ଗଞ୍ଜାମ ଜିଲା ବାଲ୍ୟବିବାହ ମୁକ୍ତ

ଛତ୍ରପୁର,୪।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବାଲ୍ୟବିବାହ ମୁକ୍ତ ଘୋଷଣା ହୋଇଛି। ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଏହି ଘୋଷଣା କରିଛନ୍ତି। ଏଥିପାଇଁ କାର୍ଯ୍ୟ କରିଥିବା ସମସ୍ତ ବ୍ୟକ୍ତି ବିଶେଷଙ୍କୁ ଜିଲାପାଳ ଶୁଭେଚ୍ଛା ଜଣାଇବା ସହ ଧନ୍ୟବାଦ ଦେଇଛନ୍ତି। ଏଥିସହ ଏଣିକି ବାଲ୍ୟବିବାହ ପ୍ରଥମ ସୂଚନା ପ୍ରଦାନକାରୀଙ୍କୁ ୫ ହଜାର ବଦଳରେ ପଚାଶ ହଜାର ଟଙ୍କା ଦିଆଯିବ ବୋଲି ଜିଲାପାଳ ଘୋଷଣା କରିଛନ୍ତି।
ଗଞ୍ଜାମରେ ‘ନିର୍ଭୟା କଢି’ ଯୋଜନାର କାର୍ଯ୍ୟକାରିତା ପରେ ତଳସ୍ତରରୁ କମିଟି ଗଠନ କରାଯାଇ ଯୋଜନାର ସଫଳ ରୂପାୟନ ନିମନ୍ତେ ସଚେତନତାମୂଳକ ପଦକ୍ଷେପ ନିଆଯାଇଥିଲା। ବାଲ୍ୟ ବିବାହ ରୋକିବା ପାଇଁ ଅନେକଗୁଡିଏ ଦୃଷ୍ଟାନ୍ତମୂଳକ ପଦକ୍ଷେପ ଗ୍ରହଣ କରାଯାଇଥିଲା I ଗ୍ରାମ ପଞ୍ଚାୟତ ଏବଂ ବିଜ୍ଞାପିତ ଅଞ୍ଚଳ ସ୍ତରରେ ସରପଞ୍ଚଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅଙ୍ଗନଓ୍ବାଡି କର୍ମୀ, ଆଶା କର୍ମୀ ଏବଂ ସହାୟିକାମାନଙ୍କୁ ନେଇ କମିଟି ଗଠନ କରାଯାଇଥିଲା। ସେହି କମିଟିର ସର୍ଭେ ରିପୋର୍ଟକୁ ଆଧାର କରି ବ୍ଲକସ୍ତରରେ ପୁଣି ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର, କାର୍ଯ୍ୟନିର୍ବାହୀ ଅଧିକାରୀ, ଜ଼ିଲା ଶିଶୁ ବିକାଶ ଯୋଜନା ଅଧିକାରୀ ଏବଂ ସମନ୍ବିତ ଶିଶୁ ବିକାଶ ଯୋଜନା ଅଧିକାରୀ ସତ୍ୟାସତ୍ୟ ଯାଞ୍ଚ କରି ଜିଲାସ୍ତରରେ ଗ୍ରାମ ଓ ସହରାଞ୍ଚଳର ଓ୍ବାର୍ଡଗୁଡିକୁ ବାଲ୍ୟବିବାହ ମୁକ୍ତ ଘୋଷଣା କରିବା ସକାଶେ ରିପୋର୍ଟ ଉପସ୍ଥାପନ କରିଥିଲେ I ଗତ ଦୁଇବର୍ଷ ମଧ୍ୟରେ ବିଭିନ୍ନ ସ୍ତରରେ ୧୪,୪୨୨ଟି ବୈଠକ ହୋଇଛି I ନିର୍ଭୟା କଢି ଯୋଜନା କାର୍ଯ୍ୟକାରୀ ପରେ ୨୦୧୯ରେ ୪୫ଟି, ୨୦୨୦ରେ ୨୨୮ଟି ଏବଂ ୨୦୨୧ରେ ୨୦୧ ବାଲ୍ୟ ବିବାହକୁ ରୋକା ଯାଇପାରିଥିଲା I ବର୍ତ୍ତମାନ ଜିଲାରେ ୩,୩୦୯ଟି ଗ୍ରାମ, ସହରାଞ୍ଚଳର ୨୮୦ଟି ୱାର୍ଡ ଏବଂ ୫୦୩ ପଞ୍ଚାୟତ ବାଲ୍ୟବିବାହ ମୁକ୍ତ ବୋଲି ଜିଲାପାଳ କୁଲାଙ୍ଗେ ଘୋଷଣା କରିଛନ୍ତି। ଆଗାମୀ ଦିନରେ ଝିଅମାନଙ୍କୁ ବୃତ୍ତିଗତ ପରାମର୍ଶ ଦିଆଯିବ ବୋଲି ମଧ୍ୟ କହିଛନ୍ତି। ଜିଲାପାଳଙ୍କ ଘୋଷଣା ସମୟରେ ଅତିରିକ୍ତ ଜ଼ିଲାପାଳ ଲିନା କୁମାରୀ ଖେସ, ଜିଲା ସମାଜ କଲ୍ୟାଣ ଅଧିକାରୀ ସୁରେଖା ସୁନ୍ଦରୀ ମଲ୍ଲିକ, ଅତରିକ୍ତ ଜିଲା ସମାଜ ମଙ୍ଗଳ ଅଧିକାରୀ ସାଧନ ଚନ୍ଦ୍ର ଦାସ, ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରବି ନାରାୟଣ ଅଧିକାରୀ, ଜିଲା ଶିଶୁ ବିକାଶ ଅଧିକାରୀ ସୁବୋଧ କୁମାର ଷଢଙ୍ଗୀ, ଆକ୍ସନ ଏଡର ଜିଲା ସଂଯୋଜକ ଦେବବ୍ରତ ମାହୁନ୍ତ
ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ଗୁଡାରି ଏନଏସିକୁ ମିଳିବ ୨ କୋଟି ଟଙ୍କାର ପୁରସ୍କାର

ଗୁଡାରି,୨୪/୮(ପ୍ରମୋଦ କୁମାର ପତି): ଆସନ୍ତା ଅଗଷ୍ଟ ୩୧ ତାରିଖରେ ସ୍ବାୟତ୍ତ ଶାସନ ଦିବସ ପାଳନ ସମାରୋହରେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(OUAT), ଭୁବନେଶ୍ୱରର ‘କୃଷି ଶିକ୍ଷା…

ନିଖୋଜ ନାବାଳିକା ଉଦ୍ଧାର: ସିଡ଼ବ୍ଲ୍ୟୁସିରେ ହାଜର କଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକା ଗତ ଜୁଲାଇ ୪ ତାରିଖରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିଲେ।…

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼

ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri