ଗଞ୍ଜାମ ଜିଲା: ୧୦୦ ତଳକୁ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା

ଛତ୍ରପୁର,୪ା୯(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାରେ କରୋନା ସ୍ଥିତିରେ ସୁଧାର ଆସିବାରେ ଲାଗିଛି । ଦୀର୍ଘ ୨ ମାସ ପରେ ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ ତଳକୁ ଖସିଛି। ଜିଲାରେ ୯୭ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରେ ୭ କରୋନା ଯୋଦ୍ଧା ଅଛନ୍ତି। ଅନ୍ୟପକ୍ଷରେ ୩୬୮ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସାମାଜିକ ଦୂରତ୍ୱ ନିୟମ କଡାକଡି, ୩ ଥର ଘରକୁ ଘର ଯାଇ ସ୍ବାସ୍ଥ୍ୟ ସ୍କ୍ରିନିଂ, କଣ୍ଟେନ୍‌ମେଣ୍ଟ ପଲିସି କଡାକଡି, ଜନସାଧାରଣଙ୍କ ସହ କୋଭିଡ୍‌ ମନିଟର ଓ କୋଭିଡ କେୟାର କମିଟିର ଭଲ ସମ୍ପର୍କ, ବହୁ ମାତ୍ରାରେ କରୋନା ଟେଷ୍ଟ ଏବଂ ଆକ୍ରାନ୍ତଙ୍କ ଠିକ୍‌ ଚିକିତ୍ସା କରାଯାଇଥିବାରୁ ପଜିଟିଭ ସଂଖ୍ୟା କମିବାରେ ଲାଗିଛି ବୋଲି ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଶୁକ୍ରବାର କହିଛନ୍ତି। ୧୦୦ ତଳକୁ ପଜିଟିଭ ସଂଖ୍ୟା ଖସିଥିବା ଜିଲାପାଳ ଟୁଇଟ କରି ସୂଚନା ଦେବା ସହ ଟିମ ଗଞ୍ଜାମକୁ ଧନ୍ୟବାଦ ଦେଇଛନ୍ତି ।
ଗଞ୍ଜାମ ଜିଲାରେ ଜୁଲାଇ ୧ ତାରିଖରେ ୯୫ ସଂକ୍ରମିତ ଚିହ୍ନଟ ହୋଇଥିଲେ। ପରଦିନ ଅର୍ଥାତ୍‌ ଜୁଲାଇ ୨ରେ ଆଉ ୨୮୩ ପଜିଟିଭ ଚିହ୍ନଟ ହୋଇଥିଲେ । ଏହାପରେ ଜିଲାରେ ଦୈନିକ ପଜିଟିଭ ସଂଖ୍ୟା ବଢ଼ିବାରେ ଲାଗିଲା । ଏପରିକି ଜୁଲାଇ ୨୩ ତାରିଖରେ ୭୩୨ ଜଣ ପଜିଟିଭ୍‌ ଚିହ୍ନଟ ହୋଇଥିଲେ। ଅଗଷ୍ଟ ୪ ତାରିଖରୁ ଧୀରେ ଧୀରେ ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ସେପ୍ଟେମ୍ବରରେ ଆହୁରି ସତର୍କତା ସହ ଜରୁରୀ କୋଭିଡ୍‌ ଗାଇଡଲାଇନକୁ ପାଳନ କଲେ ଗଞ୍ଜାମରୁ କରୋନା ସମ୍ପୂର୍ଣ୍ଣ ହଟାଇ ହେବ ବୋଲି ଜିଲାପାଳ କହିଛନ୍ତି। ଜିଲାପାଳ ଗତ ୩ ଦିନ ହେଲା ବିଭିନ୍ନ ବ୍ଲକକୁ ଯାଇ ବିଡ଼ିଓ, ତହସିଲଦାର, ସିଡିପିଓ, ଏନଏସି ନିର୍ବାହୀ ଅଧକାରୀ, ପଞ୍ଚାୟତିରାଜ ପ୍ରତିନିଧି ଓ କୋଭିଡ ମନିଟରମାନଙ୍କ ସହ ସ୍ଥିତି ଆଲୋଚନା କରୁଛନ୍ତି । ଗଞ୍ଜାମରେ ବର୍ତ୍ତମାନ ସୁଦ୍ଧା ୧୮,୪୪୨ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ସେଥିମଧ୍ୟରୁ ୧୭ ,୧୬୨ଜଣ ସୁସ୍ଥ ହୋଇଛନ୍ତି। ଯାହାକି ୯୩.୧ ପ୍ରତିଶତ ରହିଛି । ଏବେ ଜିଲାରେ ୧ ହଜାର ୭୩ ଜଣ ସକ୍ରିୟ ଆକ୍ରାନ୍ତ ଅଛନ୍ତି । ଜିଲାରେ ୧୯୯ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଅଣ କୋଭିଡରେ ୮ ଜଣଙ୍କ ମୃତ୍ୟୁ ହୋଇଛି। ଗୁରୁବାର ଦିନକରେ ୯,୯୯୯ ଜଣଙ୍କ କରୋନା ଟେଷ୍ଟ କରାଯାଇଛି । ବର୍ତ୍ତମାନ ସୁଦ୍ଧା ଗଞ୍ଜାମରେ ୨ ଲକ୍ଷ ୯୦ ହଜାର ୨୧୭ ଜଣଙ୍କ କରୋନା ଟେଷ୍ଟ ହେଲାଣି। ଲକ୍ଷଣ ନ ଲୁଚାଇ ଟେଷ୍ଟ କରିବାକୁ ଜିଲାପାଳ କହିଛନ୍ତି । ଅନ୍ୟପକ୍ଷରେ କରୋନାରୁ ସୁସ୍ଥ ହେଉଥିବା ବ୍ୟକ୍ତିମାନେ ପ୍ଲାଜମା ଦାନ କରିବାକୁ ଆଗେଇ ଆସିବାକୁ ସେ ପୁଣି ଅନୁରୋଧ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମା’ ଦୁର୍ଗାଙ୍କ ନବରାତ୍ର ପୂଜା ଆରମ୍ଭ, ଉତ୍ସବ ମୁଖର ଗାଁଠୁ ସହର

ଛତ୍ରପୁର,୧୧।୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧୀନ ଅଗସ୍ତି ନୂଆଗାଁ ଗ୍ରାମର କଲ୍ୟାଣୀ ଯୁବକ ସଂଘ ପକ୍ଷରୁ ରବିବାର ମା’ ଦୁର୍ଗାଙ୍କ ନବରାତ୍ର ପୂଜା…

ଦିଗପହଣ୍ଡିରେ ଚର୍ଚ୍ଚା; ସ୍ୱପ୍ନରେ ଆସି ଏଭଳି କହିଲେ ମା’ କାଳୀ, ପୋଖରୀ ପାଣିରୁ ମିଳିଲା….

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ବି.ଯୁଧିଷ୍ଠିର ରେଡ୍ଡୀଙ୍କ ଝିଅ କାମିନୀ ରେଡ୍ଡୀଙ୍କ ସ୍ବପ୍ନରେ ଆସିଲେ ମା’ କାଳୀ…

ଦୁଇ ରାଜନୈତିକ ଗୋଷ୍ଠୀ ମୁହାଁମୁହିଁ ଆଶଙ୍କା, ବରାଳ ବାଲୁଙ୍କେଶ୍ୱର ମନ୍ଦିର ନିକଟରେ ୧୬୩ ଧାରା ଜାରି

ସାକ୍ଷୀଗୋପାଳ,୧୧ା୧୦(କିଶୋର ମହାପାତ୍ର/ପ୍ରଶାନ୍ତ ବାରିକ): ଶାସକ ଓ ବିରୋଧୀ ଦୁଇ ରାଜନୈତିକ ଗୋଷ୍ଠୀ ମୁହାଁମୁହିଁ ଆଶଙ୍କା ଥିବାରୁ ସତ୍ୟବାଦୀ ପ୍ରଶାସନ ପକ୍ଷରୁ ବରାଳ ବାଲୁଙ୍କେଶ୍ୱର ମନ୍ଦିର ନିକଟରେ ବିଏନଏସ୍‌ର…

କୁଶପଲ୍ଲୀ ଚଳଚଞ୍ଚଳ: ମା’ ଚାମୁଣ୍ଡାଙ୍କ ପୀଠରେ ଆରମ୍ଭ ହେଲା ନବରାତ୍ର ପୂଜା

ଗଞ୍ଜାମ,୧୧ା୧୦(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ୍‌ ମଲାଡ଼ ପଞ୍ଚାୟତ ଅନ୍ତର୍ଗତ କୁଶପଲ୍ଲୀସ୍ଥିତ ମା’ ଚାମୁଣ୍ଡାଙ୍କ ପୀଠରେ ଶାରଦୀୟ ଦୁର୍ଗାପୂଜା ଅବସରରେ ୯ ଦିନବ୍ୟାପୀ ନବରାତ୍ର ପୂଜା ଓ ଅଖଣ୍ଡ…

ଖଡ଼ିଆଳ କଲେଜ ସାଇନ୍‌ ଡାଏ: ଅଧ୍ୟକ୍ଷଙ୍କ ଇସ୍ତଫା ଦାବି ନେଇ ତେଜିଲା ଛାତ୍ର ଆନ୍ଦୋଳନ

ଖଡ଼ିଆଳ,୧୧ା୧୦(ସୁଜିତ୍‌ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ସ୍ବୟଂଶାସିତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବାତିଲ ହେବା ଘଟଣାକୁ ନେଇ କ୍ୟାମ୍ପସରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି।…

ବାଘଛାଲ କାରବାର ଘଟଣାର ୪ ଅଭିଯୁକ୍ତ ଗିରଫ, କେତେଦୂର ଲମ୍ବିଛି ଚେର, ଜାରି ରହିଛି ଖୋଳତାଡ଼

ମୋହନା,୧୧ା୧୦(ମନ୍ମଥ ମିଶ୍ର): କଲରାପତରିଆ ବାଘଛାଲ କାରବାର ଘଟଣାରେ ବନ ବିଭାଗ ୪ ଅଭିଯୁକ୍ତଙ୍କୁ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି। ଗଜପତି ଜିଲା ମୋହନା ବନାଞ୍ଚଳ…

କର୍ଲାମୁଣ୍ଡା ଉତ୍ସବମୁଖର: ଆରମ୍ଭ ହେଲା ମା’ ଦୁର୍ଗାଙ୍କ ଶାରଦୀୟ ନବରାତ୍ର ପୂଜା, ୨୨ରେ ଭସାଣି

କର୍ଲାମୁଣ୍ଡା,୧୧ା୧୦(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ମହକୁମାସ୍ଥିତ ଦୁର୍ଗା ମଣ୍ଡପଠାରେ ଡୁକେରମାଲ ଦୁର୍ଗାପୂଜା କମିଟି ପକ୍ଷରୁ ରବିବାରଠାରୁ ସାର୍ବଜନୀନ ଶାରଦୀୟ ନବରାତ୍ର ପୂଜା…

ଗାଧୋଇବାକୁ ଯାଇ ଘାଇରେ ବୁଡ଼ିଗଲେ ଯୁବକ, ଦୀର୍ଘ ୮ ଘଣ୍ଟାର କସରତ ପରେ…

ମୋହନା,୧୧ା୧୦(ମନ୍ମଥ ମିଶ୍ର): ଗାଧୋଇବାକୁ ଯାଇ ଘାଇରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଏଭଳି ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ଆର ଉଦୟଗିରି ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?