ପ୍ରସୂତି ସହ ନବଜାତକଙ୍କ ମୃତ୍ୟୁ ଘଟଣା: ନର୍ସିଂହୋମ ସିଲ୍‌ କଲା ଜିଲା ସ୍ବାସ୍ଥ୍ୟ ବିଭାଗ 

ଦିଗପହଣ୍ଡି,୮।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡରେ ଥିବା ସାହାରା ନର୍ସିଂହୋମରେ ତ୍ରୁଟିପୂର୍ଣ୍ଣ ଅସ୍ତ୍ରୋପଚାର ଯୋଗୁ ଗତ ମେ’ ୧୧ ତାରିଖ ବିଳମ୍ବିତ ସାରେ ଜଣେ ପ୍ରସୂତି ଏବଂ ନବଜାତକ ଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଥିଲା। ଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନଙ୍କ ନିର୍ଦ୍ଦେଶକ୍ରମେ ଶୁକ୍ରବାର ସାନଖେମୁଣ୍ଡି ତହସିଲଦାର ତଥା ଏକଜିକ୍ୟୁଟିଭ ମାଜିଷ୍ଟ୍ରେଟ ରାମଚନ୍ଦ୍ର ପଟ୍ଟନାୟକଙ୍କ ଉପସ୍ଥିତିରେ ଗଞ୍ଜାମ ଜିଲା ଅତିରିକ୍ତ ଚିକିତ୍ସାଧିକାରୀ, ଡ୍ରଗସ ଇନ୍ସପେକ୍ଟର, ଦିଗପହଣ୍ଡି ପୋଲିସ ଟିମ ଉପସ୍ଥିତିରେ ଉକ୍ତ ନର୍ସିଂ ହୋମକୁ ସିଲ କରାଯାଇଥିବା ଜଣାପଡିଛି।
ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମ ନିକଟ ସିଙ୍ଗପୁରର ମାଗୁଣି ନାୟକଙ୍କ ଝିଅ ରୋଜି ପ୍ରାୟ ବର୍ଷକ ପୂର୍ବେ ପାଟପୁର ଥାନା କରାଖଣ୍ଡି ଗ୍ରାମର ଉଦୟ ନାୟକଙ୍କ ପୁଅ ବାବୁ ନାୟକଙ୍କୁ ବିବାହ କରିଥିଲେ। ବାବୁ ଗୁଜୁରାଟ ବରୋଦା ସ୍ଥିତ ଏକ ଘରୋଇ କମ୍ପାନୀରେ କାମ କରନ୍ତି। ରୋଜି ଗର୍ଭବତୀ ହେବା ପରେ ସିଙ୍ଗପୁର ଗ୍ରାମର ବାପଘରେ ରହୁଥିଲେ। ସେ ପ୍ରାୟ ୯ ମାସର ଗର୍ଭବତୀ ଥିଲେ। ମେ’ ୧୧ ତାରିଖ ମଧ୍ୟାହ୍ନରେ ପେଟରେ ଯନ୍ତ୍ରଣା ହେବାରୁ ବାପଘର ଲୋକେ ତାଙ୍କୁ ଉକ୍ତ ନର୍ସିଂ ହୋମରେ ଭର୍ତ୍ତି କରିଥିଲେ। ସେଠାରେ ତାଙ୍କ ଅଲଟ୍ରା ସାଉଣ୍ଡ କରାଯାଇଥିଲା। ଅପରାହ୍ନରେ ପ୍ରସବ ବେଦନା ଅଧିକ ହେବାରୁ ଉପସ୍ଥିତ ନର୍ସିଂହୋମ କର୍ମଚାରୀ ତାଙ୍କ ପ୍ରସବ କରାଇବା ପାଇଁ ରୋଜିଙ୍କ ପରିବାରଲୋକଙ୍କୁ କହିଥିଲେ। ସେଠାରେ ଅପରାହ୍ନ ପ୍ରାୟ ସାଢ଼େ ୪ଟାରେ ତାଙ୍କୁ ପ୍ରସବ ପାଇଁ ନର୍ସିଂହୋମ ର ଅପରେସନ ଥିଏଟରକୁ ନିଆଯାଇଥିଲା। ସନ୍ଧ୍ୟା ପ୍ରାୟ ୬ ଟାରେ ଜଣେ ମହିଳା ସ୍ବାସ୍ଥ୍ୟ କର୍ମଚାରୀ ବାବୁଙ୍କ ଶାଶୁ ମମତା ନାୟକଙ୍କୁ ଡାକି ତାଙ୍କୁ ଏକ ମୃତ ଶିଶୁପୁତ୍ର ଦେଇଥିଲେ। ରାତି ପ୍ରାୟ ୧୦ ଟାରେ ରୋଜିଙ୍କ ମୃତ୍ୟୁ ଘଟିଥିଲେ ମଧ୍ୟ ନର୍ସିଂହୋମ କର୍ତ୍ତୃପକ୍ଷ ରୋଜିଙ୍କ ପରିବାର ଲୋକଙ୍କୁ ନ ଜଣାଇ ତାଙ୍କ ଅବସ୍ଥା
ସଙ୍କଟାପନ୍ନ ଥିବା ଦର୍ଶାଇ ୧୦୨ ଆମ୍ବୁଲାନ୍ସ ଡ଼କାଇ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇ ଦେଇଥିଲେ। ପରେ ଅଧିକ ଚିକିତ୍ସା ପାଇଁ ତାଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଉପସ୍ଥିତ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ନର୍ସିଂହୋମରେ କୌଣସି ଡ଼ାକ୍ତରଙ୍କ ଅନୁପସ୍ଥିତିରେ ଅନଭିଜ୍ଞ କର୍ମଚାରୀଙ୍କ ଦ୍ୱାରା ତାଙ୍କ ସ୍ତ୍ରୀଦ୍‌ଙ୍କ ତ୍ରୁଟିପୂର୍ଣ୍ଣ ଅସ୍ତ୍ରୋପଚାର କରାଯାଇଥିବା କାରଣରୁ ତାଙ୍କ ମୃତ୍ୟୁ ଘଟିଥିଲା। ଘଟଣାରେ ସମ୍ପୃକ୍ତ ଥିବା ନର୍ସିଂହୋମ ମାଲିକ, ଅପରେସନ କରିଥିବା ନର୍ସିଂହୋମର ଡାକ୍ତର, ମହିଳା ସ୍ବାସ୍ଥ୍ୟ କର୍ମୀ, ଆଶା କର୍ମୀ ପ୍ରମୁଖଙ୍କ ଅବହେଳାରୁ ତାଙ୍କ ସ୍ତ୍ରୀ ଓ ଛୁଆଙ୍କ ମୃତ୍ୟୁ ଘଟିଥିବା ବାବୁ ଦିଗପହଣ୍ଡି ଥାନାରେ ଏତଲା ଦେଇଥିଲେ। ଏତଲାକୁ ଭିତ୍ତିକରି ଭାରପ୍ରାପ୍ତ ଆଇଆଇସି ତଥା ଡିଏସ୍‌ପି ପ୍ରଶାନ୍ତ କୁମାର ପାତ୍ର ଥାନା ମାମଲା ନଂ.୧୭୪/୨୫ ଅନୁଯାୟୀ ମକଦ୍ଦମା ରୁଜୁ କରି ତଦନ୍ତ ଚଳାଇଥିଲେ। ଏହି ମାମଲାରେ ସମ୍ପୃକ୍ତ ଡେଙ୍ଗାଓସ୍ତା ଗ୍ରାମ ସରକାରୀ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ମହିଳା ସ୍ବାସ୍ଥ୍ୟକର୍ମୀ ଭାବେ କାର୍ଯ୍ୟ କରୁଥିବା ବ୍ରହ୍ମପୁର ବୈଦ୍ୟନାଥପୁର ଥାନା ବୈକୁଣ୍ଠ ନଗର ୪ର୍ଥ ଲେନରେ ରହୁଥିବା ମଧୁ ଓରଫ ମଧୁସ୍ମିତା ପଟ୍ଟନାୟକଙ୍କୁ ଗତ ମେ ୧୯ ତାରିଖରେ ଗିରଫ କରି କୋର୍ଟ ଚାଲାଣ କରିଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟାମନ୍ଦିରର ବାର୍ଷିକୋତ୍ସବ: ଯୋଗଦେଲେ ଏନ୍‌ଏସି ଅଧ୍ୟକ୍ଷ

ଦିଗପହଣ୍ଡି,୨୦।୩(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ ୱାର୍ଡ ଗଡ଼ ଚୈତନ୍ୟପୁର ଶାସନ ସାହିସ୍ଥିତ ସ୍ବାମୀ ଚେତନାନନ୍ଦ ସାରସ୍ବତ ବିଦ୍ୟାମନ୍ଦିରର ୧୫ତମ ବାର୍ଷିକୋତ୍ସବ ଏବଂ…

ଭାରତ ପାଖରେ ମାତ୍ର ୯ ଦିନର ତେଲ ରିଜର୍ଭ ଅଛି, ମୋଦି ଖୋଲାଖୋଲି କୁହନ୍ତୁ ଯୁଦ୍ଧ ଭୁଲ୍‌; ବର୍ଷିଲେ ଓଓ୍ବାଇସି…

ହାଇଦ୍ରାବାଦ,୨୦।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ଏବଂ ଏହାର ପ୍ରଭାବକୁ ନେଇ AIMIM ମୁଖ୍ୟ ଅସଦୁଦ୍ଦିନ ଓୱାଇସି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ତୀବ୍ର ସମାଲୋଚନା କରିଛନ୍ତି।…

ହନୁମାନ ମନ୍ଦିରରେ ହିନ୍ଦୁ ନବବର୍ଷ ପାଳିତ

ହାଟଡ଼ିହୀ,୨୦ା୩(ଶୁଭକାନ୍ତ ନାୟକ): ରାଷ୍ଟ୍ରୀୟ ସେବିକା ସମିତି ପକ୍ଷରୁ କେନ୍ଦୁଝର ଜିଲା ହାଟଡ଼ିହୀ ହନୁମାନ ମନ୍ଦିର ପ୍ରାଙ୍ଗଣରେ ହିନ୍ଦୁ ନବବର୍ଷ ଗୁରୁବାର ପାଳନ ହୋଇଯାଇଛି। ଉପସ୍ଥିତ ସେବିକାମାନେ ପତାକା…

ଖୋଲିଲା ତାରାତାରିଣୀ ମନ୍ଦିରର ଦାନହୁଣ୍ଡି: ମିଳିଲା ସୁନା,ରୁପା ଅଳଙ୍କାର ସହ ୭ ଲକ୍ଷ ୮୦ ହଜାର ଟଙ୍କା

ପୁରୁଷୋତ୍ତମପୁର,୨୦ା୩ (ସବିତା ମିଶ୍ର):ଗଞ୍ଜାମ ଜିଲାର ଇଷ୍ଟ ଦେବୀ ମା’ ତାରାତାରିଣୀ ମନ୍ଦିର ଦାନ ହୁଣ୍ଡି ଶୁକ୍ରବାର ଖୋଲାଯାଇ ଗଣତି ହୋଇଛି। ହୁଣ୍ଡିରୁ ସୁନା,ରୁପା ଅଳଙ୍କାର ସହ ୭…

ଥୁଆମୂଳରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳରାମପୁର, ୨୦ା୩ (ଦୁର୍ଗା ଦୁର୍ଗା): କଳାହାଣ୍ଡି ଜିଲା  ଥୁଆମୂଳରାମପୁର ବ୍ଲକ ଅଞ୍ଚଳରେ ଗତ ମଙ୍ଗଳବାରଠାରୁ ଜାରି ରହିଥିବା ପ୍ରଳୟଙ୍କରୀ କାଳବୈଶାଖୀ ଜନଜୀବନକୁ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ କରିଦେଇଛି। ତୁହାକୁ…

ଜମିପଟ୍ଟା ପ୍ରଦାନ ଦାବିରେ ତହସିଲ କାର୍ଯ୍ୟାଳୟ ଘେରାଉ: ବିକ୍ଷୋଭ

ମୋହନା,୨୦ା୩(ମନ୍ମଥ ମିଶ୍ର): ବିଭିନ୍ନ ଦାବି ନେଇ ଶୁକ୍ରବାର ଅଲ ଇଣ୍ଡିଆ ମୂଳ ନିବାସୀ ସଂଘ ପକ୍ଷରୁ ମୋହନାରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ହାଇସ୍କୁଲ ଛକରୁ ମୁଖ୍ୟ ବଜାର…

ଆଇପିଏଲ୍‌ ୨୦୨୬: ଚାମିରା, ନିସାଙ୍କା, କାମିନ୍ଦୁ ମେଣ୍ଡିସଙ୍କୁ ମିଳିଲା ଏନ୍‌ଓସି

କଲମ୍ବୋ, ୨୦ା୩: ଆଇପିଏଲ୍‌-୨୦୨୬ରେ ଅଂଶଗ୍ରହଣ କରିବା ପାଇଁ ଶ୍ରୀଲଙ୍କା କ୍ରିକେଟ(ଏସ୍‌ଏଲ୍‌ସି) ଶୁକ୍ରବାର ଦୁଷ୍ମନ୍ତ ଚାମିରା, ପାଥୁମ ନିସାଙ୍କା ଓ କାମିନ୍ଦୁ ମେଣ୍ଡିସଙ୍କୁ ନୋ ଅବ୍‌ଜେକ୍ସନ ସାର୍ଟିଫିକେଟ (ଏନ୍‌ଓସି)…

ଠାକୁର ମଦନ ମୋହନଙ୍କ ଜାଗା ଜବର ଦଖଲ: ଦୁଇବର୍ଷ ପରେ ଆସିଲା ରାୟ

ଗଞ୍ଜାମ,୨୦ା୩(ବିଦ୍ୟାଧର ସାହୁ): ଗଞ୍ଜାମ ସହରସ୍ଥିତ ବ୍ରାହ୍ମଣ ଢମଣା ସାହିରେ ପୂୂଜା ପାଉଥିବା ଶ୍ରୀମଦନ ମୋହନଙ୍କ ବଡ଼ବଜାରଠାରେ ଥିବା ଜାଗାକୁ ଦୀର୍ଘବର୍ଷ ହେଲା ଏକ ପରିବାର ଜବରଦଖଲ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri