ଏକାଠି ହେଲେ ଗଞ୍ଜାମ ଜିଲା ଓଷ୍ଟା ନବନିର୍ବାଚିତ କର୍ମକର୍ତ୍ତା: ଡିଇଓ ଅଫିସର ଦୁର୍ନୀତି ବିରୋଧରେ ସଂଗ୍ରାମ ପାଇଁ ଆହ୍ବାନ

ଗଞ୍ଜାମ,୧୧।୫(ବିଦ୍ୟାଧର ସାହୁ):ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ (ଓଷ୍ଟା) ଗଞ୍ଜାମ ଜିଲାର ନବନିର୍ବାଚିତ କର୍ମକର୍ତ୍ତାଙ୍କ ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ବଟେଶ୍ୱର ଶୈବପୀଠରେ ଅନୁଷ୍ଠିତ ହୋଇଯାଇଛି। ନବନିର୍ବାଚିତ ସଭାପତି ଦିଲ୍ଲୀପ କୁମାର ପ୍ରଧାନଙ୍କ ଅଧ୍ୟକ୍ଷତାରେ ପରିଚାଳିତ ଏହି ବୈଠକରେ ଓଷ୍ଟାର ରାଜ୍ୟ ସାଧାରଣ ସମ୍ପାଦକ ରଞ୍ଜନ କୁମାର ଦାଶ ମୁଖ୍ୟ ଅତିଥି ରୂପେ ଯୋଗ ଦେଇଥିଲେ। ସେ ଶିକ୍ଷକମାନଙ୍କର ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା କରିବା ସହ ସେଗୁଡ଼ିକର ସମାଧାନ କ୍ଷେତ୍ରରେ ରାଜ୍ୟ ସରକାରଙ୍କ କାଳକ୍ଷେପଣ ନୀତିକୁ କଠୋର ସମାଲୋଚନା କରିଥିଲେ।

ମାନ୍ୟବର ସୁପ୍ରିମ କୋର୍ଟଙ୍କ ନିର୍ଦ୍ଦେଶ କାର୍ଯ୍ୟକାରୀ କରିବାରେ ସରକାର ଟାଳଟୁଳନୀତି ଅବଲମ୍ବନ କରୁଥିବାରୁ, ଏହା ବିରୋଧରେ ସଂଗ୍ରାମ ପାଇଁ ସମସ୍ତ ଶିକ୍ଷକ ସମାଜକୁ ଐକ୍ୟବଦ୍ଧ ହେବାକୁ ସେ ଆହ୍ବାନ ଦେଇଥିଲେ। ଓଷ୍ଟାର ପ୍ରାକ୍ତନ କୋଷାଧ୍ୟକ୍ଷ ତଥା ଗଞ୍ଜାମର ପୂର୍ବତନ ସମ୍ପାଦକ କାମରାଜୁ ମହାରଣା ଓଷ୍ଟା ଗଠନରେ ଗଞ୍ଜାମର ତତ୍କାଳୀନ ଶିକ୍ଷକ ସମାଜର ଭୂମିକା ଏବଂ ସାମ୍ପ୍ରତିକ ସ୍ଥିତି ଉପରେ ଆଲୋକପାତ କରିଥିଲେ।

ରାଜ୍ୟ ଯୁଗ୍ମ ସାଧାରଣ ସମ୍ପାଦକ ବ୍ରଜ କିଶୋର ବିଶ୍ୱାଳ ଗଞ୍ଜାମ ସଂଗଠନକୁ ଅଧିକ ଶାଣିତ କରି ଜିଲା ଶିକ୍ଷାଧିକାରୀଙ୍କ (DEO) କାର୍ଯ୍ୟାଳୟର ଦୁର୍ନୀତି ବିରୋଧରେ ସଂଗ୍ରାମ କରିବା ପାଇଁ ପରାମର୍ଶ ଦେଇଥିଲେ। ନବନିର୍ବାଚିତ ସମ୍ପାଦକ ରାମ ଚନ୍ଦ୍ର ପୋଲାଇ ନୂତନ କାର୍ଯ୍ୟକାରୀ କମିଟିର କାର୍ଯ୍ୟଶୈଳୀ ଓ ଆଗାମୀ ଆନ୍ଦୋଳନର ରୂପରେଖ ସମ୍ପର୍କରେ ନିଜର ମତ ପ୍ରକାଶ କରିଥିଲେ।

ଅନ୍ୟମାନଙ୍କ ମଧ୍ୟରେ ପୂର୍ବତନ କର୍ମକର୍ତ୍ତା ଲକ୍ଷ୍ମୀନାରାୟଣ ଶତପଥୀ, କୋରା ମହାରଣା, ବିଜୟ ବିଶ୍ୱାଳ, ସୁଶାନ୍ତ ନାୟକ, ପ୍ରଶାନ୍ତ ପତି, ରାମ ଚନ୍ଦ୍ର ଗୌଡ଼, ବିଦାୟୀ ସଭାପତି ସନ୍ତୋଷ କୁମାର ଜେନା, ପୂର୍ବତନ ସମ୍ପାଦକ ବିଜୟ କୁମାର ବେହେରା, ଏଲୋଷ୍ଟା ଉପଦେଷ୍ଟା ଜଗବନ୍ଧୁ ଜେନା ଏବଂ ଓଷ୍ଟା କାର୍ଯ୍ୟକାରୀ କମିଟି ସଦସ୍ୟ ମଧୁସୂଦନ ଦେ ପ୍ରମୁଖ ସଂଗଠନକୁ ଅଧିକ କ୍ରିୟାଶୀଳ କରିବା ପାଇଁ ଉଦ୍ବୋଧନ ଦେଇଥିଲେ।

କାର୍ଯ୍ୟକାରୀ ସଭାପତି କେଦାରନାଥ ପଟ୍ଟନାୟକ ଅତିଥିମାନଙ୍କୁ ସ୍ବାଗତ କରିଥିବା ବେଳେ ଯୁଗ୍ମ ସମ୍ପାଦକ ସୁଦୀପ୍ତ କୁମାର ପଟ୍ଟନାୟକ ସ୍ବାଗତ ସଂଗୀତ ପରିବେଷଣ କରିଥିଲେ। ଶେଷରେ ସମ୍ପାଦକ ରାମଚନ୍ଦ୍ର ପୋଲାଇ ଧନ୍ୟବାଦ ଅର୍ପଣ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

୧୮ ବର୍ଷ ପରେ ମା’ ଯୋଗମାୟା ପୀଠକୁ ସ୍ପେନର ଗବେଷକଙ୍କ ପୁନଃ ପରିଦର୍ଶନ

କେସିଙ୍ଗା, ୧୪/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଗୁର୍ଜିମୁଣ୍ଡାସ୍ଥିତ ମା’ ଯୋଗମାୟା ଶକ୍ତିପୀଠକୁ ୧୮ ବର୍ଷ ପରେ ପୁଣି ଥରେ ପରିଦର୍ଶନ କରିଛନ୍ତି…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri