ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ଗଞ୍ଜାମ ଜିଲା ପୁଣି ରାଜ୍ୟରେ ପ୍ରଥମ

ଛତ୍ରପୁର, ୨୯/୧୦(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ)- ଗଞ୍ଜାମ ଜିଲାକୁ ପୁଣିଥରେ ଜିଲା ବିପର୍ଯ୍ୟୟ ପରିଚାଳନା ଯୋଜନା ପ୍ରସ୍ତୁତ କ୍ଷେତ୍ରରେ ରାଜ୍ୟରେ ପ୍ରଥମ ସ୍ଥାନ ଅଧିକାର କରି ପୁରସ୍କୃତ ହୋଇଛି। ଓଡିଶା ରାଜ୍ୟ ବିପର୍ଯ୍ୟୟପରିଚାଳନା କର୍ତ୍ତୃପକ୍ଷଙ୍କ ଦ୍ୱାରା ଭୁବନେଶ୍ୱର ରବୀନ୍ଦ୍ର ମଣ୍ଡପ ଠାରେ ଆୟୋଜିତ ଓଡ଼ିଶା ବିପର୍ଯ୍ୟୟ ପ୍ରସ୍ତୁତି ଦିବସ,୨୦୨୩ ପାଳନ ଅବସରରେ ଗଞ୍ଜାମ ଜିଲାକୁ ତିନିଗୋଟି ପୁରସ୍କାର ମିଳିଛି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶୁଭେଚ୍ଛା ବାର୍ତ୍ତା ପରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁଦାମ ମାଣ୍ଡିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା, ସ୍ୱତନ୍ତ୍ର ରିଲିଫ କମିଶନର ଏବଂ ଅତିରିକ୍ତ ମୁଖ୍ୟ ଶାସନ ସଚିବ ,ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ସତ୍ୟବ୍ରତ ସାହୁ, ବିଶ୍ଵ ବ୍ୟାଙ୍କ ଦେଶ ନିର୍ଦେଶକ ଅଗସ୍ତ ଟାନୋ କୌଆମେ ଓ ମାନ୍ୟଗଣ୍ୟ ବ୍ୟକ୍ତିଙ୍କ ଉପସ୍ଥିତରେ ଏହି ପୁରସ୍କାର ପ୍ରଦାନ କରାଯାଇଛି ।

ଗଞ୍ଜାମ ଜିଲାପାଳ ଦିବ୍ୟ ଜ୍ୟୋତି ପରିଡା ଙ୍କ ନିର୍ଦେଶ କ୍ରମେ ଜିଲ୍ଲାରୁ ପୁରସ୍କାର ଗ୍ରହଣ କରିବା ନିମନ୍ତେ ଅତିରିକ୍ତ ଜିଲାପାଳ ପ୍ରିୟ ରଞ୍ଜନ ପୃଷ୍ଟି,ଙ୍କ ସହିତ ଗଞ୍ଜାମ ପଞ୍ଚାୟତ ସମିତି ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନ, ପୁରୁଷୋତ୍ତମପୁର ଗୋଷ୍ଠି ଉନ୍ନୟନ ଅଧିକାରୀ ମନୋଜ କୁମାର ନାୟକ,ଗଞ୍ଜାମ ଗୋଷ୍ଠୀ ଉନ୍ନୟନ ଅଧିକାରୀ ବସନ୍ତ କୁମାର ମଲ୍ଲିକ, ଅନ୍ତ୍ରରିଗାଁ ବାତ୍ୟା ଆଶ୍ରୟ ସ୍ଥଳର ସଭାପତି ମାମି ପରିଡ଼ା, ସଂପାଦକ ଟୁକୁନା ସ୍ବାଇଁ ରାଜ୍ୟ ସ୍ତରୀୟ ଉତ୍ସବରେ ଯୋଗଦେଇ ପୁରସ୍କାର ଗ୍ରହଣ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ଖଳିଆପାଲି ଛକ ବୁଲାଣିରେ କେମିକାଲ ବୋଝେଇ ଟ୍ୟାଙ୍କର ଲିକେଜ, ଲୋକେ ଭୟଭୀତ…

ଜୁନାଗଡ଼,୨୮।୩(ସୁନୀଲ କୁମାର ସିଂହ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଖଳିଆପାଲି ଛକ ବୁଲାଣି ଠାରେ ଶନିବାର ସନ୍ଧ୍ୟାରେ ଏକ କେମିକାଲ ବୋଝେଇ ଟ୍ୟାଙ୍କରରୁ ହଟାତ ଗ୍ୟାସ ଲିକେଜ ହୋଇଥିଲା।…

ଶୈବପୀଠ ନିକଟରେ ଅଘଟଣ, ବଜ୍ରପାତରେ ଚାଲିଗଲା ଯୁବତୀଙ୍କ ଜୀବନ, ହଠାତ ଘରୁ…

ଦିଗପହଣ୍ଡି, ୨୮।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଚାଞ୍ଚଡାପଲ୍ଲୀ ଗ୍ରାମର ଜଣେ ଯୁବତୀଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ମୃତ ଯୁବତୀଜଣକ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri