ଗଞ୍ଜାମ ଜିଲା ବାଲ୍ୟବିବାହ ମୁକ୍ତ

ଛତ୍ରପୁର,୪।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବାଲ୍ୟବିବାହ ମୁକ୍ତ ଘୋଷଣା ହୋଇଛି। ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଏହି ଘୋଷଣା କରିଛନ୍ତି। ଏଥିପାଇଁ କାର୍ଯ୍ୟ କରିଥିବା ସମସ୍ତ ବ୍ୟକ୍ତି ବିଶେଷଙ୍କୁ ଜିଲାପାଳ ଶୁଭେଚ୍ଛା ଜଣାଇବା ସହ ଧନ୍ୟବାଦ ଦେଇଛନ୍ତି। ଏଥିସହ ଏଣିକି ବାଲ୍ୟବିବାହ ପ୍ରଥମ ସୂଚନା ପ୍ରଦାନକାରୀଙ୍କୁ ୫ ହଜାର ବଦଳରେ ପଚାଶ ହଜାର ଟଙ୍କା ଦିଆଯିବ ବୋଲି ଜିଲାପାଳ ଘୋଷଣା କରିଛନ୍ତି।
ଗଞ୍ଜାମରେ ‘ନିର୍ଭୟା କଢି’ ଯୋଜନାର କାର୍ଯ୍ୟକାରିତା ପରେ ତଳସ୍ତରରୁ କମିଟି ଗଠନ କରାଯାଇ ଯୋଜନାର ସଫଳ ରୂପାୟନ ନିମନ୍ତେ ସଚେତନତାମୂଳକ ପଦକ୍ଷେପ ନିଆଯାଇଥିଲା। ବାଲ୍ୟ ବିବାହ ରୋକିବା ପାଇଁ ଅନେକଗୁଡିଏ ଦୃଷ୍ଟାନ୍ତମୂଳକ ପଦକ୍ଷେପ ଗ୍ରହଣ କରାଯାଇଥିଲା I ଗ୍ରାମ ପଞ୍ଚାୟତ ଏବଂ ବିଜ୍ଞାପିତ ଅଞ୍ଚଳ ସ୍ତରରେ ସରପଞ୍ଚଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅଙ୍ଗନଓ୍ବାଡି କର୍ମୀ, ଆଶା କର୍ମୀ ଏବଂ ସହାୟିକାମାନଙ୍କୁ ନେଇ କମିଟି ଗଠନ କରାଯାଇଥିଲା। ସେହି କମିଟିର ସର୍ଭେ ରିପୋର୍ଟକୁ ଆଧାର କରି ବ୍ଲକସ୍ତରରେ ପୁଣି ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର, କାର୍ଯ୍ୟନିର୍ବାହୀ ଅଧିକାରୀ, ଜ଼ିଲା ଶିଶୁ ବିକାଶ ଯୋଜନା ଅଧିକାରୀ ଏବଂ ସମନ୍ବିତ ଶିଶୁ ବିକାଶ ଯୋଜନା ଅଧିକାରୀ ସତ୍ୟାସତ୍ୟ ଯାଞ୍ଚ କରି ଜିଲାସ୍ତରରେ ଗ୍ରାମ ଓ ସହରାଞ୍ଚଳର ଓ୍ବାର୍ଡଗୁଡିକୁ ବାଲ୍ୟବିବାହ ମୁକ୍ତ ଘୋଷଣା କରିବା ସକାଶେ ରିପୋର୍ଟ ଉପସ୍ଥାପନ କରିଥିଲେ I ଗତ ଦୁଇବର୍ଷ ମଧ୍ୟରେ ବିଭିନ୍ନ ସ୍ତରରେ ୧୪,୪୨୨ଟି ବୈଠକ ହୋଇଛି I ନିର୍ଭୟା କଢି ଯୋଜନା କାର୍ଯ୍ୟକାରୀ ପରେ ୨୦୧୯ରେ ୪୫ଟି, ୨୦୨୦ରେ ୨୨୮ଟି ଏବଂ ୨୦୨୧ରେ ୨୦୧ ବାଲ୍ୟ ବିବାହକୁ ରୋକା ଯାଇପାରିଥିଲା I ବର୍ତ୍ତମାନ ଜିଲାରେ ୩,୩୦୯ଟି ଗ୍ରାମ, ସହରାଞ୍ଚଳର ୨୮୦ଟି ୱାର୍ଡ ଏବଂ ୫୦୩ ପଞ୍ଚାୟତ ବାଲ୍ୟବିବାହ ମୁକ୍ତ ବୋଲି ଜିଲାପାଳ କୁଲାଙ୍ଗେ ଘୋଷଣା କରିଛନ୍ତି। ଆଗାମୀ ଦିନରେ ଝିଅମାନଙ୍କୁ ବୃତ୍ତିଗତ ପରାମର୍ଶ ଦିଆଯିବ ବୋଲି ମଧ୍ୟ କହିଛନ୍ତି। ଜିଲାପାଳଙ୍କ ଘୋଷଣା ସମୟରେ ଅତିରିକ୍ତ ଜ଼ିଲାପାଳ ଲିନା କୁମାରୀ ଖେସ, ଜିଲା ସମାଜ କଲ୍ୟାଣ ଅଧିକାରୀ ସୁରେଖା ସୁନ୍ଦରୀ ମଲ୍ଲିକ, ଅତରିକ୍ତ ଜିଲା ସମାଜ ମଙ୍ଗଳ ଅଧିକାରୀ ସାଧନ ଚନ୍ଦ୍ର ଦାସ, ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରବି ନାରାୟଣ ଅଧିକାରୀ, ଜିଲା ଶିଶୁ ବିକାଶ ଅଧିକାରୀ ସୁବୋଧ କୁମାର ଷଢଙ୍ଗୀ, ଆକ୍ସନ ଏଡର ଜିଲା ସଂଯୋଜକ ଦେବବ୍ରତ ମାହୁନ୍ତ
ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମେ ଦ୍ୱିତୀୟ ସପ୍ତାହ ଆରମ୍ଭ ଯାଏଁ ଜାରି ରହିବ ତାତି!

ଭୁବନେଶ୍ୱର,୨୫।୪: ସମଗ୍ର ଓଡ଼ିଶାରେ ପ୍ରଚଣ୍ଡ ତାତି ଜାରି ରହିଛି। ସକାଳ ୮ଟା ରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗୁରୁବାର ପୂର୍ବାହ୍ନ ୧୧ଟା ୩୦ ସୁଦ୍ଧା...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌

ଭୁବନେଶ୍ୱର,୨୫।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌। ବେଲପାହାଡ଼ ଗାନ୍ଧି ଛକ ଆମ୍ବଝର ନିକଟ ଭଡ଼ା ଘର ପରିସରରେ ଡ୍ରୋନ୍‌ ପଡିଥିବା ସୂଚନା...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri