମିଳିଛି। କାର୍ଯ୍ୟକ୍ରମରେ କେନ୍ଦ୍ର ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ ଗିରିରାଜ ସିଂହ ଉପସ୍ଥିତ ଥିଲେ।
ହିଞ୍ଜିଳିକାଟୁ ବ୍ଲକ ଅଧ୍ୟକ୍ଷା ସରସ୍ବତୀ ସେଠୀ, ବିଡିଓ ସୁବ୍ରତ କୁମାର ଜେନା ପୁରସ୍କାର ଗ୍ରହଣ କରିଥିବା ବେଳେ କଞ୍ଚୁଡୁ ସରପଞ୍ଚ ମଦନ ମୋହନ ସେଠୀ ଓ କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରତାପ ସାହୁ ଗ୍ରହଣ କରିଥିଲେ। ଶାସନ ଆମ୍ବ ଗାଁ ସରପଞ୍ଚ ଜନାର୍ଦ୍ଦନ ସେଠୀ, କାର୍ଯ୍ୟନିର୍ବାହୀ ଅଧିକାରୀ ବାସୁଦେବ ବେହେରା ପୁରସ୍କାର ଗ୍ରହଣ କରିଥିଲେ। କୁଲାଡ଼ ପଞ୍ଚାୟତ ସରପଞ୍ଚ ଭି. ସଂଯୁକ୍ତା ରାଜୁ, ବିଡିଓ ଶଶୀ ଭୂଷଣ ମହାପାତ୍ର ଏବଂ ଆଙ୍କୁଲି ପଞ୍ଚାୟତ ପୁରସ୍କାର ବ୍ରହ୍ମପୁର ଉପଜିଲାପାଳ ଆଶୁତୋଷ କୁଲକର୍ନି, କମ୍ପ୍ୟୁଟର ପ୍ରୋଗ୍ରାମର ଦେବାଶିଷ ପ୍ରଧାନ ପ୍ରମୁଖ ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭିଏଚ୍‌ପି ପାଇଁ ଅତୁଳନୀୟ ଅବଦାନ: ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ସମାରୋହରେ ମଦନମୋହନ ଦ୍ୱିବେଦୀ ସମ୍ବର୍ଦ୍ଧିତ

ପାଟଣା,୬।୧୦ (ବୀର କିଶୋର ଦାଶ): କଟକସ୍ଥିତ ବିଜୁ ପଟ୍ଟନାୟକ ଛକସ୍ଥିତ ସାରଳା ମଣ୍ଡପଠାରେ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍‌ପି) ପକ୍ଷରୁ ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ବର୍ଷର ଉଦ୍‌ଘାଟନୀ…

ନାକା ଚେକିଂ ବେଳେ ଘଟଗାଁ ପୋଲିସକୁ ବଡ଼ ସଫଳତା: ୨ ଦେଶୀ ବନ୍ଧୁକ, ଧନୁ-ତୀର ସହ ୩ ଶିକାରୀ

ପାଟଣା, ୬।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ଘଟଗାଁ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ପାଟଣା ବ୍ଲକ୍ ଭୀମକୁଣ୍ଡ ନିକଟରେ ନାକା ଚେକିଂ ସମୟରେ…

ମୃତ୍ୟୁ ସହ ୧୦ ଦିନର ସଂଗ୍ରାମ ପରେ ହାରିଗଲେ ସଞ୍ଜୟ: ନାଗ ସାପ ଚୋଟରେ ଚାଲିଗଲା ୨୮ ବର୍ଷର ଉଦ୍ଦଣ୍ଡ ଯୁବକଙ୍କ ଜୀବନ

ଗୁଡ଼ାରି,୬।୧୦(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ ଅନ୍ତର୍ଗତ ଅସଡ଼ା ଗ୍ରାମପଞ୍ଚାୟତର ବାମୁଣୀଡଙ୍ଗର ଗ୍ରାମରେ ମଙ୍ଗଳବାର ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ସାପ କାମୁଡ଼ାରେ…

ଦୀର୍ଘ ୨୫ ବର୍ଷର ଅଗ୍ନି ପରୀକ୍ଷାରେ ଲାଗିଲା ବିରାମ: ଆଖି ବୁଜିଲେ ଅଗ୍ନି ଭୈରବ ଦେବଙ୍କ ପୂଜକ ଅନିରୁଦ୍ଧ

ଥୁଆମୂଳ ରାମପୁର, ୬।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମା ସ୍ଥିତ ଜଗନ୍ନାଥ କଲୋନୀ ପଡ଼ାର ଜଣେ ପରିଚିତ, ଧର୍ମପରାୟଣ, ହାସ୍ୟ କଳାକାର…

LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଗ୍ୟାସ ସିଲିଣ୍ଡର ଫେରାଇଲେ ସିଧା ମିଳିବ ୫୦୦ଟଙ୍କା!

ନୂଆଦିଲ୍ଲୀ,୬।୧୦: ଯଦି ଆପଣ ଚାକିରି କିମ୍ୱା ପାଠପଢ଼ା ପାଇଁ ବାହାରେ କୌଣସି ଅନ୍ୟ ସହରରେ ରହୁଛନ୍ତି ଏବଂ ଆପଣଙ୍କ ପାଖରେ ସେଠାକାର ସ୍ଥାନୀୟ ଠିକଣା ପ୍ରମାଣପତ୍ର (Local…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଶୁକ୍ରାଦିତ୍ୟ ଯୋଗ ବଦଳାଇବ ୩ ରାଶିଙ୍କ ଭାଗ୍ୟ: ପ୍ରଚୁର ଧନଲାଭ ସହ କ୍ୟାରିୟରରେ ମିଳିବ ବଡ଼ ସଫଳତା

ତୁଳା ରାଶିରେ ସୂର୍ଯ୍ୟଙ୍କ ଗୋଚର ବେଶ ସ୍ୱତନ୍ତ୍ର ହେବାକୁ ଯାଉଛି, କାରଣ ଏହି ରାଶିର ଅଧିପତି ଶୁକ୍ର ବୋଲି ବିବେଚନା କରାଯାଏ। ଅନ୍ୟପକ୍ଷରେ, ସଂଯୋଗବଶତଃ ବର୍ତ୍ତମାନ ଶୁକ୍ର…

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?