ଗଞ୍ଜାମ ଜିଲାପାଳନଙ୍କ ଦିଗପହଣ୍ଡି ଗସ୍ତ: କରୋନା ମୁକାବିଲା ନିମନ୍ତେ ପଞ୍ଚାୟତ ଜନପ୍ରତିନିଧିଙ୍କୁ ଦେଲେ ଗୁରୁମନ୍ତ୍ର

ଦିଗପହଣ୍ଡି,୩୦।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କାର୍ଯ୍ୟାଳୟକୁ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଶୁକ୍ରବାର ଗସ୍ତ କରିଥିଲେ। ଏହି ଅବସରରେ ସେ ସ୍ଥାନୀୟ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବିଭିନ୍ନ ପଞ୍ଚାୟତରୁ ଆସିଥିବା ନିର୍ବାଚିତ ଜନପ୍ରତିନିଧିଙ୍କ ସହ କରୋନା ମୁକାବିଲା ନେଇ ସବିଶେଷ ଆଲୋଚନା କରିଥିଲେ। ମହାମାରୀ କରୋନାର ମୁକାବିଲା କରିବାରେ ଗତ ଥର ଯେପରି ସରପଞ୍ଚ ମାନେ କାର୍ଯ୍ୟ କରିଥିଲେ ସେହିପରି ଏଥର ମଧ୍ୟ ସମ୍ପୂର୍ଣ୍ଣ ଦାୟିତ୍ୱ ବହନ କରିବାକୁ ଉପସ୍ଥିତ ଜନପ୍ରତିନିଧିମାନଙ୍କୁ ନିବେଦନ କରିଥିଲେ। ଚଳିତଥରର ସ୍ଲୋଗାନ ଆମ ଗାଁ ଆମ ସହର ଏବଂ ଆମ ୱାର୍ଡ ଆମ ଦାୟିତ୍ୱ ବୋଲି ସେ କହିବା ସହ ସେହି ଅନୁସାରେ କରୋନା ମୁକାବିଲା ନେଇ ସମସ୍ତ ସୂଚନା ପଞ୍ଚାୟତ ପ୍ରତିନିଧିମାନଙ୍କ ନିକଟରେ ରହିବା ଆବଶ୍ୟକ ବୋଲି ଜିଲାପାଳ କହିଥିଲେ।

ଏହି ଗସ୍ତ କାଳରେ ଜିଲାପାଳ ଉପସ୍ଥିତ ତହସିଲଦାର ଅଦୈତ କୁମାର ସ୍ବାଇଁ, ବିଡିଓ ହଳଧର ଶବର, ଥାନା ଆଇଆଇସି ବସନ୍ତ କୁମାର ସେଠୀ, ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରଫୁଲ୍ଲ ଚନ୍ଦ୍ର ଡାକୁଆ ଏବଂ ସିଡିପିଓ ପୁଷ୍ପାଞ୍ଜଳି ଶତପଥୀ ପ୍ରମୁଖ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ। ସେମାନଙ୍କଠାରୁ ଜିଲାପାଳ ଦିଗପହଣ୍ଡି ଅଞ୍ଚଳରେ କୋଭିଡ୍‌ର ସ୍ଥିତି ନେଇ ପଚାରି ବୁଝିବା ସହ ସମଗ୍ର ଅଞ୍ଚଳକୁ ଗ୍ରୀନ ଜୋନରେ ପରିଣତ କରିବା ପାଇଁ ସମସ୍ତ ପ୍ରକାର ପଦକ୍ଷେପ ନେବାକୁ ପରାମର୍ଶ ଦେଇଥିଲେ। ସହର ଓ ଗ୍ରାମାଞ୍ଚଳକୁ ଆସୁଥିବା ପ୍ରବାସୀଙ୍କ ସମ୍ପର୍କରେ ଟିକି ନିଖି ଖବର ରଖିବା ସହ ସେମାନଙ୍କୁ ସଙ୍ଗରୋଧରେ ରହିବା ପାଇଁ ବ୍ୟାପକ ପଦକ୍ଷେପ ନେବା ଉଚିତ ବୋଲି ସେ ମତପ୍ରକାଶ କରିଥିଲେ। କୋଭିଡ୍‌ ମନିଟର, କ୍ଷେତ୍ର କର୍ମଚାରୀ ଏବଂ ପଞ୍ଚାୟତ ପ୍ରତିନିଧିମାନଙ୍କ ମଧ୍ୟରେ ସମନ୍ବୟ ରଖି ସ୍ଥାନୀୟ ବ୍ଳକ ଓ ତହସିଲ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ମନିଟରିଂ କରାଯିବା ଉପରେ ସେ ଗୁରୁତ୍ୱାରୋପ କରିଥିଲେ। ପାନୀୟ ଜଳ ଓ ବିଦ୍ୟୁତ୍‌ ଯୋଗାଣ କ୍ଷେତ୍ରରେ ଯେପରି କୌଣସି ସମସ୍ୟା ସୃଷ୍ଟି ନ ହୁଏ ସେଥିପାଇଁ ସମ୍ପୃକ୍ତ ବିଭାଗ ସତର୍କ ରହିବାକୁ ଜିଲାପାଳ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାରମ୍ବାର ଅଭିଯୋଗ ସତ୍ତ୍ୱେ ଉଠୁନି ଅଳିଆ

ଛତ୍ରପୁର,୯ା୧୦(ଦିଲ୍ଲୀପ ସାମଲ): ଛତ୍ରପୁର ସହରର ମଧ୍ୟଭାଗରେ ଅବସ୍ଥିତ ଐତିହାସିକ ପିଲ୍ଲୀ ବନ୍ଧ ପାର୍ଶ୍ୱରେ ଥିବା ଜନବସତିର ଅନ୍ତେବାସୀ ପୌରପରିଷଦ କାର୍ଯ୍ୟାଳୟରେ ଅନେକ ସମୟରେ ଅଭିଯୋଗ କରିବା ସତ୍ତ୍ୱେ…

ନବରାତ୍ରୀର ପ୍ରଥମ ଦିନରେ ସୂର୍ଯ୍ୟଙ୍କ ଗୋଚର, ୫ ରାଶିଙ୍କର ହୁ ହୁ ହୋଇ ବଢିବ ଟଙ୍କା!

ସୂର୍ଯ୍ୟ ଗ୍ରହ ୧୧ ଅକ୍ଟୋବର ୨୦୨୬ ରବିବାର ରାତି ୨ଟା ୨୫ ମିନିଟରେ ହସ୍ତା ନକ୍ଷତ୍ରରୁ ଚିତ୍ରା ନକ୍ଷତ୍ରରେ ପ୍ରବେଶ କରିବେ। ସୂର୍ଯ୍ୟ ଗ୍ରହ ମଙ୍ଗଳଙ୍କ ନକ୍ଷତ୍ରରେ…

ଚଳଚଞ୍ଚଳ କ୍ୟାମ୍ପସ  ସରିଲା ନାମାଙ୍କନ, ବୈଧ ପ୍ରାର୍ଥୀ ତାଲିକାକୁ ଅପେକ୍ଷା

ଖୋର୍ଦ୍ଧା,୯।୧୦(ପ୍ରଭାତ ପାଣିଗ୍ରାହୀ): ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ କ୍ୟାମ୍ପସ ଚଳଚଞ୍ଚଳ ହୋଇଉଠିଛି। ଦୀର୍ଘ ୮ ବର୍ଷ ପରେ କ୍ୟାମ୍ପସ୍‌ରେ ଛାତ୍ର ସଂସଦନିବାଚନ ହେଉଥିବାରୁ ଛାତ୍ରଛାତ୍ରୀଙ୍କ ମଧ୍ୟରେ…

ଛାତ୍ର ନିର୍ବାଚନରେ ବଢୁଛି ଉତ୍ସାହ: ଅତାବିରା କଲେଜରେ ୨୪ଜଣଙ୍କ ନାମାଙ୍କନ ଦାଖଲ

ଅତାବିରା,୯।୧୦(ଯୁଧିଷ୍ଠିର ମହାପାତ୍ର): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ହେଉଥିବା ବେଳେ ଅତାବିରା କଲେଜରେ ନିର୍ବାଚନୀ ଉତ୍ସାହ ଦେଖିବାକୁ ମିଳିଛି। କଲେଜର…

ସୁନା ଜିତିବା ପରେ ଟଙ୍କା ବର୍ଷା: ଏହି ଖେଳାଳିଙ୍କୁ ମିଳିବ କୋଟି କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୦: ଏସିଆନ ଗେମ୍ସରେ ସ୍ବର୍ଣ୍ଣ ପଦକ ଜିତିବା ପ୍ରତ୍ୟେକ ଖେଳାଳିଙ୍କ ପାଇଁ ଏକ ବଡ଼ ଉପଲବ୍ଧି। ଏହି ସଫଳତା ସହ ଯଦି ଲକ୍ଷ ଲକ୍ଷ ଟଙ୍କାର ନଗଦ…

ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ନାମାଙ୍କନପତ୍ର ଦାଖଲ: ଶକ୍ତି ପ୍ରଦର୍ଶନ କରି ଛାତ୍ରୀଛାତ୍ର…

ଭବାନୀପାଟଣା,୯ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ନାମାଙ୍କନରେ ଦେଖିବାକୁ ମିଳିଛି ଶକ୍ତି ପ୍ରଦର୍ଶନ। ବିଶାଳ ପଟୁଆରରେ ବିଶ୍ୱବିଦ୍ୟାଳୟକୁ…

ହଠାତ୍‌ ଅନ୍ତର୍ଜାତୀୟ କ୍ରିକେଟ୍‌କୁ ବାଏ ବାଏ କରି ସମସ୍ତଙ୍କୁ ଚମକାଇଦେଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୯।୧୦:ଭାରତରେ ଜନ୍ମିତ ନ୍ୟୁଜିଲାଣ୍ଡ କ୍ରିକେଟର୍‌ ଜିତ ରାଭାଲ ପେସାଦାର କ୍ରିକେଟ୍‌ରୁ ଅବସର ଘୋଷଣା କରିଛନ୍ତି। ୩୮ ବର୍ଷୀୟ ଏହି ଓପନିଂ ବ୍ୟାଟର୍‌ ନିଜ କ୍ୟାରିୟର ଓ ଉପଲବ୍ଧିକୁ…

୮ ବର୍ଷ ପରେ ବାୟାବାବା କଲେଜରେ ନିର୍ବାଚନ ଉଷ୍ଣତା: ବିଜେଡି-ଏବିଭିପି ଜୋର୍‌ଦାର ଲଢ଼େଇ

ମହାକାଳପଡ଼ା,୯ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜଲା ମହାକାଳପଡ଼ା ସଦରମହକୁମାଠାରେ ଶ୍ରୀ ଶ୍ରୀ ବାୟାବାବା କଲେଜରେ ୮ ବର୍ଷ ପରେ ରାଜ୍ୟ ସରକାର ଛାତ୍ର ସଂସଦ ନିର୍ବାଚନ ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?