ସ୍ପଷ୍ଟ କଲେ ଗଞ୍ଜାମ ଜିଲାପାଳ: କୋଭିଡ ନିୟମରେ ହେବ ତାରାତାରିଣୀ ଯାତ୍ରା; ସେବାୟତଙ୍କ ହେବ କରୋନା ଟେଷ୍ଟ

ଛତ୍ରପୁର, ୧୨।୩(ଡି.ଏନ.ଏ.)- ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ତାରାତାରିଣୀ ଚୈତ୍ର ମଙ୍ଗଳବାର ଯାତ୍ରା କୋଭିଡ ଗାଇଡ୍‌ଲାଇନରେ ପାଳିତ ହେବ। ଏଥିପାଇଁ ସମସ୍ତ ସେବାୟତଙ୍କ କୋଭିଡ ଟେଷ୍ଟ ବାଧ୍ୟତାମୂଳକ କରାଯାଇଛି। ଶୁକ୍ରବାର ଛତ୍ରପୁରସ୍ଥିତ ଜ଼ିଲାପାଳଙ୍କ କାର୍ଯ୍ୟାଳୟରେ ଯାତ୍ରା ସମ୍ବନ୍ଧୀୟ ପ୍ରସ୍ତୁତି ନେଇ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ତେବେ ମାର୍ଚ୍ଚ ୩୦, ଏପ୍ରିଲ ୬, ୧୩, ୨୦ ଓ ୨୭ ତାରିଖ ମୋଟ ୫ଟି ମଙ୍ଗଳବାରରେ ମା’ଙ୍କ ଚୈତ୍ର ମେଳା ଅନୁଷ୍ଠିତ ହେବ। ଯାତ୍ରାକୁ ଅନ୍ୟ ଜିଲା କିମ୍ବା ଅନ୍ୟ ରାଜ୍ୟର ଜନସାଧାରଣ ନ ଆସିବା ପାଇଁ ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଇଛି। ଏହାଛଡ଼ା ପାହାଡ଼ ତଳେ ମୁଣ୍ଡନ କାର୍ଯ୍ୟ ହେବ। ଆବଶ୍ୟକ ପଡିଲେ ଜଣସାଧାରଣଙ୍କ କୋଭିଡ ଟେଷ୍ଟ ହେବ। ପାହାଡ଼ ଉପରକୁ କୌଣସି ଗାଡି ଛଡ଼ାଯିବ ନାହିଁ। ପ୍ରଶାସନ ପକ୍ଷରୁ ଗାଡି ବ୍ୟବସ୍ଥା ରହିବ। ଏଥିସହ ବିନା ମାସ୍କରେ ମନ୍ଦିରକୁ ଜନସାଧାରଣଙ୍କୁ ପ୍ରବେଶ ନିଷେଧ ବୋଲି ଜ଼ିଲାପାଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୌରାଷ୍ଟ୍ରରୁ ଖେଳିବେ ଜାଡେଜା

ରାଜକୋଟ,୯ା୧୦: ରଣଜୀ ଟ୍ରଫି ୨୦୨୬-୨୭ ସିଜନରେ ଛତିଶଗଡ଼ ବିପକ୍ଷ ଓପନିଂ ମ୍ୟାଚରେ ସୌରାଷ୍ଟ୍ର ପକ୍ଷରୁ ଭାରତ ଅଲ୍‌ରାଉଣ୍ଡର ରବୀନ୍ଦ୍ର ଜାଡେଜା ଖେଳିବେ। ଜୟଦେବ ଉନାଡକଟ ତାଙ୍କ ଅଧିନାୟକ…

୧୦୦ରୁ ଊର୍ଦ୍ଧ୍ୱ ଅଫିସକୁ ଅଗ୍ନିଶମ ବିଭାଗର କଡ଼ା ନୋଟିସ

ପାରଳାଖେମୁଣ୍ଡି,୯ା୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର କେତେକ ପ୍ରମୁଖ ସରକାରୀ କାର୍ଯ୍ୟାଳୟରେ ଅଗ୍ନି ର୍ନିବାପକ ଯନ୍ତ୍ର ନ ଥିବା ଅଭିଯୋଗ ହୋଇଛି। ତହସିଲ, ଜିଲା କୋଷାଗାର ଓ ନିବନ୍ଧକ…

ଗଞ୍ଜାମ କଲେଜ ଛାତ୍ର ସଂସଦ ନିର୍ବାଚନ: ବିଜୁ ଛାତ୍ର ଜନତା ଦଳ ସମର୍ଥିତ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

ଗଞ୍ଜାମ, ୯।୧୦ (ବିଦ୍ୟାଧର ସାହୁ): ଆସନ୍ତା ୧୫ ତାରିଖରେ ଗଞ୍ଜାମ କଲେଜରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ କଲେଜ ପରିସର ଚଳଚଞ୍ଚଳ ହୋଇଉଠିଛି।…

ଘରେ ପଶି ନଗଦ ଟଙ୍କା ଓ ସୁନା ଅଳଙ୍କାର ଚୋରି ମାମଲା: ଆସିଲା ବଡ଼ ରାୟ

ଦିଗପହଣ୍ଡି, ୯।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ପଦ୍ମନାଭପୁର ପଞ୍ଚାୟତର ଚୈତନ୍ୟପୁର ଗ୍ରାମର ଏନ୍‌. ରାଜିୟା ରେଡ୍ଡୀଙ୍କ ଘରୁ ନଗଦ ଟଙ୍କା,…

ନନ୍ଦିଗ୍ରାମରେ ଭାଜପାର ବଡ଼ ବିଜୟ, ତାମିଲନାଡୁରେ ବିଜୟଙ୍କ TVKର ଜଲୱା!

ନୂଆଦିଲ୍ଲୀ,୯ା୧୦: ଦେଶର ବିଭିନ୍ନ ସ୍ଥାନରେ ୫ଟି ବିଧାନସଭା ଏବଂ ଗୋଟିଏ ଲୋକ ସଭା ଆସନରେ ଉପନିର୍ବାଚନ ହୋଇଥିଲା । ଆଜି ଭୋଟ ଗଣତି ଚାଲିଥିବା ବେଳେ, ଟ୍ରେଣ୍ଡ…

ବଙ୍ଗୋପସାଗରରେ ୧୩ ତାରିଖ ବେଳକୁ ଲଘୁଚାପ!

ଭୁବନେଶ୍ୱର,୧୦।୯ ବଙ୍ଗୋପସାଗରରେ ଆସନ୍ତା ୧୩ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଥାଇଲ୍ୟାଣ୍ଡ ଉପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ…

ଚଳନ୍ତା ସ୍କୁଲ ବସ୍‌ରେ ନାଗସାପ, ଡ୍ରାଇଭରଙ୍କ ପାଦରେ ଗୁଡ଼ାଇ ହୋଇଯିବା ପରେ…

କେସିଙ୍ଗା,୯ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଓ ବଲାଙ୍ଗୀର ସୀମାନ୍ତରେ ଥିବା ସଇଁତଳା ବ୍ଲକର ବେଲଗାଁ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ନିୟୋଜିତ ଥିବା ବସ୍‌ ନଂ ଓ ୦୩-ଏନ, ୬୯୪୫ରେ…

LPG New Connection: ମିଳୁନି ନୂଆ ଗ୍ୟାସ କନେକ୍ସନ; ଆସିଲା ବଡ଼ ଅପଡେଟ୍‌, ଏମିତି କରିପାରିବେ ବୁକିଂ…

ନୂଆଦିଲ୍ଲୀ,୯।୧୦: ଆମେରିକା ଓ ଇରାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନାକୁ ଦୃଷ୍ଟିରେ ରଖି ୨୦୨୬ ମସିହାର ପ୍ରଥମ ତ୍ରୈମାସିକରେ ତୈଳ ବିପଣନ କମ୍ପାନୀଗୁଡ଼ିକ (OMCs) ଏକ ବଡ଼ ନିଷ୍ପତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?