ଗଞ୍ଜାମ ଜିଲାସ୍ତରୀୟ ଖୋ’ ଖୋ’ ପ୍ରତିଯୋଗିତା: ବାଳିକାରେ ଚିକିଟି-ବାଳକରେ ସାନଖେମୁଣ୍ଡି ଚାମ୍ପିଅନ୍‌, ପ୍ରଥମ ଥର ଲାଗି…

ଗଞ୍ଜାମ,୧୭।୧୦(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାସ୍ତରୀୟ ଖୋ’ଖୋ’ ଚାମ୍ପିୟାନଶିପ ୨୦୨୫ ପ୍ରତିଯୋଗିତା ଗୁରୁବାର ଅପରାହ୍ନରେ ଭାରତୀ ବିଦ୍ୟାପୀଠ ମିନି ଷ୍ଟାଡିଅମରେ ଆରମ୍ଭ ହୋଇଛି । ଆଜି ଦ୍ୱିତୀୟ ଦିନରେ ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ଅନୁଷ୍ଠାନିକ ଭାବେ ଜିଲ୍ଲା ସ୍ତରୀୟ ପ୍ରତିଯୋଗିତାର ଶୁଭାରମ୍ଭ କରିଛନ୍ତି । ୧୭ ବର୍ଷରୁ କମ ବାଳିକା ବିଭାଗରେ ଚିକିଟି ବ୍ଲକ ଏବଂ ବାଳକ ବିଭାଗରେ ସାନଖେମୁଣ୍ଡି ବ୍ଲକ ଚମ୍ପିୟାନ ହୋଇଛି । ଦୁଇ ଚମ୍ପିୟାନ ଟିମ ଆସନ୍ତା ରାଜ୍ୟସ୍ତରୀୟ ପ୍ରତିଯୋଗିତାରେ ଖେଳିବେ ବୋଲି ବ୍ଲକ ଶିକ୍ଷା ବିଭାଗ ପକ୍ଷରୁ କୁହା ଯାଇଛି l ଏହି ଅବସରରେ ଏକ ସଭା ଅନୁଷ୍ଠିତ ହୋଇଥିଲା । ଏନଏସି ଅଧକ୍ଷା ପ୍ରତିଭା ପlଢି, ଦିଗପହଣ୍ଡି ବିଇଓ ଶଙ୍କର ନାରାୟଣ ବେଜ, ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ ବିନିତା ମିଶ୍ର,ଏବିଇଓ ସଂଯୁକ୍ତା ଦାସ ପ୍ରମୁଖ ଉପସ୍ଥିତ ଥିଲେ l ଜିଲାର ୨୨ ବ୍ଲକର ବିଭିନ୍ନ ସ୍କୁଲର ୧୪ ବର୍ଷରୁ ୧୭ ବର୍ଷ କମ ବାଳିକା/ବାଳକଙ୍କୁ ନେଇ ୯୫ ଟି ଦଳର ୪୮୪ ଛାତ୍ରୀଛାତ୍ର ଏହି ଜିଲାସ୍ତରୀୟ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିଛନ୍ତି l ପ୍ରତ୍ୟେକ ଦିନ ୪୨ ଟି ଲେଖାଏ ମ୍ୟାଚ୍‌ ତିନି ଦିନ ଧରି ଅନୁଷ୍ଠିତ ହେବ। ଏଥିପାଇଁ ପାଞ୍ଚଟି ପିଚ ପ୍ରସ୍ତୁତ କରାଯାଇଛି । ପ୍ରଥମ ଥର ପାଇଁ ଏହି ବ୍ଲକରେ ଖୋ ଖୋ ପ୍ରତିଯୋଗିତା ଅନୁଷ୍ଠିତ ହେଉଥିବା ବେଳେ ପ୍ରଥମ ଥର ପାଇଁ ଖୋ ଖୋ ଭଳି ପ୍ରତିଯୋଗିତା ଫ୍ରଡ ଲାଇଟ୍‌ରେ ଅନୁଷ୍ଠିତ ହେଉଛି l ଏହାକୁ ଜିଲା ଶିକ୍ଷାଧିକାରୀ ଅଜୟ କୁମାର ପତ୍ର,ଶାରୀରିକ ଶିକ୍ଷା ନିରୀକ୍ଷକ ଭାଗିରଥି ସ୍ବାଇଁ ଡିଡିଓ ସୁଚିତ୍ରା ପାଣିଗ୍ରାହୀ, ଭାରତୀ ବିଦ୍ୟlପୀଠ କ୍ରୀଡା ଶିକ୍ଷକ ପ୍ରୀତି ରଞ୍ଜନ ପ୍ରଧାନ, ପିଇଟି ସୀତାରାମ ବ୍ୟବର୍ତ୍ତlଙ୍କ ସମେତ ସମସ୍ତ ପିଇଟି, ସିଆର୍‌ସିସି, ପ୍ରଧାନ ଶିକ୍ଷକମାନେ ସହଯୋଗ ପରିଚାଳନା କରୁଛନ୍ତି । ଶନିବାର ଏହି ପ୍ରତିଯୋଗିତା ଶେଷ ହେବ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

LPG ଅଭାବ ମଧ୍ୟରେ ଆହୁରି କଡ଼ାକଡ଼ି ହେଲା ନିୟମ: ବୁକିଂ ସମୟସୀମା ବଢିଲା, ଏଣିକି ଏତେ ଦିନ କରିବାକୁ ପଡିବ ଅପେକ୍ଷା

ନୂଆଦିଲ୍ଲୀ,୨୫।୩: ଏଲପିଜି ସିଲିଣ୍ଡରର ଅଭାବ ମଧ୍ୟରେ, ଗ୍ୟାସ କମ୍ପାନୀଗୁଡ଼ିକ ସେମାନଙ୍କର ବୁକିଂ ନିୟମରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛନ୍ତି। ଗ୍ରାହକମାନଙ୍କୁ ସେମାନଙ୍କର ପରବର୍ତ୍ତୀ ସିଲିଣ୍ଡର ବୁକ୍‌ କରିବା ପାଇଁ…

ଦେଶବାସୀଙ୍କ ପାଇଁ ଖୁସିଖବର: ଯୁଦ୍ଧ ମଧ୍ୟରେ ଏହି ୫ ବଡ଼ ନିଷ୍ପତ୍ତି ନେଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ,୨୫।୩: ପଶ୍ଚିମ ଏସିଆରେ ଇରାନ, ଇସ୍ରାଏଲ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଭାରତ ସରକାର ଦେଶର ଅର୍ଥନୀତି ଏବଂ ସାଧାରଣ ଜନତାଙ୍କୁ ଏହାର ପ୍ରତିକୂଳ…

‘ଯୁଦ୍ଧ ମଧ୍ୟରେ ଆମେରିକାକୁ ମୂଲ୍ୟବାନ ଉପହାର ପଠାଇଲା ଇରାନ’, ଟ୍ରମ୍ପଙ୍କ ବଡ଼ ସୂଚନା, ସାରା ବିଶ୍ୱ ଚକିତ

ଓ୍ବାଶିଂଟନ୍‌,୨୫।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଦାବି କରିଛନ୍ତି ଯାହା ସମଗ୍ର ବିଶ୍ୱକୁ ଚକିତ କରିଦେଇଛି। ଟ୍ରମ୍ପ କହିଛନ୍ତି ଯେ…

ଏପ୍ରିଲ ୬ରୁ ସକାଳୁଆ କୋର୍ଟ

କଟକ,୨୫।୩(କୁମାରଶ୍ରୀ): ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆସନ୍ତା ଏପ୍ରିଲ ୬ରୁ ରାଜ୍ୟର ସମସ୍ତ ଜିଲା ଓ ଅଧୀନସ୍ଥ ଅଦାଲତ ସକାଳୁଆ ହେବ। ମଙ୍ଗଳବାର ଏ ନେଇ ହାଇକୋର୍ଟ…

ଆମେରିକା, ଇସ୍ରାଏଲ-ଇରାନ ଯୁଦ୍ଧ ଶେଷ କରିବାକୁ ଅଣ୍ଟା ଭିଡ଼ିଲା ପାକିସ୍ତାନ, କିଏ କିଏ ବୈଠକରେ ଯୋଗଦେବେ, ଜାଣନ୍ତୁ…

ନୂଆଦିଲ୍ଲୀ,୨୫।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ପଷ୍ଟ ଭାବରେ ସୂଚିତ କରିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧ ସମାପ୍ତ କରିବା ପାଇଁ ଆଲୋଚନା ପାକିସ୍ତାନରେ…

ଡ୍ରଗ୍ସ ବେପାର ସନ୍ଦେହରେ ଚଢ଼ାଉ କରିଥିଲା ପୋଲିସ, ଘରୁ ମିଳିଲା… ଦେଖିକି ପୋଲିସ ତାଜୁବ

ଉଦଳା,୨୫।୩(ସନ୍ତୋଷ ବାଞ୍ଛିନୀ): ଆଳୁ ଖୋଳୁ ଖୋଳୁ ବାହାରିଲେ ମହାଦେବ। ଘରୁ ମିଳିଲା ବିଡା ବିଡା ଟଙ୍କା ଆଉ ଚୋରା ବିଦେଶୀ ମଦ। ଡ୍ରଗ୍ସ ବେପାର ସନ୍ଦେହରେ ପୋଲିସ…

ନଈକେରା ବାଲିଘାଟ ଟେଣ୍ଡର ନ କରିବାକୁ ଜିଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ

କୋରାପୁଟ,୨୪ା୩(ଅମିତାଭ ବେହେରା): କୋରାପୁଟ ଜିଲା କୁନ୍ଦୁରା ବ୍ଲକ ଭୁସଙ୍ଗଗୁଡ଼ା ପଞ୍ଚାୟତ ନଇକେରା ନଦୀଘାଟରୁ ବାଲି ଉଠାଣ ପାଇଁ ଖଣି ବିଭାଗ ପକ୍ଷରୁ ଟେଣ୍ଡର ନ କରିବାକୁ ଗ୍ରାମବାସୀ…

ଫସିଗଲେ ଟ୍ରମ୍ପ, ଆହୁରି ଲମ୍ବିପାରେ ଯୁଦ୍ଧ, ଭୟଙ୍କର ଚେତାବନୀ ଦେଲେ ବିଶେଷଜ୍ଞ, କହିଲେ…

ଓ୍ବାଶିଂଟନ୍‌,୨୫।୩: ଚିକାଗୋ ବିଶ୍ୱବିଦ୍ୟାଳୟର ପ୍ରଫେସର ରବର୍ଟ ପେପ କହିଛନ୍ତି ଯେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୂର୍ବରୁ ଏକ ଫାଶରେ ଫସି ଯାଇଛନ୍ତି। ତାଙ୍କ କହିବା ଅନୁସାରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri