ଗଞ୍ଜାମ ଜିଲାପାଳନଙ୍କ ଦିଗପହଣ୍ଡି ଗସ୍ତ: କରୋନା ମୁକାବିଲା ନିମନ୍ତେ ପଞ୍ଚାୟତ ଜନପ୍ରତିନିଧିଙ୍କୁ ଦେଲେ ଗୁରୁମନ୍ତ୍ର

ଦିଗପହଣ୍ଡି,୩୦।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କାର୍ଯ୍ୟାଳୟକୁ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଶୁକ୍ରବାର ଗସ୍ତ କରିଥିଲେ। ଏହି ଅବସରରେ ସେ ସ୍ଥାନୀୟ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବିଭିନ୍ନ ପଞ୍ଚାୟତରୁ ଆସିଥିବା ନିର୍ବାଚିତ ଜନପ୍ରତିନିଧିଙ୍କ ସହ କରୋନା ମୁକାବିଲା ନେଇ ସବିଶେଷ ଆଲୋଚନା କରିଥିଲେ। ମହାମାରୀ କରୋନାର ମୁକାବିଲା କରିବାରେ ଗତ ଥର ଯେପରି ସରପଞ୍ଚ ମାନେ କାର୍ଯ୍ୟ କରିଥିଲେ ସେହିପରି ଏଥର ମଧ୍ୟ ସମ୍ପୂର୍ଣ୍ଣ ଦାୟିତ୍ୱ ବହନ କରିବାକୁ ଉପସ୍ଥିତ ଜନପ୍ରତିନିଧିମାନଙ୍କୁ ନିବେଦନ କରିଥିଲେ। ଚଳିତଥରର ସ୍ଲୋଗାନ ଆମ ଗାଁ ଆମ ସହର ଏବଂ ଆମ ୱାର୍ଡ ଆମ ଦାୟିତ୍ୱ ବୋଲି ସେ କହିବା ସହ ସେହି ଅନୁସାରେ କରୋନା ମୁକାବିଲା ନେଇ ସମସ୍ତ ସୂଚନା ପଞ୍ଚାୟତ ପ୍ରତିନିଧିମାନଙ୍କ ନିକଟରେ ରହିବା ଆବଶ୍ୟକ ବୋଲି ଜିଲାପାଳ କହିଥିଲେ।

ଏହି ଗସ୍ତ କାଳରେ ଜିଲାପାଳ ଉପସ୍ଥିତ ତହସିଲଦାର ଅଦୈତ କୁମାର ସ୍ବାଇଁ, ବିଡିଓ ହଳଧର ଶବର, ଥାନା ଆଇଆଇସି ବସନ୍ତ କୁମାର ସେଠୀ, ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରଫୁଲ୍ଲ ଚନ୍ଦ୍ର ଡାକୁଆ ଏବଂ ସିଡିପିଓ ପୁଷ୍ପାଞ୍ଜଳି ଶତପଥୀ ପ୍ରମୁଖ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ। ସେମାନଙ୍କଠାରୁ ଜିଲାପାଳ ଦିଗପହଣ୍ଡି ଅଞ୍ଚଳରେ କୋଭିଡ୍‌ର ସ୍ଥିତି ନେଇ ପଚାରି ବୁଝିବା ସହ ସମଗ୍ର ଅଞ୍ଚଳକୁ ଗ୍ରୀନ ଜୋନରେ ପରିଣତ କରିବା ପାଇଁ ସମସ୍ତ ପ୍ରକାର ପଦକ୍ଷେପ ନେବାକୁ ପରାମର୍ଶ ଦେଇଥିଲେ। ସହର ଓ ଗ୍ରାମାଞ୍ଚଳକୁ ଆସୁଥିବା ପ୍ରବାସୀଙ୍କ ସମ୍ପର୍କରେ ଟିକି ନିଖି ଖବର ରଖିବା ସହ ସେମାନଙ୍କୁ ସଙ୍ଗରୋଧରେ ରହିବା ପାଇଁ ବ୍ୟାପକ ପଦକ୍ଷେପ ନେବା ଉଚିତ ବୋଲି ସେ ମତପ୍ରକାଶ କରିଥିଲେ। କୋଭିଡ୍‌ ମନିଟର, କ୍ଷେତ୍ର କର୍ମଚାରୀ ଏବଂ ପଞ୍ଚାୟତ ପ୍ରତିନିଧିମାନଙ୍କ ମଧ୍ୟରେ ସମନ୍ବୟ ରଖି ସ୍ଥାନୀୟ ବ୍ଳକ ଓ ତହସିଲ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ମନିଟରିଂ କରାଯିବା ଉପରେ ସେ ଗୁରୁତ୍ୱାରୋପ କରିଥିଲେ। ପାନୀୟ ଜଳ ଓ ବିଦ୍ୟୁତ୍‌ ଯୋଗାଣ କ୍ଷେତ୍ରରେ ଯେପରି କୌଣସି ସମସ୍ୟା ସୃଷ୍ଟି ନ ହୁଏ ସେଥିପାଇଁ ସମ୍ପୃକ୍ତ ବିଭାଗ ସତର୍କ ରହିବାକୁ ଜିଲାପାଳ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri