ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ ଅବସ୍ଥାରେ ଅଫିସ ଆସୁଛନ୍ତି। ବିଡ଼ିଓ ଜିତେନ୍ଦ୍ର କୁମାର ମିଶ୍ର ଗୁରୁବାର ତାଙ୍କୁ ପ୍ରକୋଷ୍ଠକୁ ଡାକି ତାଗିଦ କରିବାରୁ ସେ ବିଡିଓଙ୍କ ନାଁରେ ପାଟପୁର ଥାନାରେ ଏତଲା ଦେଇଛନ୍ତି। ଏପିଓଙ୍କ କାର୍ଯ୍ୟକଳାପରେ ଅତିଷ୍ଠ ହୋଇ ବିଡିଓ ଏନେଇ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନଙ୍କୁ ଲିଖିତ ଭାବେ ଜଣାଇଛନ୍ତି। ପ୍ରଶାସନିକ ଉଚ୍ଚ ପଦାଧିକାରୀ ବୃନ୍ଦ ଘଟଣାର ତଦନ୍ତ ପାଇଁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ରାଜ୍ୟ ପଞ୍ଚାୟତରାଜ ଓ ପାନୀୟଜଳ ବିଭାଗ ର ଉଚ୍ଚ ପଦାଧିକାରୀ ବୃନ୍ଦ ଶନିବାର ବ୍ଲକ କାର୍ଯ୍ୟାଳୟରେ ପହଞ୍ଚି ସମସ୍ତ ନଥିପତ୍ର ଯାଞ୍ଚ କରି ଫେରିଥିବା ଜଣାପଡ଼ିଛି।
ବିଡିଓ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି ଯେ, ଅରୁଣ କୁମାର ସ୍ବାଇଁ ଗତ ପ୍ରାୟ ୫ ବର୍ରୁ ଊଦ୍ଧର୍‌ବ ହେଲା ବ୍ଲକ କାର୍ଯ୍ୟାଳୟରେ ଏପିଓ ଭାବେ ନିଯୁକ୍ତ ରହି ବିଭିନ୍ନ ଆପତ୍ତିଜନକ କାର୍ଯ୍ୟରେ ଲିପ୍ତ ରହୁଛନ୍ତି। ନିର୍ଦ୍ଧାରିତ ସମୟରେ ସେ ସରକାରୀ ନଥିପତ୍ର ଦାଖଲ କରୁ ନ ଥିବା କାରଣରୁ ଗୁରୁବାର ସେ ତାଙ୍କୁ ପ୍ରକୋଷ୍ଠକୁ ଡକାଇ କାରଣ ଜାଣିବାକୁ ଚାହିଁଥିଲେ। ମାତ୍ର ସେ ହଠାତ ଉତ୍ତେଜିତ ହୋଇ ତାଙ୍କୁ ଆସୌଜନ୍ୟ ବ୍ୟବହାର ପ୍ରଦର୍ଶନ କରିବା ସହ ଗାଳି ଗୁଲଜ କରି ମୋବାଇଲରେ ଭିଡିଓ ରେକର୍ଡିଂ କରିଥିଲେ। ଏଥିରୁ ନିବୃତ୍ତ ହେବାପାଇଁ ବିଡ଼ିଓ କହିଥିଲେ ମଧ୍ୟ ସେ ଖାତିର କରିନଥିଲେ।

ଅପରପକ୍ଷରେ ଏପିଓଙ୍କ ଏତଲା ମୁତାବକ, ଘଟଣାଦିନ ବିଡ଼ିଓ ତାଙ୍କ ପ୍ରକୋଷ୍ଠକୁ ଡକାଇ ତାଙ୍କ ମୋବାଇଲ ଫୋନକୁ ମାଗିଥିଲେ। ସେ ନଦେବାରୁ ଜବରଦସ୍ତ ଛଡାଇ ନେବାକୁ ଉଦ୍ୟମ କରିଥିଲେ। ବେକକୁ ଚାପି ଦେବାରୁ ସେ ତାଙ୍କୁ ଠେଲି ଦେଇଥିଲେ। ପରେ ତାଙ୍କୁ ଆପତ୍ତିଜନକ ଭାଷାରେ ଗାଳି କରି ଜୀବନରେ ମାରିଦେବାକୁ ଧମକ ଦେଇଥିଲେ। ବିନା କାଗଜ ପତ୍ରରେ ବିଡ଼ିଓ ମେଟେରିଏଲ ବିଲ କରିବାକୁ କହିଥିଲେ। ସେ ମନା କରିବାରୁ ବିଡ଼ିଓ ତାଙ୍କୁ ଦୀର୍ଘଦିନ ହେଲା ଅତ୍ୟାଚାର କରୁଥିବା ଏତଲାରେ ଉଲ୍ଲେଖ ରହିଛି। ଏନେଇ ବିଡ଼ିଓ ଙ୍କୁ ଯୋଗାଯୋଗ କରିବାରୁ ତାଙ୍କ ବିରୋଧରେ ଦିଆଯାଇଥିବା ଏତଲା ସମ୍ପୂର୍ଣ୍ଣ ନିରାଧାର ଓ ଅସତ୍ୟ ବୋଲି ଉଲ୍ଲେଖ କରିଛନ୍ତି। ପାଟପୁର ଥାନା ଆଇଆଇସି ଦୀପ୍ତି ରଞ୍ଜନ ବେହେରାଙ୍କୁ ପଚାରିବାରୁ ବିଡ଼ିଓଙ୍କ ନାଁ ରେ କୌଣସି ମାମଲା ରୁଜୁ କରାଯାଇ ନ ଥିବା କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଛତ୍ରପୁରରେ ୯୧ତମ ପୋଲିିସ ପ୍ରତିଷ୍ଠା ଦିବସ ପାଳିତ: ଗଞ୍ଜାମ ପୋଲିସର ସଫଳତାକୁ ଏସ୍‌ପିଙ୍କ ପ୍ରଶଂସା, ପୁରସ୍କୃତ ହେଲେ…

ଛତ୍ରପୁର,୧।୪(ଦିଲ୍ଲୀପ ସାମଲ): ଛତ୍ରପୁର ପୋଲିସ ପଡ଼ିଆଠାରେ ବୁଧବାର ୯୧ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଗଞ୍ଜାମ ଜିଲା ଏସ୍‌ପି  ଶୁଭେନ୍ଦୁ କୁମାର ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri